ସ୍ବତନ୍ତ୍ର ଢଙ୍ଗରେ ପୋଷା କୁକୁରର ଅନ୍ତିମ ସଂସ୍କାର

ପାରଳାଖେମୁଣ୍ଡି,୮।୮(ଡି.ଏନ.ଏ.): ଗଜପତି ଜିଲାର ପାରଳାଖେମୁଣ୍ଡିଠାରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ପୋଷା କୁକୁର ମୃତ୍ୟୁରେ ପରିବାରର ଜଣେ ସଦସ୍ୟଙ୍କୁ ହରାଇବା ଭଳି ତା’ ମାଲିକ ଶୋକ ପ୍ରକାଶ କରିବା ସହ ବାଜା ବଜାଇ ସ୍ବତନ୍ତ୍ର ଢଙ୍ଗରେ ଅନ୍ତିମ ବିଦାୟ ଦେଇଛନ୍ତି।
ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିର ଆନ୍ଧ୍ର ବ୍ୟାଙ୍କ ନିକଟରେ ରହୁଥିବା ଟୁନୁ ଗୌଡ଼ ନାମକ ଜଣେ ବ୍ୟକ୍ତିଙ୍କ ପୋଷା କୁକୁର ଅଞ୍ଜଳିର ମୃତ୍ୟୁ ଘଟିଥିଲା। କୁକୁରର ମୃତ୍ୟୁରେ ଟୁନୁଙ୍କ ପରିବାର ଶୋକରେ ଭାଙ୍ଗିପଡିଥିଲେ। କୁକୁରର ଅନ୍ତିମ ଯାତ୍ରା ପାଇଁ ଫୁଲରେ ସୁସଜିତ ଏକ ଗାଡିର ବନ୍ଦୋବସ୍ତ କରାଯାଇଥିଲା। ଗାଡିରେ କୁକୁରର ମୃତଦେହ ରଖାଯିବା ସହ ବାଜା ବଜାଇ ସହର ପରିକ୍ରମା କରାଯାଇଥିଲା। ପରେ ମୃତଦେହକୁ ଶ୍ମଶାନ ଘାଟ ନିଆଯାଇଥିଲା। ସେଠାରେ ଅଞ୍ଜଳିର ଅନ୍ତିମ ସଂସ୍କାର କରାଯାଇଥିଲା। ଟୁନୁଙ୍କ ପଶୁଙ୍କ ପ୍ରତି ଭଲପାଇବା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri