ଶୋଭାଯାତ୍ରାରେ ଦମ୍ପତିଙ୍କ ଶେଷଯାତ୍ରା

ସମ୍ବଲପୁର,୩୧ା୧୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଡଙ୍ଗାପାଲ ଗ୍ରାମର ବୃଦ୍ଧ ଦମ୍ପତି କାର୍ତ୍ତିକ ପ୍ରଧାନ ଓ ଅନସୂୟାଙ୍କ ଶୋଭାଯାତ୍ରା ସହ ଜୀବନର ଶେଷଯାତ୍ରା ସମ୍ପନ୍ନ ହୋଇଛି। ଗାଁ ମଶାଣିରେ ଗୋଟିଏ ଜୁଇରେ ଜଳିଛି ଉଭୟଙ୍କ ମୃତଶରୀର। ଦୁଲଦୁଲି ବାଜା, ଘଣ୍ଟ, ଶଙ୍ଖ ନାଦ ସହ ଗାଁଦାଣ୍ଡଠାରୁ ମଶାଣି ପର୍ଯ୍ୟନ୍ତ ଲୋକାରଣ୍ୟ ହୋଇଉଠିଥିଲା। ସମସ୍ତଙ୍କ ମୁହଁରେ ଗୋଟିଏ କଥା ଭାଗ୍ୟବାନ ଏହି ବୃଦ୍ଧ ଦମ୍ପତି, ଏକାଠି ହୋଇ ଜୀବନ ବିତାଇଲେ, ଶେଷରେ ଏକାଠି ହୋଇ ଆରପାରିକି ଚାଲିଗଲେ। ଶୁକ୍ରବାର ବୁର୍ଲା ମେଡିକାଲରେ ଅନସୂୟାଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ଗାଁକୁ ଅଣାଯାଇଥିଲା। ଘରେ କାର୍ତ୍ତିକଙ୍କ ମୃତଦେହ ଗତକାଲିଠାରୁ ରହିଥିଲା। ପ୍ରଥମେ ଅନସୂୟା ଓ ପରେ କାର୍ତ୍ତିକଙ୍କ କୋକେଇ ମଶାଣିକୁ ଶୋଭାଯାତ୍ରାରେ ବାହାରିଥିଲା। ଗାଁ ପରିକ୍ରମା ପରେ ଗାଁ ଦେବୀ ମନ୍ଦିରରେ ଦେଇ ମଶାଣିରେ ପହଞ୍ଚତ୍ଥିଲା। ଗାଁ ପ୍ରତ୍ୟେକ ଘର ସମ୍ମୁଖରେ ମହିଳାପୁରୁଷ ଛିଡା ହୋଇ ଶେଷ ଦର୍ଶନ କରିଥିଲେ। ଅପରାହ୍ନ ପ୍ରାୟ ୪ଟା ସମୟରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ଝିଅ ପ୍ରଭାତୀ ମୁଖାଗ୍ନି ଦେଇଥିଲେ। ଗରିବ ଶ୍ରେଣୀର ହୋଇଥିବାରୁ ଗ୍ରାମବାସୀ ସହଯୋଗ କରିଥିଲେ। ସ୍ଥାନୀୟ ସରପଞ୍ଚ ବାସନ୍ତି ପ୍ରଧାନ, ସମିତି ସଭ୍ୟ ଜୟନ୍ତ ପ୍ରଧାନ ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ହରିଶ୍ଚନ୍ଦ୍ର ଯୋଜନାରେ ଟଙ୍କା ଦେବା ସହ ଯଥାସମ୍ଭବ ସହାୟତା କରିଥିଲେ। ଭାଜପା ନେତା ଦେବେନ୍ଦ୍ର ମହାପାତ୍ର ମଧ୍ୟ ମେଡିକାଲରେ ପହଞ୍ଚତ୍ ମୃତଦେହ ଘରକୁ ପହଞ୍ଚାଇବାରେ ସହଯୋଗ କରିଥିଲେ। ସୂଚନାଯୋଗ୍ୟ, ଗୁରୁବାର ସନ୍ଧ୍ୟାରେ ବହୁଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିବା କାର୍ତ୍ତିକ ଘରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ଅନ୍ୟପଟେ ସ୍ତ୍ରୀ ଅନସୂୟା ଦୁଇଦିନ ପୂର୍ବରୁ ହଠାତ୍‌ ତଳେ ପଡିଯାଇ ଆହତ ହୋଇଥିଲେ। ବୁର୍ଲା ମେଡିକାଲରେ ଚିକିତ୍ସିତ ଅବସ୍ଥାରେ ସନ୍ଧ୍ୟାରେ ତାଙ୍କର ମୃତ୍ୟୁ ଘଟିଥିଲା। ଉଭୟଙ୍କ ମୃତ୍ୟୁ ପ୍ରାୟ ୫ରୁ ୭ ମିନିଟ ବ୍ୟବଧାନରେ ହୋଇଥିବା ପରିବାର ବର୍ଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri