ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା ସହ ଶୀତଳତମ ସହର ଭାବେ ପରିଚିତ। ରାଜ୍ୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଜି.ଉଦୟଗିରିରେ ଶନିବାର ୫.୪ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ରବିବାର ସକାଳ ୮ ଟା ସୁଦ୍ଧା ତାପମାତ୍ରା ୪.୪ ଡିଗ୍ରୀ ରେକର୍ଡ କରାଯାଇଛି। ଯାହା ରାଜ୍ୟର ସର୍ବନିମ୍ନ ତାପମାତ୍ରା ରହିଛି। ସରକାରୀ ସୂଚନା ଅନୁସାରେ ସେମିଳିଗୁଡ଼ା ୬.୧,ରାଉରକେଲା ୭.୨,ଦାରିଙ୍ଗବାଡ଼ି ୭.୫,ଝାରସୁଗୁଡ଼ା ୭.୬,ଫୁଲବାଣୀ ୮ ଡିଗ୍ରୀ ସେଲସିୟସ ସହ ସର୍ବନିମ୍ନ ତାପମାତ୍ରା ରେକର୍‌ କରାଯାଇଛି। କିଛି ଦିନର ଲୁଚକାଳି ପରେ ଜି.ଉଦୟଗିରି ରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ଯେତେ ଶୀତ ବସ୍ତ୍ର ପିନ୍ଧିଲେ ମଧ୍ୟଗାଁ ଠାରୁ ସହର ପର୍ଯ୍ୟନ୍ତ ଲୋକଙ୍କ ପାଇଁ ଶୀତ ଦାଉରୁ ରକ୍ଷା ପାଇବାକୁ ନିଆଁ ହିଁ ଏକମାତ୍ର ସାହାଭରସା ବୋଲି ଅଞ୍ଚଳବାସୀଙ୍କ ମଧ୍ୟରେ ଚର୍ଚ୍ଚା ଚାଲିଛି। ଭୋର୍‌ ସକାଳୁ ଯୁବପିଢ଼ି ବ୍ୟାୟମ କରି ଶୀତ ସହ ସଙ୍ଘର୍ଷ କରୁଥିବା ବେଳେ ଶୀତର ମଜା ନେଉଛନ୍ତି। ସ୍ଥାନୀୟ ଅଞ୍ଚଳରେ ଥିବା ବିଭିନ୍ନ ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ଗୁଡ଼ିକରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳୁଛି। ଜି.ଉଦୟଗିରିରେ ଆଗକୁ ଆହୁରି ତାପମାତ୍ରା କମିବା ସହ ପ୍ରବଳ ଶୀତ ହେବ ଓ ତୁଷାରପାତ ହେବ ବୋଲି ବୁଦ୍ଧିଜିବୀ ମହଲରେ ଆଲୋଚନା ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ

ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ…

ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…

ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri