ବିଦ୍ୟାଳୟ, ଅଙ୍ଗନଓ୍ବାଡି, ପାର୍କ ପାଇଁ ଅର୍ଥ ବ୍ୟବସ୍ଥା

ବିରିଡି, ୨୩।୧୨(ଡି.ଏନ.ଏ.): ବିରିଡି ପଞ୍ଚାୟତ ସମିତିର ଅନ୍ତିମ ସାଧାରଣ ବୈଠକ ବୁଧବାର ସମିତି ସଭା ଗୃହରେ ସମିତି ଅଧ୍ୟକ୍ଷ ପଦ୍ମନାଭ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ସାହୁ, ଜିଲାପରିଷଦ ସଭ୍ୟା ଲତା ଦାସ, ସଭ୍ୟ ପ୍ରତାପ ବେହେରା, ବିଡିଓ ହେମନ୍ତ କୁମାର ମହାନ୍ତ, ଏବିଡିଓ ସନ୍ତୋଷ ଶତପଥୀ, ଜିପିଇଓ ପାୟଲ ମହାପାତ୍ର, ସହକାରୀ ନିର୍ବାହୀଯନ୍ତ୍ରୀ କୃଷ୍ଣଚନ୍ଦ୍ର ସେଠୀ ଯୋଗଦେବା ସହ ବ୍ଲକ ନଂ. ୨୧ ପଞ୍ଚାୟତର ସମସ୍ତ ସରପଞ୍ଚ ଓ ସମିତିସଭ୍ୟାସଭ୍ୟ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ପଞ୍ଚାୟତକୁ ପଞ୍ଚଦଶ କେନ୍ଦ୍ରୀୟ ଅନୁଦାନର ଆବଦ୍ଧ ଅର୍ଥ ବାବଦକୁ ୩ ଲକ୍ଷ ୫ ହଜାର ୩୦ ଟଙ୍କା, ଅନାବଦ୍ଧ ବାବଦକୁ ୨ ଲକ୍ଷ ୩,୩୫୨ ଟଙ୍କା ଓ ପଞ୍ଚମ ରାଜ୍ୟ ଅର୍ଥ କମିଶନ ଅର୍ଥ ବାବଦକୁ ୪ ଲକ୍ଷ ୩,୮୩୯ ଟଙ୍କାର ପ୍ରକଳ୍ପ ତାଲିକା ଅନୁମୋଦିତ ହୋଇଥିଲା। ଏହି ଅର୍ଥରେ ଉଚ୍ଚ ବିଦ୍ୟାଳୟ ନିର୍ମାଣ ଓ ମରାମତି, ନୂତନ ଅଙ୍ଗନୱାଡି ଗୃହ ନିର୍ମାଣ ଓ ମରାମତି, ପ୍ରାଣୀ ଚିକିତ୍ସାଳୟ କେନ୍ଦ୍ର ନିର୍ମାଣ ଓ ମରାମତି, ଗ୍ରାମ୍ୟ ପାର୍କ, ଖେଳ ପଡିଆ ଆଦି କାର୍ଯ୍ୟ ହୋଇପାରିବ ଏବଂ ପ୍ରକଳ୍ପଗୁଡିକର ତାଲିକା ସମିତି ସଭ୍ୟାସଭ୍ୟମାନେ ଦେବେ ବୋଲି ଜିପିଇଓ ମହାପାତ୍ର କହିଥିଲେ। ଏହି ଅବସରରେ ସମସ୍ତ ଜନ ପ୍ରତିନିଧିମାନଙ୍କୁ ବ୍ଲକ ଅଧ୍ୟକ୍ଷ ଭୋଇ ତାଙ୍କ ପକ୍ଷରୁ ଉପଢୌକନ ଓ ଫୁଲ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଶେଷରେ ଉପାଧ୍ୟକ୍ଷା ସାହୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?