Posted inଜାତୀୟ

ଗଣବିଧ୍ୱଂସୀ ଅସ୍ତ୍ର ପାଇଁ ପାଣ୍ଠି ଯୋଗାଣ ନିଷେଧ ହେବ

ନୂଆଦିଲ୍ଲୀ,୨।୮: ଗଣବିଧ୍ୱଂସୀ ଅସ୍ତ୍ରଶସ୍ତ୍ର ନିର୍ମାଣରେ ପୁଞ୍ଜିନିବେଶ ବନ୍ଦ କରିବା ଲାଗି ସୋମବାର ପାର୍ଲାମେଣ୍ଟରେ ବିଲ୍‌ ଗୃହୀତ ହୋଇଛି। ଏଭଳି କାର୍ଯ୍ୟରେ ନିୟୋଜିତ ବ୍ୟକ୍ତିଙ୍କ ଆର୍ଥିକ ସମ୍ପତ୍ତି ଏବଂ ଆର୍ଥିକ ଉତ୍ସକୁ ଜବତ କରିବା କିମ୍ବା ବାଜ୍ୟାପ୍ତ କରିବା ଲାଗି ବିଲ୍‌ରେ କେନ୍ଦ୍ର ସରକାରଙ୍କୁ କ୍ଷମତା ଦିଆଯାଇଛି। ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଗଣବିଧ୍ୱଂସୀ ଅସ୍ତ୍ର ଓ ସେଗୁଡ଼ିକର ଯୋଗାଣ ବ୍ୟବସ୍ଥା (ବେଆଇନ କାର୍ଯ୍ୟକଳାପ ନିରୋଧୀ) ସଂଶୋଧନ ବିଲ୍‌, ୨୦୨୨ ଉପସ୍ଥାପନ କରିଥିଲେ। ଆତଙ୍କବାଦ ଭଳି ଗଣବିଧ୍ୱଂସୀ ଅସ୍ତ୍ର ଦେଶ ପାଇଁ ବଡ଼ ବିପଦ ଏହା ସବୁ ସଦସ୍ୟ ସ୍ବୀକାର କରୁଥିବା ଜୟଶଙ୍କର କହିଥିଲେ। ବର୍ତ୍ତମାନର ଆଇନରେ ଅସ୍ତ୍ର ବ୍ୟବସାୟ ଉପରେ କଟକଣା ଥିବାବେଳେ ଏହାର ନିର୍ମାଣରେ ପୁଞ୍ଜିନିବେଶ ଲାଗି କୌଣସି କଟକଣା ନାହିଁ। ତେଣୁ ଏଥିପାଇଁ ଆଇନର ଆବଶ୍ୟକତା ରହିଛି। ମନିଲଣ୍ଡରିଂ ମାମଲାରେ ଶିବସେନା ଏମ୍‌ପି ସଞ୍ଜୟ ରାଉତ ଗିରଫ ହେବା ସମେତ ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ଦଳଗୁଡ଼ିକର ହୋହଲ୍ଲା ମଧ୍ୟରେ ରାଜ୍ୟ ସଭାରେ ବିଲ୍‌ ବାଚନିକ ମତରେ ଗୃହୀତ ହୋଇଥିଲା। ଗତ ଏପ୍ରିଲରେ ଉକ୍ତ ବିଲ୍‌ ଲୋକ ସଭାର ଅନୁମୋଦନ ଲାଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?