ପ୍ରବଳ ଶୀତରେ ଥରୁଛି ଜି.ଉଦୟଗିରି, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୯ା୧(ଶିଶିର ପଟ୍ଟନାୟକ): ରାଜ୍ୟର ଶୀତଳ ସହର ଜି.ଉଦୟଗିରି ସହରରେ ୧୫ ଦିନ ହେବ ଶୀତର ପକୋପ ଜାରି ରହିଛି । ଗୁରୁବାର ସର୍ବନିମ୍ନ ତାପମାତ୍ରା ୫. ୨ ଡିଗ୍ରୀ ରହିଛି । ରାଜ୍ୟର ସବୁଠାରୁ ଶୀତର ସହର ଭାବେ ଆଜି ମଧ୍ୟ ଚିହ୍ନଟ ହୋଇଛି। ଅଧିକାଂଶ ସମୟରେ ରାଜ୍ୟର ସବୁଠାରୁ ସର୍ବନିମ୍ନ ତାପମାତ୍ରା ରହୁଥିବା ଯୋଗୁ ସରକାର ଜି. ଉଦୟଗିରିକୁ ଶୀତଳ ସହର ଭାବେ ଘୋଷଣା କରି ଏଠାରେ ଶୀତ ମହୋତ୍ସବ କରିବା ପାଇଁ ବ୍ୟବସାୟୀ ସଂଘ ସଭାପତି ସମୀର କୁମାର ପାଢୀ, ସମ୍ପାଦକ ଅରୁଣ କୁମାର ଶାଢଙ୍ଗୀ, ଯୋଗ ଗୁରୁ ବଟକୃଷ୍ଣ ଦାଶ, ମଟର କର୍ମଚାରୀ ସଂଘର ସଭାପତି ରାଜେନ୍ଦ୍ର ମହାପାତ୍ର। ହୋଟେଲଗୁଡ଼ିକ ତରଫରୁ ଗୋପାଳକୃଷ୍ଣ ମହାପାତ୍ର, କ୍ରିଷ୍ଣା କୁମାର ପଣ୍ଡା ପ୍ରମୁଖ ଦାବି କରିଛନ୍ତି ଏବଂ ଜି.ଉଦୟଗିରିକୁ ସ୍ବତନ୍ତ୍ର ଇକୋ ପର୍ଯ୍ୟଟନସ୍ଥଳୀ ଘୋଷଣା କରିବାକୁ ଦାବି କରିଛନ୍ତି। ପ୍ରବଳ ଶୀତ ଓ ଘନ କୁହୁଡ଼ି ଯୋଗୁ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହେଉଛି। ଘନ କୁହୁଡ଼ି ଯୋଗୁ ଯାନବାହନ ଚଳାଚଳରେ ଅସୁବିଧା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଓଡ଼ିଆରେ ନବୀନଙ୍କୁ ଟାର୍ଗେଟ କଲେ ମୋଦି, ସମସ୍ତେ କାବା!

ନୂଆଦିଲ୍ଲୀ,୧୩।୧: ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ବାକ୍ଷର ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି ।...

ଧାନ ବିକ୍ରି ପରେ ବି ମିଳୁନି ଚାଷୀଙ୍କୁ ପ୍ରାପ୍ୟ: କଳାହାଣ୍ଡିରେ ତେଜିଲା ଚାଷୀ ଆନ୍ଦୋଳନ

କର୍ଲାମୁଣ୍ଡା:୧୩।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ପକ୍ଷରୁ ଚାଲିଥିବା ରେଗଡ଼ା ମଣ୍ଡିରେ ଚାଷୀ ଧାନ ବିକ୍ରି...

ଲେବୁଲ୍‌ କ୍ରସିଂରୁ ବୋଲେରୋକୁ କାବୁକଲା ଅବକାରୀ ବିଭାଗ: ମିଳିଲା ପୁଳାପୁଳା ଘଞ୍ଜେଇ

ନିରାକାରପୁର,୧୩।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଅବକାରୀ ବିଭାଗକୁ ଏକ ବଡ଼ ସଫଳତା ମିଳିଛି। ନିରାକାରପୁର ଥାନା ନାକତଳୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ...

ସାରା ଓଡ଼ିଶାରେ ଶୁଭୁଛି chi chi chi re nani chi, ରହସ୍ୟ ଜାଣି ହେବେ ତାଜୁବ!

ଭୁବନେଶ୍ୱର,୧୩।୧: ଛି ଛି ଛିରେ ନନୀ ଛି ଛି’…ଏବେ ଯେଉଁଠି ଶୁଣିବ ସେଇଠି ଶୁଭୁଛି ଏଇ ଗୀତ। ପିଲାଠୁ ବୁଢା ଯାଏ ସବୁଠି ଧନକେ ଦେଖିଲୁ...

କଳାହାଣ୍ଡି ଉତ୍ସବ ପୂର୍ବରୁ ମନ ମୋହିଲା ପଥୋତ୍ସବ

ଭବାନୀପାଟଣା,୧୩ା୧(ଉତ୍ତମ କୁମାର ଦାଶ)- ଭବାନୀପାଟଣାଠାରେ ଜିଲା ସ୍ତରୀୟ କଳାହାଣ୍ଡି ଉତ୍ସବ ‘ଘୁମୁରା’ ଉପଲକ୍ଷେ ରବିବାରଠାରୁ ଆରମ୍ଭ ହୋଇଛି ପଥୋତ୍ସବ। କଳାହାଣ୍ଡିର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା...

ସଂଗ୍ରାମୀଙ୍କୁ ୨୦ ହଜାର ପେନ୍‌ଶନ୍‌: ଆଇନ ମନ୍ତ୍ରୀ କହୁକହୁ କହିଦେଲେ ପୂର୍ବ ସରକାରର

ଭୁବନେଶ୍ୱର,୧୩।୧:ସଂଗ୍ରାମୀଙ୍କୁ ୨୦ ହଜାର ପେନ୍‌ଶନ୍‌ ନିଷ୍ପତ୍ତି ପ୍ରସଙ୍ଗରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ୧୯୭୫ରୁ ୧୯୭୭ ମଧ୍ୟରେ ବହୁ ଲୋକ...

ଭୁବନେଶ୍ବର ଯାଆଁଳା ଫାଣ୍ଡି ପାଖରେ ଦୁର୍ଘଟଣା; ୨ ମୃତ

ଭୁବନେଶ୍ୱର, ୧୩।୧: ଭୁବନେଶ୍ୱର ଉପକଣ୍ଠ ଯାଆଁଳା ଫାଣ୍ଡି ପାଖରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣ ପ୍ରାଣ ହରାଇଥିବା ବେଳେ ଜଣେ ଗୁରୁତର ଆହତ...

ଧରାପଡ଼ିଲା ୯ କୋଟିରୁ ଊଦ୍ଧର୍‌ବ ଗଞ୍ଜେଇର ସତ :ଜର୍ମାନୀରୁ ମାଲେସିଆ ଦେଇ ଆସିଥିଲା ଭାରତ

ଭୁବନେଶ୍ୱର,୧୩।୧: ଭୁବନେଶ୍ବର ବିମାନ ବନ୍ଦରରୁ ୯ କୋଟିରୁ ଊଦ୍ଧର୍‌ବ ଗଞ୍ଜେଇ ଜବତ ମାମଲାରେ ଏବେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଚୋରା ଚାଲାଣ ପଛରେ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri