ଛତିଶଗଡ଼ରେ ଶେଷକୃତ୍ୟ, ପରିବାର ସାମିଲ

ସମ୍ବଲପୁର,୧୪ା୫(ବ୍ୟୁରୋ): ଛତିଶଗଡ଼ର ରାୟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ବିମାନବନ୍ଦରଠାରେ ଶୁକ୍ରବାର ରାତିରେ ହେଲିକପ୍ଟର ଦୁର୍ଘଟଣାରେ ଦୁଇ ପାଇଲଟ୍‌ଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଜଣେ ଓଡ଼ିଆ ପାଇଲଟ ଭାବେ ସମ୍ବଲପୁର ସଦର ଥାନା ବାହାମ ଗ୍ରାମର ଗୋପାଳକୃଷ୍ଣ ପଣ୍ଡା (୫୮) ରହିଛନ୍ତି। ଅନ୍ୟ ଜଣେ ମୃତକ ହେଲେ ଏ.ପି. ଶ୍ରୀବାସ୍ତବ। ଏହି ଘଟଣାକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଶୋକବ୍ୟକ୍ତ କରିଛନ୍ତି। ଶନିବାର ଛତିଶଗଡ଼ରେ ଗୋପାଳକୃଷ୍ଣଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅନ୍ତିମ ସଂସ୍କାର ବେଳେ ଓଡ଼ିଶା ରାଜ୍ୟ ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ବାୟୁସେନା ଅଧିକାରୀ ଓ ଅବସରପ୍ରାପ୍ତ ଅଧିକାରୀଙ୍କ ସମେତ ପରିବାର ଲୋକ ଉପସ୍ଥିତ ଥିଲେ।
ସୂଚନା ଅନୁସାରେ, ଛତିଶଗଡ଼ ଏୟାରପୋର୍ଟରେ ଟ୍ରେନିଂ ଚାଲିଥିବା ବେଳେ ହେଲିକପ୍ଟର ଅବତରଣ କରୁଥିବା ସମୟରେ ନିଅଁା ଲାଗି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏହି ଦୁର୍ଘଟଣା ହୋଇଥିବା ସୂଚନା ଦିଆଯାଇଛି। ଖବର ପାଇ ସମ୍ବଲପୁରରେ ରହୁଥିବା ତାଙ୍କ ଭାଇ ଡାକ୍ତର ବିମଳ ପଣ୍ଡା ଓ ପରିବାର ସଦସ୍ୟ ରାୟପୁର ଯାଇଥିଲେ। ଗୋପାଳକୃଷ୍ଣ ଭୁବନେଶ୍ୱର ସୈନିକ ସ୍କୁଲରେ ପାଠପଢା ସାରିବା ପରେ ୧୯୮୭ରେ ନ୍ୟାଶନାଲ ଡିଫେନ୍ସ ଏକାଡେମୀ (ଏନ୍‌ଡିଏ)ରେ ଯୋଗଦେଇଥିଲେ। ପରେ ସେ ଭାରତୀୟ ବାୟୁସେନାରେ ଯୋଗ ଦେଇଥିଲେ। ୨୦୦୪ରେ ତାଙ୍କୁ ଉଇଙ୍ଗ୍‌ କମାଣ୍ଡର ଭାବେ ପଦୋନ୍ନତି ମିଳିଥିଲା। ୨୦୧୦ ଅଗଷ୍ଟରେ ସେ ଅବସର ନେଇଥିଲେ। ୨୦୧୨ରେ ଛତିଶଗଡ଼ ସରକାରଙ୍କ ସରକାରୀ ହେଲିକପ୍ଟର ଚଳାଇବାକୁ ସେ ନିଯୁକ୍ତି ପାଇଥିଲେ। ପଛରେ ସେ ତାଙ୍କ ସ୍ତ୍ରୀ ଓ ଦୁଇ ଝିଅପୁଅଙ୍କୁ ଛାଡ଼ିଯାଇଛନ୍ତି। ଆମେ ଜଣେ ମୁରବିଙ୍କୁ ହରାଇଲୁ ବୋଲି ପରିବାରବର୍ଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?