Posted inଜାତୀୟ

ଭବିଷ୍ୟତରେ ତାମିଲ ପ୍ରଧାନମନ୍ତ୍ରୀ ହୁଅନ୍ତୁ: ଶାହା

ଚେନ୍ନାଇ/ଭେଲୋର,୧୨ା୬: ଭବିଷ୍ୟତରେ ଜଣେ ତାମିଲ ଭାରତର ପ୍ରଧାନମନ୍ତ୍ରୀ ହେବା ଉଚିତ। ଅତୀତରେ ଡିଏମ୍‌କେ ଯୋଗୁ ଏପରି ସୁଯୋଗ ଦୁଇଥର ହାତଛଡ଼ା ହୋଇଛି ବୋଲି ରବିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ଚେନ୍ନାଇରେ ଆୟୋଜିତ ଭାଜପାର ଏକ ରୁଦ୍ଧଦ୍ୱାର ବୈଠକରେ ଶାହା ଦଳୀୟ କର୍ମକର୍ତ୍ତାମାନଙ୍କୁ ଆହୁରି କହିଥିଲେ, ୨୦୨୪ ଲୋକ ସଭା ନିର୍ବାଚନରେ ୨୦ରୁ ଅଧିକ ଆସନ ଦଖଲ ପାଇଁ କାର୍ଯ୍ୟ କରନ୍ତୁ। ଏହି ଲକ୍ଷ୍ୟ ହାସଲ ପାଇଁ ବୁଥ୍‌ କମିଟିଗୁଡ଼ିକୁ ମଜଭୁତ କରିବାକୁ ପଡ଼ିବ।
ଭେଲୋରରେ ଏକ ସଭାକୁ ସମ୍ବୋଧିତ କରି ଶାହା କହିଛନ୍ତି, କଂଗ୍ରେସ ଏବଂ ଡିଏମ୍‌କେ ପରିବାରବାଦ ରାଜନୀତି ଓ ଦୁର୍ନୀତିରେ ଲିପ୍ତ। ଏସବୁ ହେଲେ ‘୨ଜି, ୩ଜି, ୪ଜି’ ଦଳ। ଜଣେ ଭୂମିପୁତ୍ରଙ୍କୁ କ୍ଷମତାସୀନ କରିବା ପାଇଁ ତାମିଲନାଡୁରେ ଏହି ଦଳଗୁଡ଼ିକୁ ପ୍ରତ୍ୟାଖ୍ୟାନ କରିବା ସମୟ ଉପନୀତ ବୋଲି ଶାହା କହିଛନ୍ତି।
ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଉପଲକ୍ଷେ ଭାଜପାର ମାସବ୍ୟାପୀ କାର୍ଯ୍ୟକ୍ରମ ପାଇଁ ଶାହା ଦୁଇଦିନିଆ ଚେନ୍ନାଇ ଗସ୍ତରେ ଅଛନ୍ତି। ଶାହା ଶନିବାର ରାତିରେ ଗୁଇଣ୍ଡିସ୍ଥିତ ବିମାନବନ୍ଦରରେ ପହଞ୍ଚତ୍ ଏକ ହୋଟେଲକୁ ରହଣି ପାଇଁ ଯିବାବେଳେ ହଠାତ୍‌ ଷ୍ଟ୍ରିଟ୍‌ଲାଇଟ୍‌ ଚାଲିଯାଇଥିଲା। ଏହି ପ୍ରସଙ୍ଗକୁ ନେଇ ଭାଜପା ଏବଂ ଡିଏମ୍‌କେ ମଧ୍ୟରେ ବାକ୍‌ଯୁଦ୍ଧ ହୋଇଥିଲା। ରାଜ୍ୟ ଭାଜପା ଉପାଧ୍ୟକ୍ଷ କାରୁ ନାଗରାଜନ୍‌ ବିକ୍ଷୋଭ ପ୍ରଦର୍ଶନ କରି କହିଥିଲେ, ଏପରି ଘଟଣା ସୁରକ୍ଷାରେ ତ୍ରୁଟିକୁ ଦର୍ଶାଉଛି। ଏହାର ଗମ୍ଭୀର ତଦନ୍ତ କରାଯିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri