‘ନାଗରିକଙ୍କ ସୁରକ୍ଷା କବଚ ଭାବେ କାର୍ଯ୍ୟ କରୁଛି ମୌଳିକ ଅଧିକାର’

ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ କମ୍ପ୍ଲେକ୍ସରେ ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୁଧବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଖେମୁଣ୍ଡି ଓକିଲ ସଂଘର ଉପସଭାପତି ସନ୍ତୋଷ କୁମାର ସାହୁଙ୍କ ସଂଯୋଜନାରେ ଆୟୋଜିତ ଆଲୋଚନା ସଭାରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନିଳିମା ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭାରତର ନାଗରିକଙ୍କ ମଧ୍ୟରେ ସାମ୍ବିଧାନିକ ମୂଲ୍ୟବୋଧକୁ ପ୍ରୋତ୍ସାହିତ କରିବା ପାଇଁ ଏହି ଦିବସ ପାଳନ କରାଯାଉଥିବା ପ୍ରକାଶ କରିଥିଲେ। ସମ୍ବିଧାନରେ ବର୍ଣ୍ଣିତ ମୌଳିକ କର୍ତ୍ତବ୍ୟ ନାଗରିକଙ୍କ ଦାୟତ୍ୱ ସମ୍ପର୍କରେ ସଚେତନ କରାଉଥିବା ସମୟରେ ମୌଳିକ ଅଧିକାରଗୁଡ଼ିକ ନାଗରିକଙ୍କ ସୁରକ୍ଷା କବଚ ଭାବେ କାର୍ଯ୍ୟ କରୁଥିବା ସେ କହିଥିଲେ।

ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥ, ରସାନନ୍ଦ ରାଉତ, ପରେଶ ଚନ୍ଦ୍ର ରଥ, ସମ୍ପାଦକ ପ୍ରଦୀପ କୁମାର ନାୟକ, ପୂର୍ବତନ ସମ୍ପାଦକ କୁରେଶୁ ପଣ୍ଡା, ବିଚାର ବିଭାଗୀୟ କର୍ମଚାରୀ ପ୍ରଦୀପ କୁମାର ଶତପଥୀ, ସସ୍ମିତା ମହାରଣା, ଅଶ୍ବିନୀ କୁମାର ପଟ୍ଟନାୟକ ପ୍ରମୁଖ ବକ୍ତବ୍ୟ ରଖିଥିଲେ। କୋର୍ଟର ଅନ୍ୟ ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବା ବେଳେ ଶେଷରେ ତାଲୁକ ଆଇନ ସହାୟତା କମିଟି ସମ୍ପାଦକ ତଥା କୋର୍ଟ କର୍ମଚାରୀ ପ୍ରଦୀପ କୁମାର ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ।

ସେହିପରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ପରିସରରେ ଆୟୋଜିତ ସମ୍ବିଧାନ ଦିବସ ପାଳନ ଅବସରରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ଦୀପିକା ବଡ଼ମାଳି ସମ୍ବିଧାନର ମହତ୍ତ୍ୱ ସମ୍ପର୍କରେ ଆଲୋକପାତ କରିବା ସହ ସମସ୍ତେ ସମ୍ବିଧାନକୁ ସମ୍ମାନ ଦେବାକୁ ଶପଥ ପାଠ କରାଇଥିଲେ। ସରକାରୀ ଓକିଲ ସତ୍ୟନାରାୟଣ ରଥ, ଆଇନଜୀବୀ ସୁରେଶ ଚନ୍ଦ୍ର ସାହୁ, ରବୀନ୍ଦ୍ର କୁମାର ବେହେରା, ପ୍ରଶାନ୍ତ କୁମାର ଡାକୁଆ, ପ୍ରଶାନ୍ତ କୁମାର ବରାଡ଼, ବିଜୟ କୁମାର ପ୍ରଧାନଙ୍କ ସମେତ କୋର୍ଟ କର୍ମଚାରୀ ମୁକ୍ତିକାନ୍ତ ବେହେରା, ପ୍ରଜ୍ଞାଲିମା ବାରିସାଲ, ପି. ଶିବାନୀ, ସୁଶ୍ରୀ କୃତାଞ୍ଜଳି ମଲ୍ଲିକ, ସନ୍ତୋଷ କୁମାର ରାଉତ, ସିଏସଆଇ ଇନ୍ଦ୍ରମଣି ମଲ୍ଲିକ, ସୁଜିତ କୁମାର ବେହେରା, ସୁଭଦ୍ରା ପ୍ରଧାନ, ପ୍ରଫୁଲ ବେହେରା, ନର୍ମଦା ଦଳେଇ, ସମୀର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri