Posted inUncategorized

ଉଚ୍ଚଶିକ୍ଷା ପାଇଁ ଆଦିବାସୀ ଛାତ୍ରଙ୍କୁ ଅର୍ଥ ସାଜିଛି ବାଧକ

କର୍ଲାମୁଣ୍ଡା,୨।୬(ଡିଏନଏ): ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ଭଲ ନମ୍ବର ରଖି କୃତକାର୍ଯ୍ୟ ହୋଇଥିବା ଜଣେ ଛାତ୍ରଙ୍କ ଉଚ୍ଚ ଶିକ୍ଷା ପାଇଁ ଅର୍ଥ ବାଧକ ସାଜିିଛି। ସୂଚନାଯୋଗ୍ୟ, କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜପୁର ପଞ୍ଚାୟତ ରାଜପୁର ଗାଁର ହେମଲତା ମାଝୀଙ୍କ ପୁଅ ଲଳିତ ମାଝୀ ଚଳିତ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ୫୩୯ ମାର୍କ ରଖି କୃତକାର୍ଯ୍ୟ ହୋଇଛନ୍ତି। ତେବେ ଡାକ୍ତରୀ ପାଠ ପଢିବା ପାଇଁ ଆଗ୍ରହ ରଖି ଥିବା ଲଳିତଙ୍କ ପାଇଁ ଅର୍ଥ ଏବେ ପ୍ରତିବନ୍ଧକ ସାଜିଛି। ୨୦୦୬ ମସିହାରେ ଲଳିତଙ୍କ ଜନ୍ମ ପରେ ତାଙ୍କ ବାପା, ମାଆ ଏବଂ ଦୁଇ ପୁଅଙ୍କୁ ଛାଡି ଚାଲି ଯାଇଥିଲେ। ଫଳରେ ବହୁ କଷ୍ଟରେ ମାଆ ହେମଲତା ପୁଅକୁ କର୍ଲାମୁଣ୍ଡା ସ୍ଥିତ ପଞ୍ଚାୟତ ସମିତି ହାଇସ୍କୁଲରେ ମାଟ୍ରିକ ପର୍ଯ୍ୟନ୍ତ ପଢାଇଥିଲେ। ମାଟ୍ରିକ ପରୀକ୍ଷାରେ ଲଳିତ ୮୦ପ୍ରତିଶତରୁ ଅଧିକ ନମ୍ବରରେ ପାସ୍‌ କରିଥିଲେ। ପରେ ସେ ଯୁକ୍ତ ଦୁଇ ବିଜ୍ଞାନ ପଢିବାକୁ ଇଛା ରଖିଥିଲେ ହେଁ ଅର୍ଥ ବାଧକ ସାଜିଥିଲା। କିନ୍ତୁ ମେଧାବୀ ଲଳିତଙ୍କର ଆଗ୍ରହ ଦେଖି ପଞ୍ଚାୟତ ସମିତି ହାଇସ୍କୁଲର ବିଜ୍ଞାନ ଶିକ୍ଷକ ପୂର୍ଣ୍ଣ ଚନ୍ଦ୍ର ରାଉତ ସହଯୋଗ ପାଇଁ ଆଗେଇ ଆସିଥିଲେ। ବଲାଙ୍ଗୀର ସ୍ଥିତ ଗାୟିତ୍ରୀ ଆବାସିକ ବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଯୋଗାଯୋଗ କରି ମାଗଣାରେ ଯୁକ୍ତ ଦୁଇ ବିଜ୍ଞାନ ପାଠ ଗାୟତ୍ରୀ ରେ ଲଳିତ କୁ ପଢ଼ିବାର ବ୍ୟବସ୍ଥା କରିଦେଇଥିଲେ। ଯୁକ୍ତ ଦୁଇରେ ଲଳିତ ଶତକଡ଼ା ୮୯.୮୩ମାର୍କ ରଖି ପାସ କରିଛନ୍ତି। ତେବେ ବର୍ତମାନ ସେ ଏକ ଭଲ ଶିକ୍ଷାନୁଷ୍ଠାନରେ ମେଡିକାଲ କୋଚିଂ ନେବାକୁ ଇଛା ରଖିଛନ୍ତି। ହେଲେ ଅର୍ଥ ହିଁ ତାର ଇଛା ଓ ଭବିଷ୍ୟତ ଆଗରେ ପ୍ରତିବନ୍ଧକ ହୋଇ ଠିଆ ହୋଇଛି। ଏ ଦିଗରେ ଏହି ଆଦିବାସୀ ମେଧାବୀ ଛାତ୍ର ପାଇଁ ସରକାର କିମ୍ବା କେଉଁ ସମାଜସେବୀ ଆଗେଇ ଆସି ସହଯୋଗର ହାତ ବଢାଇଲେ ଅନ୍ତତଃ ତାଙ୍କର ଇଛା ଫଳବତୀ ହୋଇପାରନ୍ତା ବୋଲି ମତପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଡିଭିଜନ ବେଞ୍ଚରେ ରାଜ୍ୟ ସରକାରଙ୍କ ଅପିଲ

କଟକ,୨୫ା୪(କାର୍ତ୍ତିକ ସାହୁ): ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ମାମଲାର ରାୟ ପ୍ରକାଶ କରି...

ନାବାଳିକାଙ୍କୁ ବାରମ୍ବାର ବଳାତ୍କାର : ଦୋଷୀଙ୍କୁ ୨୦ବର୍ଷ କାରାଦଣ୍ଡ

ବାଲେଶ୍ୱର,୨୫।୪(ମାନସ ବିଶ୍ୱାଳ): ବାଲେଶ୍ୱର ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ୍‌ ରଞ୍ଜନ କୁମାର ସୂତାର ଗୁରୁବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦୋଷୀ...

ନିଜ ସ୍ତ୍ରୀ ଆଗରେ ମହିଳାଙ୍କୁ କଲେ ବଳାତ୍କାର, ନଗ୍ନ ଫଟୋ ଦେଖାଇ ଧର୍ମ ବଦଳାଇବାକୁ କଲେ ବ୍ଲାକମେଲ୍

ନୂଆଦିଲ୍ଲୀ, ୨୨।୪: କର୍ଣ୍ଣାଟକରେ ୨୮ ବର୍ଷ ବୟସ୍କା ବିବାହିତା ମହିଳାଙ୍କୁ କିଛି ବ୍ୟକ୍ତି ତାଙ୍କ ନଗ୍ନ ଫଟୋ ଦେଖାଇ ବ୍ଲାକମେଲ ମାଧ୍ୟମରେ ଇସଲାମ ଧର୍ମ ଗ୍ରହଣ...

ଏମ୍ସ ଡାକ୍ତରଙ୍କ ସହ ୪୦ ମିନିଟ କଥା ହେଲେ କେଜରିଓ୍ବାଲ, ଉଠିଲା ନାହିଁ ଇନସୁଲିନ ପ୍ରସଙ୍ଗ!

ନୂଆଦିଲ୍ଲୀ,୨୧।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏଆଇଆଇଏମଏସର ବରିଷ୍ଠ ଡାକ୍ତରଙ୍କ ସହ ଭିଡିଓ ପରାମର୍ଶର ସୁବିଧା ଦିଆଯାଇଥିଲା। ଯେଉଁଥିରେ ତାଙ୍କୁ ନିଶ୍ଚିତ କରାଯାଇଥିଲା ଯେ ତାଙ୍କ...

ଓଡ଼ିଶାର ୪ ନଦୀରେ ପାଣି ନାହିଁ

ନୂଆଦିଲ୍ଲୀ,୮ା୪:ଦକ୍ଷିଣ ଓଡ଼ିଶାରେ ପ୍ରବାହିତ ୪ଟି ନଦୀ ଏବେ ଶୁଖିଲା ପଡ଼ିଥିବା କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି)ଙ୍କ ତଥ୍ୟରୁ ଜଣାପଡ଼ିଛି। ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟରେ ତାପମାତ୍ରା ଅସହ୍ୟ...

ଚଳିତ ଆର୍ଥିକବର୍ଷର କାରବାର ଶେଷ, ସେନ୍‌ସେକ୍ସ ୭୪,୦୦୦ ନିକଟବର୍ତ୍ତୀ

ନୂଆଦିଲ୍ଲୀ,୨୯।୩: ଚଳିତ ଆର୍ଥିକ ବର୍ଷର ଅବଧି ଶେଷ ପୂର୍ବରୁ ଘରୋଇ ଶେୟାର ବଜାରର କାରବାର ଗୁରୁବାର ଶେଷ ହୋଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷ (...

କେଜରିଓ୍ବାଲ କିଙ୍ଗପିନ, ସିସୋଡିଆ ମୁଖ୍ୟ ଷଡଯନ୍ତ୍ରକାରୀ: ଇଡି

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗୁରୁବାର (୨୧ ମାର୍ଚ୍ଚ ୨୦୨୪) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ମଦ ନୀତିରେ...

୨୦ ଲକ୍ଷ ଟଙ୍କା ହଡ଼ପ କରିନେଲେ ବିଇଓ

ଦାରିଙ୍ଗବାଡି,୨୦।୩(ଅରୁଣ ସାହୁ): ଶିକ୍ଷକ ନ୍ୟାଶନାଲ ପେନସନ ସିଷ୍ଟମର ୨୦ ଲକ୍ଷ ହଡପ କରି ବିଇଓ ରସାନନ୍ଦ କର ଏବେ ଭିଜିଲାନ୍ସ ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଦାରିଙ୍ଗବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri