ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି ସରକାର ଚଳିତ ବର୍ଷ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୧ ଟି ଜିଲାର ୧୯୫ ଟି କଲେଜକୁ ୯୮ ଲକ୍ଷ ୪୨ ହଜାର ୫୮୦ ଟଙ୍କା ଅନୁଦାନ ଦେଇଛନ୍ତି। ସେଥିମଧ୍ୟରେ ଗଞ୍ଜାମ ଜିଲାର ୪୧ କଲେଜ ଅନ୍ତର୍ଭୁକ୍ତ। ଖୁବ୍‌ଶୀଘ୍ର ଅନୁଦାନ ଆସିଥିବା କଲେଜଗୁଡ଼ିକ ଛାତ୍ରୀମାନଙ୍କୁ ତାଲିମ ଦେବା ବ୍ୟବସ୍ଥା କରିବେ। ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟକୁ ୬୫ ହଜାର ୩୪୦ ଟଙ୍କା ଅନୁଦାନ ଅନୁମୋଦନ ହୋଇଥିବା ବେଳେ ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟକୁ ୧ ଲକ୍ଷ ୨୪ ହଜାର ୪୭୦ ଟଙ୍କା ଅନୁମୋଦନ ହୋଇଛି।

ସେହିଭଳି ବେଲଗୁଣ୍ଠା ବିଜ୍ଞାନ ମହାବିଦ୍ୟାଳୟକୁ ୨୦ ହଜାର ୭୯୦ ଟଙ୍କା, କେନ୍ଦୁପଦର ଏନ୍‌ବିସି କଲେଜକୁ ୩୫ ହଜାର ୧୦୦ ଟଙ୍କା, ଗାଲେରି ଦଣ୍ଡପାଣି ମହାର୍ଥା କଲେଜକୁ ୧୬୨୦୦ ଟଙ୍କା, କ୍ଷତ୍ରୀୟବରପୁର ୩୨୧୩୦ ଟଙ୍କା, ସୋରଡ଼ା ଋଷିକୂଲ୍ୟା ଡିଗ୍ରୀ କଲେଜକୁ ୪୮୮୭୦ ଟଙ୍କା, ବିଡିପୁର କଲେଜକୁ ୫୨୩୮୦ ଟଙ୍କା, ଆସିକା ନିରଞ୍ଜନ ମହିଳା ମହାବିଦ୍ୟାଳୟକୁ ୧୧୨୫୯୦ ଟଙ୍କା, ଆସିକା ବିଜ୍ଞାନ ମହାବିଦ୍ୟାଳୟକୁ ୬୭୭୭୦ ଟଙ୍କା, ଜଗନ୍ନାଥପ୍ରସାଦ ଡିଗ୍ରୀ କଲେଜକୁ ୧୪୦୪୦ ଟଙ୍କା, ବାଲିପଦର କଲେଜକୁ ୩୦୫୧୦ ଟଙ୍କା, ବୁଗୁଡ଼ା ପିପୁଲ୍ସ କଲେଜକୁ ୭୯୩୮୦ ଟଙ୍କା ଅନୁମୋଦନ ହୋଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହଲ୍ଲାଦ ନାଟକ ଗୁରୁ ପଦ୍ମଶ୍ରୀ ସିମାଞ୍ଚଳଙ୍କୁ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା     

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ନାଟକ  ‘ପ୍ରହଲ୍ଲାଦ’ର ଦୈତ୍ୟରାଜ ହିରଣ୍ୟକଶିପୁ ରାଜା ଭୂମିକାରେ ପ୍ରାୟ ୪୦ ବର୍ଷରୁ…

ହିନ୍ଦୁ ସମ୍ମିଳନୀ: ରାଷ୍ଟ୍ରର ସୁରକ୍ଷା ପାଇଁ ଏକତ୍ରିତ ହେବାକୁ ଆହ୍ୱାନ

ଖଡ଼ିଆଳ,୨୯ା୧(ସୁଜିତ କୁମାର ପ୍ରଧାନ): ସନାତନ ଧର୍ମ, ସଂସ୍କୃତି ଓ ସାମାଜିକ ଏକତାର ପ୍ରତୀକ ହିନ୍ଦୁ ସମ୍ମିଳନୀ ଖଡ଼ିଆଳ ଖଣ୍ଡର ଡୁଆଝର ମଣ୍ଡଳରେ ଅନୁଷ୍ଠିତ ହୋଇଯାଇଛି। ସମିତି କୋଷାଧ୍ୟକ୍ଷ…

ଏମିତି ଜୀବ, ଯାହା ନିଃଶ୍ୱାସ ନ ନେଇ ବଞ୍ଚିଥାଏ

ଦୁନିଆରେ ଏପରି ଅନେକ ଜୀବ ଅଛନ୍ତି, ଯାହା ଲୋକଙ୍କ ପାଇଁ ରହସ୍ୟ ହୋଇ ରହିଯାଇଛନ୍ତି। ଆଜି ଏମିତି ଏକ ଜୀବ ବିଷୟରେ କହିବୁ ଯାହା ନିଃଶ୍ୱାସ ନ…

ଜାନୁଆରୀ ୨୯ ରାତିରେ ମିଥୁନ ରାଶିରେ ଗୋଚର କରିବେ ଚନ୍ଦ୍ର, ଏହି ୩ଟି ରାଶିକୁ…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରକୁ ମନ ଏବଂ ମାତାଙ୍କ କାରକ ଗ୍ରହ ଭାବେ ବିବେଚନା କରାଯାଏ । ଆଜି, ଜାନୁଆରୀ ୨୯ତାରିଖ, ରାତିରେ ଚନ୍ଦ୍ର ବୃଷ ରାଶିରୁ ମିଥୁନ…

ଭିଜିଲାନ୍ସ ଜାଲରେ ଏସସିବି ମେଡିକାଲର ସହକାରୀ ପ୍ରଫେସର: ୨.୬୩ ଲକ୍ଷ ଟଙ୍କା ଜବତ

କଟକ,୨୯।୧: ଭିଜିଲାନ୍ସ ଜାଲରେ ପଡିଲେ ଏସସିବି ମେଡିକାଲର ଡାକ୍ତର ସନାତନ ବେହେରା। ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ। ଗୁରୁବାର ଅପରାହ୍ନରେ ତାଙ୍କ…

ସୁନେତ୍ରା ହେବେ ଉପ ମୁଖ୍ୟମନ୍ତ୍ରୀ! ଅଜିତ ପାଓ୍ବାରଙ୍କ ନିଧନ ପରେ…

ମୁମ୍ବାଇ,୨୯।୧: ଦିବଂଗତ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି କରିବାକୁ ଦାବି ହୋଇଛି। ଏନସିପି ନେତା ଏବଂ ମନ୍ତ୍ରୀ ନରହରି ଜିରୱାଲ…

ମିନିବସ୍-ଟ୍ରକ ମଧ୍ୟରେ ଭୟଙ୍କର ଧକ୍କା, ୧୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୯।୧: ଦକ୍ଷିଣ ଆଫ୍ରିକାରେ ଗୁରୁବାର ଦିନ ପୂର୍ବ କ୍ୱାଜୁଲୁ-ନାଟାଲ ପ୍ରଦେଶର ଡର୍ବାନ ସହର ନିକଟରେ ଏକ ମିନିବସ୍ ଏବଂ ଏକ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି…

ଘୋଷଣା ହେଲା ରାୟଗଡ଼ା ଜିଲା କଂଗ୍ରେସ କମିଟି: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ ଏଥିରେ ସାମିଲ ଅଛନ୍ତି…

ରାୟଗଡ଼ା,୨୯ା୧(ଆଶିଷ ରଞ୍ଜନ ପଣ୍ଡା): ଜିଲା କଂଗ୍ରେସ ସଭାପତି ତଥା ରାୟଗଡ଼ା ବିଧାୟକ ଆପଲସ୍ବାମୀ କାଡ୍ରାକାଙ୍କ ସଭାପତିତ୍ୱରେ ଗଠନ ହୋଇଛି ନୂତନ ଜିଲା କଂଗ୍ରେସ କମିଟି। ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri