ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ ପ୍ରଶାସନିକ ବ୍ୟବସ୍ଥାର ବିକଳ ଚିତ୍ରକୁ ଉଜାଗର କରୁଛି। ସମ୍ବଲପୁର ଜିଲାର ଜମନକିରା ବ୍ଲକ ଅନ୍ତର୍ଗତ ଟିକିଲିପଡ଼ା ପଞ୍ଚାୟତର ବାଦିବାହାଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ଦିନ ଧରି ଗୃହ ସମସ୍ୟା ଲାଗିରହିଥିବାରୁ କୋମଳମତି ଶିଶୁମାନେ ଜୀବନକୁ ବାଜି ଲଗାଇ ବିପଦପୂର୍ଣ୍ଣ ପରିବେଶରେ ପାଠ ପଢ଼ିବାକୁ ବାଧ୍ୟ ହେଉଛନ୍ତି।

ବିଦ୍ୟାଳୟର ଦୁଇଟି ମୁଖ୍ୟ ଶ୍ରେଣୀ କୋଠରୀର ଛାତ ଏବଂ କାନ୍ଥରେ ଚାରିପଟେ ଫାଟ ସୃଷ୍ଟି ହୋଇ ଏହା ଅତ୍ୟନ୍ତ ସଙ୍କଟାପନ୍ନ ସ୍ଥିତିରେ ପହଞ୍ଚିଛି। ବିଶେଷକରି ବର୍ଷା ଦିନରେ ଛାତରୁ ଅବିରତ ପାଣି ଗଳିବା ସହ କାନ୍ଥ ଓ ଛାତରୁ ପ୍ଲାଷ୍ଟର ଖସୁଥିବାରୁ ଯେକୌଣସି ମୁହୂର୍ତ୍ତରେ ବଡ଼ ଧରଣର ଅଘଟଣ ଘଟିବାର ଆଶଙ୍କା ସୃଷ୍ଟି ହୋଇଛି।

ଅପରପକ୍ଷେ, ଅନ୍ୟ ଏକ ଶ୍ରେଣୀ କୋଠରୀ ସମ୍ପୂର୍ଣ୍ଣ ଜରାଜୀର୍ଣ୍ଣ ଓ ଅବ୍ୟବହୃତ ଅବସ୍ଥାରେ ପଡ଼ିରହିଛି। ଶ୍ରେଣୀଗୃହର ଘୋର ଅଭାବ ଯୋଗୁଁ ଶିଶୁ ବାଟିକାଠାରୁ ଆରମ୍ଭ କରି ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀୀଛାତ୍ର ମାତ୍ର ଗୋଟିଏ କୋଠରୀରେ କିମ୍ବା ବାଧ୍ୟ ହୋଇ ବାହାର ବାରଣ୍ଡା ଚଟାଣରେ ଏକାଠି ବସି ପାଠ ପଢ଼ୁଛନ୍ତି। ଫଳରେ ଏଠାରେ ଶିକ୍ଷାଦାନ ବ୍ୟବସ୍ଥା ଚରମ ଭାବେ ବ୍ୟାହତ ହେଉଛି।

ଏହି ସଙ୍ଗୀନ ସମସ୍ୟା ସମ୍ପର୍କରେ ବିଦ୍ୟାଳୟ ପରିଚାଳନା କମିଟି ତଥା ଗ୍ରାମବାସୀଙ୍କ ପକ୍ଷରୁ ବ୍ଲକ ପ୍ରଶାସନ ଓ ଶିକ୍ଷା ବିଭାଗକୁ ବାରମ୍ବାର ଲିଖିତ ଭାବେ ଅବଗତ କରାଯାଇଥିଲେ ହେଁ ଦୀର୍ଘ ଦିନ ଧରି କୌଣସି ପ୍ରତିକାର କରାଯାଇନାହିଁ।

ଏ ସଂକ୍ରାନ୍ତରେ ସମ୍ବଲପୁର ଜିଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇଙ୍କୁ ପଚାରିବାରୁ ସେ ପ୍ରତିକ୍ରିୟାରେ କହିଛନ୍ତି ଯେ, କେନ୍ଦ୍ରୀୟ ଯୋଜନା ତଥା ରାଜ୍ୟ ସରକାରଙ୍କ ବିଜୁ ରାମଜୀ ଯୋଜନା ମାଧ୍ୟମରେ ଉକ୍ତ ବିଦ୍ୟାଳୟରେ ନୂତନ ଶ୍ରେଣୀ କୋଠରୀ ନିର୍ମାଣ ପାଇଁ ଖୁବ୍‌ ଶୀଘ୍ର ବିହିତ ପଦକ୍ଷେପ ଗ୍ରହଣ କରାଯିବ।

ପ୍ରଶାସନ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ କୋମଳମତି ଶିଶୁମାନଙ୍କୁ ଏକ ସୁରକ୍ଷିତ ଶିକ୍ଷା ପରିବେଶ ପ୍ରଦାନ କରିବାକୁ ସ୍ଥାନୀୟ ଅଭିଭାବକ ଓ ଅଞ୍ଚଳବାସୀ ଜୋରଦାର ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?