ଉଚ୍ଛେଦ ପାଇଁ ସଜବାଜ

ଅନୁଗୋଳ ଅଫିସ, ୨୬।୭ ଅନୁଗୋଳ ସହର ରାଜା ଛକରୁ ଥାନା ଛକ ରାସ୍ତା ପାର୍ଶ୍ୱକୁ ଜବରଦଖଲ କରି ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କ ମଧ୍ୟରେ ପଶିଛି ଛନକା। ଏହି ଜବରଦଖଲ କାରଣରୁ ରାସ୍ତାରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଏପରି କି ଏହି ରାସ୍ତା ପାର ହେବାକୁ ସନ୍ଧ୍ୟା ସମୟରେ ପ୍ରାୟ ଅଧଘଣ୍ଟା ଲାଗିଯାଉଥିବା ନେଇ ଗତ ୨୪ ତାରିଖ ‘ଧରିତ୍ରୀ’ରେ ଖବର ପ୍ରକାଶ ପରେ ପ୍ରଶାସନର ଚେତା ପଶିଛି। ଏଠାରେ ଜବରଦଖଲ ଉଚ୍ଛେଦ ପାଇଁ ପୌର ପ୍ରଶାସନ ପକ୍ଷରୁ ସଜବାଜ ଆରମ୍ଭ ହୋଇଥିବାରୁ ଜବରଦଖଲକାରୀ ତାହାକୁ ରୋକିବାକୁ ଜୋରଦାର ଉଦ୍ୟମ କରୁଥିବା ଚର୍ଚ୍ଚା ହେଉଛି।
ପ୍ରକାଶ ଯେ, ରାଜା ଛକରୁ ଥାନା ଛକ ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ୱରେ ଥିବା ସରକାରୀ ଜାଗାକୁ କେତେଜଣ ମୁଷ୍ଟିମେୟ ବ୍ୟକ୍ତି ଓ ରାଜନେତା ନିଜ ଅକ୍ତିଆରରେ ରଖି ତାହାକୁ ଦଲାଲଙ୍କ ଜରିଆରେ ବ୍ୟବସାୟୀଙ୍କୁ ଭଡ଼ାରେ ଦେଇଛନ୍ତି। ଫଳରେ ଏହି ରାସ୍ତାରେ ଟ୍ରାଫିକ ଯନ୍ତ୍ରଣା ଦେଖାଦେବା ସହ ସାଧାରଣ ଲୋକ ଓ ଆମ୍ବୁଲାନ୍ସ ଯାତାୟାତରେ ସମସ୍ୟା ଉପୁଜୁଛି। ତେଣୁ ଉକ୍ତ ରାସ୍ତାରୁ ଜବରଦଖଲ ଉଚ୍ଛେଦ କରିବାକୁ ବିଭିନ୍ନ ମହଲରୁ ଦାବି କରାଯାଇଥିଲା। ଏଭଳି କି ସେଠାରେ ଜବରଦଖଲ କରି ସରକାରୀ ଜାଗାକୁ ରଖିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ବଢ଼ୁଥିଲା। ଏ ନେଇ ଅନୁଗୋଳ ପୌରପାଳିକା ପକ୍ଷରୁ ମଧ୍ୟ ପ୍ରସ୍ତୁତି ଆରମ୍ଭ ହୋଇଛି। ଉକ୍ତ ସରକାରୀ ଜାଗାରେ ଥିବା ଜବରଦଖଲକୁ ବରଦାସ୍ତ କରାଯିବ ନାହିଁ। ଏହି ସ୍ଥାନରେ ଥିବା ଦୋକାନକୁ ଉଚ୍ଛେଦ କରାଯିବ ବୋଲି ଅନୁଗୋଳ ପୌର ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ ସୂଚନା ଦେଇଛନ୍ତି। ଥାନା ଛକ ଠାରୁ ରାଜା ଛକ ପର୍ଯ୍ୟନ୍ତ ଥିବା ରାସ୍ତାରେ ସ୍ବତନ୍ତ୍ର ପ୍ରକଳ୍ପ କରାଯାଇ ସୌନ୍ଦର୍ଯ୍ୟକରଣ କରାଯିବ। ସହରର ପ୍ରବେଶ ପଥ ହୋଇଥିବାରୁ ସେଠାରେ ଆଖି ଝଲସିବା ଭଳି ଉନ୍ନତିକରଣ ହେବ। ଏ ନେଇ ସେଠାରେ ଥିବା ବ୍ୟବସାୟୀଙ୍କୁ ଉଠିବାକୁ କୁହାଯାଇଛି। ଯଦି ସେମାନେ ଜାଗା ଖାଲି ନ କରନ୍ତି, ତେବେ ଉକ୍ତ ସ୍ଥାନରୁ ଉଚ୍ଛେଦ କରାଯିବ ବୋଲି ଚେତାବନୀ ଦିଆଯାଇଥିବା ନିର୍ବାହୀ ଅଧିକାରୀ କହିଛନ୍ତି। ସେଠାରେ ବ୍ୟବସାୟ କାରଣରୁ ଅପରିଷ୍କାର ପରିବେଶ ସୃଷ୍ଟି ହେଉଛି। ଏହାକୁ ଦୃଷ୍ଟିରେ ରଖି ଉକ୍ତ ସ୍ଥାନକୁ ରାଜସ୍ବ ବିଭାଗକୁ କହି ମାପଚୁପ କରାଯାଇଛି। ଖୁବ୍‌ଶୀଘ୍ର ଉକ୍ତ ରାସ୍ତାର ସୌନ୍ଦର୍ଯ୍ୟକରଣ ପାଇଁ ଟେଣ୍ଡର ବାହାରିବ। ଏହାପରେ ସେଠାରୁ ଯଦି ବ୍ୟବସାୟୀ ଉଠି ନ ଥିବେ, ଦୋକାନଗୁଡ଼ିକୁ ଉଚ୍ଛେଦ କରାଯିବ ବୋଲି ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri