ପ୍ରଶାନ୍ତଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ରାହାମା, ୨ା୬(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅନ୍ତର୍ଗତ ପଣ୍ଡୁଆ ପଞ୍ଚାୟତ ହାତୀକେନା ଗଁାର ପ୍ରଶାନ୍ତ କୁମାର ସାହୁ (୪୭) କର୍କଟ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ଡାକ୍ତରଖାନା ଧାଇଁ ଧାଇଁ ନୟାନ୍ତ ହୋଇପଡିଲେଣି। ପ୍ରଶାନ୍ତ ଜଣେ ଗରିବ ବ୍ୟକ୍ତି। ସେ ମୂଲ ମଜୁରି ଲାଗି ବୃଦ୍ଧ ମା’ ବାପା, ସ୍ତ୍ରୀ ଓ ୨ ପୁଅଙ୍କୁ ମିଶାଇ ୬ ପ୍ରାଣୀ କୁଟୁମ୍ବଙ୍କୁ ପ୍ରତିପୋଷଣ କରନ୍ତି। ବର୍ତ୍ତମାନ କର୍କଟ ରୋଗରେ ପୀଡିତ ହୋଇ ପରିବାରର ଭରଣ ପୋଷଣ ତ ଦୂରର କଥା ନିଜର ଚିକିତ୍ସା ଲାଗି ଲକ୍ଷାଧିକ ଟଙ୍କା ଦରକାର ହେଉଥିବାରୁ ଚିନ୍ତାରେ ପଡିଛନ୍ତି। ସ୍ତ୍ରୀଙ୍କର ସମସ୍ତ ସୁନା ଗହଣା ବିକ୍ରି ହୋଇ ସାରିଥିଲେ ମଧ୍ୟ ଧାରକରଜ କରି ଅସହାୟ ହୋଇ ପଡିଲେଣି। ୨ ପୁଅଙ୍କର ପାଠ ପଢାରେ ଡୋରି ବନ୍ଧା ହେଲାଣି। ଏପରି ଅବସ୍ଥାରେ ତାଙ୍କ ଚିକିତ୍ସା ନିମନ୍ତେ ଅର୍ଥର ଆବଶ୍ୟକତା ରହିଛି। ତେଣୁ ବଦାନ୍ୟ ବ୍ୟକ୍ତିଙ୍କ ସହ ପ୍ରଶାସନ ପକ୍ଷରୁ ଯଦି ସାହାଯ୍ୟ ମିଳନ୍ତା ତାହାଲେ ତାଙ୍କ ଚିକିତ୍ସା ସାଙ୍ଗକୁ ପିଲା ପାଠ ପଢି ପାରନ୍ତେ ବୋଲି ସାମାଜିକ କର୍ମୀ ଡ. ସୁନାକର ବେହେରା ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri