Posted inଜାତୀୟ

ଜେଲରେ ରହିବେ ଜି.ଏନ୍‌. ସାଇବାବା

ନୂଆଦିଲ୍ଲୀ,୧୬।୧୦(ପି.ଟି.): ମାଓବାଦୀଙ୍କ ସହ ସମ୍ପୃକ୍ତି ମାମଲାରେ ଆଜୀବନ ଜେଲଦଣ୍ଡ ଭୋଗୁଥିବା ଦିଲ୍ଲୀ ୟୁନିଭର୍ସିଟିର ପୂର୍ବତନ ପ୍ରଫେସର ଜି.ଏନ୍‌. ସାଇବାବାଙ୍କୁ ବମ୍ବେ ହାଇକୋର୍ଟ ଦୋଷମୁକ୍ତ କରିଥିବାବେଳେ ଉକ୍ତ ରାୟ ଉପରେ ସୁପ୍ରିମକୋର୍ଟ ଶନିବାର ସ୍ଥଗିତାଦେଶ ଲଗାଇଛନ୍ତି। ଫଳରେ ସାଇବାବା ଜେଲରେ ରହିବେ। ହାଇକୋର୍ଟଙ୍କ ରାୟକୁ ମହାରାଷ୍ଟ୍ର ସରକାର ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ଏନେଇ ସର୍ବୋଚ୍ଚ ଅଦାଲତ ଜି.ଏନ୍‌. ସାଇବାବାଙ୍କ ସମେତ ଅନ୍ୟ ଅଭିଯୁକ୍ତମାନଙ୍କୁ ଜବାବ ମାଗିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୮କୁ ଧାର୍ଯ୍ୟ ହୋଇଛି।

ସହ ସମ୍ପର୍କ ଅଭିଯୋଗରେ ଗିରଫ ହେବାର ୮ ବର୍ଷ ପରେ ପୂର୍ବତନ ପ୍ରଫେସର ସାଇବାବାଙ୍କୁ ଶୁକ୍ରବାର ବମ୍ବେ ହାଇକୋର୍ଟ ଦୋଷମୁକ୍ତ କରିଥିଲେ। ୫୨ ବର୍ଷୀୟ ସାଇବାବାଙ୍କୁ ବେଆଇନ କାର୍ଯ୍ୟକଳାପ ନିବାରଣ ଆଇନ (ୟୁଏପିଏ) ବଳରେ ଗିରଫ କରିବା ଅବୈଧ। ତାଙ୍କୁ ଖଲାସ କରାଯାଉ ବୋଲି ହାଇକୋର୍ଟ ନାଗପୁର କେନ୍ଦ୍ରୀୟ କାରାଗାରକୁ ନିର୍ଦ୍ଦେଶ ଦେଇଥିଲେ। ଶନିବାର ସୁପ୍ରିମକୋର୍ଟର ୨ ଜଣିଆ ଖଣ୍ଡପୀଠ ସ୍ବତନ୍ତ୍ର ଶୁଣାଣି କରି ହାଇକୋର୍ଟଙ୍କ ରାୟକୁ ସ୍ଥଗିତ ରଖିଛନ୍ତି।

ଅଣକାର୍ଯ୍ୟଦିବସରେ ବିଚାରପତି ଏମ୍‌.ଆର୍‌. ଶାହା ଏବଂ ବେଲା ଏମ୍‌. ତ୍ରିବେଦୀ ପିଟିଶନର ଶୁଣାଣି କରିଥିଲେ। ସ୍ବାସ୍ଥ୍ୟଗତ କାରଣ ଓ ଶାରୀରିକ ଅକ୍ଷମତା କାରଣରୁ ତାଙ୍କୁ ଗୃହବନ୍ଦୀ ରଖାଯିବା ଲାଗି ସାଇବାବା କରିଥିବା ଆବେଦନକୁ ଖଣ୍ଡପୀଠ ଖାରଜ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଗାଡ଼ିରୁ ଡେଇଁଲେ ଯାତ୍ରୀ! ଏହି ସମୟରେ ପିଟିଦେଲା ଅନ୍ୟ ଏକ ଟ୍ରେନ, ୪ମୃତ

ଭୋପାଳ,୧୪।୬: ମଧ୍ୟପ୍ରଦେଶର ମୋରେନାରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିବାର ଗୁଜବ ଶୁଣି ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri