ଜି.ଉଦୟଗିରି ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ଦୀପକ କୁମାର ନିର୍ବାଚିତ

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବାର୍‌ ଆସୋସିଏଶନର ୨୦୨୫-୨୬ ବର୍ଷ ନିମନ୍ତେ ସୁଚାରୁ ରୂପେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ମହିଳା ଆଇନଜୀବୀ ପୁଷ୍ପାଶ୍ରୀ ରାଉତରାୟ ନିର୍ବାଚନ ଅଧିକାରୀ ଭାବେ ନିର୍ବାଚନ ପରିଚାଳନା କରିଥିଲେ। ସଭାପତି ଓ ଉପସଭାପତି ପଦବୀ ନିମନ୍ତେ ଦୁଇଦୁଇ ଜଣ ପ୍ରାର୍ଥୀ ନିଜ ପ୍ରାର୍ଥୀପତ୍ର ଦାଖଲ କରିବା ଫଳରେ ଭୋଟିଂ ହୋଇଥିଲା।

ସମୁଦାୟ ୬୩ଜଣ ଆଇନଜୀବୀଙ୍କ ମଧ୍ୟରୁ ୫୩ ଜଣ ମତଦାନ କରିଥିଲେ। ସଭାପତି ପଦବୀ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଆଇନଜୀବୀ ପ୍ରତାପ କୁମାର ନାୟକ ୨୨ ଖଣ୍ଡ ଭୋଟ ପାଇଥିବା ବେଳେ ଆଇନଜୀବୀ ଦୀପକ କୁମାର ଭରଦ୍ବାଜ ୩୧ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଛନ୍ତି।

ଉପସଭାପତି ଆସନ ନିମନ୍ତେ ଶୁଭ୍ରାଂଶ ନାୟକ ୨୬ଟି ଭୋଟ ପାଇଥିବା ବେଳେ ସୁଶୀଲ କୁମାର ପାଣିଗ୍ରାହୀ ୨୭ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଛନ୍ତି। ସମ୍ପାଦକ, ସହ ସମ୍ପାଦକ, କୋଷାଧ୍ୟକ୍ଷ, କାର୍ଯ୍ୟକାରୀଣୀ ସଦସ୍ୟ ଭାବେ ଅନ୍ୟକେହି ପ୍ରାର୍ଥୀପତ୍ର ଦାଖଲ କରି ନ ଥିଲେ ଫଳରେ ଜି.ଉଦୟଗିରି ଓକିଲ ସଂଘ ସମ୍ପାଦକ ଭାବେ ଅଜିତ କୁମାର ଦିଗାଲ, ସହ ସମ୍ପାଦକ ବୁଲୁ ସାହେବ ସେଠୀ, କୋଷାଧ୍ୟକ୍ଷ ବ୍ରଜମୋହନ ପାତ୍ର, କାର୍ଯ୍ୟକାରୀଣୀ ସଦସ୍ୟ ଭାବେ ଧୀରଜ କୁମାର ପ୍ରଧାନ, ଅଶ୍ୱିନ କୁମାର ଦିଗାଳ ସର୍ବସମ୍ମତିକ୍ରମେ ନିର୍ବାଚିତ ହୋଇଥିବା ନିର୍ବାଚନ ଅଧିକାରୀ ପୁଷ୍ପାଶ୍ରୀ ରାଉତରାୟ ପ୍ରକାଶ କରିଛନ୍ତି। ନୂତନ ସଭାପତି ଦୀପକ କୁମାର ଭରଦ୍ବାଜ ନିଜ ପ୍ରତିକ୍ରିୟାରେ କହିଛନ୍ତି, ଜି.ଉଦୟଗିରିଠାରେ ଏଡିଜେ କୋର୍ଟ ଓ ଉପଜିଲାପାଳ କାର୍ଯ୍ୟାଳୟ ଖୋଲିବା ପାଇଁ ସରକାରଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri