ରୋଗାକ୍ରାନ୍ତ ଶାଶୁଙ୍କ ପାଇଁ ଔଷଧ କିଣିବାକୁ ଅର୍ଥ ବାଧକ

ମାଲକାନଗିରି,୮।୫ (ଡି.ଏନ.ଏ.) ମାଲକାନଗିରି ଜିଲା ଖଇରପୁଟ ବ୍ଲକ ସଦର ପଞ୍ଚାୟତ ଝରିଆଗୁଡ଼ା ଗ୍ରାମରେ ରହନ୍ତି ତୁଳସୀ ସିରଗାମଙ୍କ ପରିବାର। ସ୍ବାମୀ ସନ୍ନ୍ୟାସୀ ସିରଗାମଙ୍କର ଯକ୍ଷ୍ମାରେ ପରଲୋକ ପରେ ଏବେ ଅସହାୟ ହୋଇପଡିଛନ୍ତି ତୁଳସୀ। ବୃଦ୍ଧା ଶାଶୁ, ଦୁଇ କୋମଳମତି ଝିଅଙ୍କୁ ନେଇ କିଭଳି ସଂସାର ଚଳିବ ସେନେଇ ଚିନ୍ତାରେ ପଡିଛନ୍ତି ସେ। ତୁଳସୀ ବର୍ତ୍ତମାନ କୁଲି କାମ କରି କିଛି ରୋଜଗାର କରି ଆଣିଲେ ଘରେ ଚୁଲି ଜଳୁଛି ନଚେତ୍‌ ନାହିଁ। ଏପରି ସ୍ଥିତିରେ ରୋଗାକ୍ରାନ୍ତ ହୋଇପଡିଥିବା ବୃଦ୍ଧା ଶାଶୁଙ୍କ ପାଇଁ ଔଷଧ କିଣିବାକୁ ଅର୍ଥ ନାହିଁ। ସରକାରୀ ସାହାଯ୍ୟ କହିଲେ କେବଳ ବିପିଏଲ୍‌ ଚାଉଳ ଗଣ୍ଡାକ ମିଳୁଛି। ସ୍ବାମୀ ଯକ୍ଷ୍ମାରେ ଚାଲିଯିବା ପରେ ଯେଉଁ ସରକାରୀ ସହାୟତା ମିଳିବା କଥା ଏପର୍ଯ୍ୟନ୍ତ ମିଳିନାହିଁ। ଜାତୀୟ ପରିବାର ମଙ୍ଗଳ ଯୋଜନାରେ ମିଳିବାକୁ ଥିବା ୨୦ହଜାର ଟଙ୍କା ମଧ୍ୟ ଏପର୍ଯ୍ୟନ୍ତ ମିଳିନାହିଁ। ୬୦ ବର୍ଷ ଟପିଥିବା ଶାଶୁଙ୍କ ଆଧାର କାର୍ଡ ନ ଥିବାରୁ ତାଙ୍କୁ ବାର୍ଦ୍ଧକ୍ୟ ଭତ୍ତା କିମ୍ବା ବିଧବା ଭତ୍ତା ମିଳୁନାହିଁ। ଏ ସମ୍ପର୍କରେ ଖଇରପୁଟ ବିଡିଓ ହୃଦାରଞ୍ଜନ ସାହୁଙ୍କୁ ପଚାରିବାରୁ ସେ କହିଥିଲେ, ବର୍ତ୍ତମାନ ଅନେକ ହିତାଧିକାରୀଙ୍କ ତାଲିକା କରାଯାଇଛି। ଆମେ ଶୀଘ୍ର ନୂତନ ତାଲିକାର ସବୁ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବୁ। ତୁଳସୀଙ୍କ ପରିବାରକୁ ମଧ୍ୟ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇବାଦେବାକୁ ପଦକ୍ଷେପ ନିଆଯିବ ବୋଲି ବିଡିଓ ସାହୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍‌ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ…

୬୩୧ କଇଁଛ ଜବତ, ଧରାପଡ଼ିଲେ ୭ ବ୍ୟବସାୟୀ

ଏମ୍‌ଭି- ୭୯, ୧୧।୩ (ଆଶିଷ କୁମାର ବାଇନ): ଆନ୍ଧ୍ରରୁ ମାଲକାନଗିରିକୁ ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ କଇଁଛ ଚୋରା ଚାଲାଣ ବେଳେ ମୋଟୁ ବନ ବିଭାଗ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri