ଶିଶୁଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ଆଳି,୨୩।୩(ଡି.ଏନ.ଏ.): ରାଜ୍ୟ ସରକାର ଗରିବଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ଯୋଗାଇ ଦେଇଛନ୍ତି। ସ୍ବାସ୍ଥ୍ୟ କାର୍ଡ ନ ଥିବାରୁ ଜଣେ ଦୁଇ ମାସର ଶିଶୁପୁତ୍ରଙ୍କ ଚିକିତ୍ସା ନିମନ୍ତେ ପରିବାର ଲୋକେ ଅସୁବିଧା ଭୋଗୁଛନ୍ତି। ଏଭଳି ଦୃଶ୍ୟ ଆଳି ବ୍ଲକ ସଦର ପଞ୍ଚାୟତ ଦେମାଳରେ ଦେଖିବାକୁ ମିଳିଛି । ବଳରାମ ନାୟକଙ୍କ ଶିଶୁପୁତ୍ର ଗୌରବଙ୍କ ଚିକିତ୍ସାରେ ଏବେ ଅର୍ଥ ବାଧକ ସାଜିଛି। ତାଙ୍କ ପରିବାର କହିଲେ, ସ୍ତ୍ରୀ ବିନି, ମା’ ଭାରତୀ, ୬ ବର୍ଷର ପୁଅ କୌଶଭ ଓ ପୁଅ ଗୌରବ। ଜେଜେ ମା’ ଭାରତୀ କୁହନ୍ତି, ବୋହୂର ଗର୍ଭରେ ଶିଶୁ ଥିବାବେଳେ ନାଡ଼ ଗୁଡେଇ ହୋଇ ରହିଥିଲା। ଡାକ୍ତର ଅପରେଶନ କରି ତାକୁ ଜନ୍ମ ଦେଇଥିଲେ। ଗୌରବ ଜନ୍ମ ହେବା ପରେ ଠିକ୍‌ ଭାବେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ସହ ପେଟ ଫମ୍ପେଇ ରହୁଛି। ବାପା ବଳରାମ ପୁଅକୁ ଆଳି ସ୍ବାସ୍ଥ୍ୟକେନ୍ଦ୍ରଠାରୁ ଆରମ୍ଭ କରି କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରଙ୍କୁ ଦେଖାଇଥିଲେ ମଧ୍ୟ ଗୌରବଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିନାହିଁ। ବଳରାମ ଦିନ ମଜୁରିଆ ହୋଇଥିବା ବେଳେ ପୁଅଙ୍କ ଚିକିତ୍ସା ନିମନ୍ତେ କେଉଁଠୁ ଅର୍ଥ ଆଣିବେ ସେ ନେଇ ସେ ଚିନ୍ତାରେ ପଡିଛନ୍ତି। ସରକାରଙ୍କ ପକ୍ଷରୁ ତାଙ୍କ ପରିବାରକୁ ରାଶନ କାର୍ଡ ମିଳିଛି କିନ୍ତୁ ସ୍ବାସ୍ଥ୍ୟ କାର୍ଡ ମିଳିଥିଲେ ଶିଶୁ ପୁତ୍ରଙ୍କ ଚିକିତ୍ସା ସୁବିଧାରେ ହୋଇଥାନ୍ତା ବୋଲି ବଳରାମ କହିଛନ୍ତି। ବିଡିଓ ଦ୍ୱିବେନ୍ଦୁ ଦାସ କହିଛନ୍ତି, ଶିଶୁଟିର ଚିକିତ୍ସା ନିମନ୍ତେ ଜିଲା ସାମାଜିକ ସୁରକ୍ଷା ବିଭାଗ ସମେତ ରେଡ଼କ୍ରସ, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଆର୍ଥତ୍କ ସହାୟତା ଯୋଗାଇ ଦେବାକୁ ସେ ବ୍ୟବସ୍ଥା କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri