ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ଅଞ୍ଚଳ, ତାପମାତ୍ରା ରହିଛି…

ଜି.ଉଦୟଗିରି,୧୦ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ସହ ପ୍ରବଳରୁ ଅତି ପ୍ରବଳ ଶୀତ ଅନୁଭୂତ ହେଉଛି। ରବିବାର ସନ୍ଧ୍ୟାଠାରୁ ଶୀତ କ୍ରମଶଃ ବୃଦ୍ଧି ଘଟିଛି।

ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ସୋମବାର ୮.୪ ଡିଗ୍ରୀ ସେଲସିୟସ୍‌ ସହ ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ରହିଥିବା ରେକର୍ଡ କରାଯାଇଛି। ଜି.ଉଦୟଗିରିରେ ତାପମାତ୍ରା ୮.୪ ଡିଗ୍ରୀ ସେଲସିୟସ୍‌ ରହିଥିବା ବେଳେ, ଦାରିଙ୍ଗବାଡ଼ିରେ ୧୦ ଡିଗ୍ରୀ ଓ ଫୁଲବାଣୀରେ ୧୧ ଡିଗ୍ରୀ ରେକର୍ଡ ହୋଇଛି। ପାରଦ ତଳମୁହାଁ ସାଙ୍ଗକୁ ଶୀତ ସହ ପ୍ରବଳ ଜାଡ଼ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବିଗତ କିଛିବର୍ଷ ହେବ ଜି.ଉଦୟଗିରି ଅଞ୍ଚଳରେ ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ରହିବା ସହ ଅତ୍ୟଧିକ ଥଣ୍ଡା ହେଉଥିବା ବେଳେ ଏଠାରେ ପ୍ରଶାସନ ତରଫରୁ ଶୀତ ମହୋତ୍ସବର ଆୟୋଜନ ତତ୍‌ସହିତ ସ୍ଥାନୀୟ ଅଞ୍ଚଳରେ ଥିବା ସିର୍କି ଇକୋ ପାର୍କ, କାଲିଗାଡୁ ହିଲ୍‌ ଟପ୍‌, କଳିଙ୍ଗା ବଟାନିକାଲ ଗାର୍ଡେନ ଭଳି ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଗୁଡ଼ିକର ପୁନରୁଦ୍ଧାର ସହ ବିକାଶ କାର୍ଯ୍ୟ କରିବା ପାଇଁ ସମାଜସେବୀ ଅମନ ଚନ୍ଦ୍ର ନାୟକ, ହୃଷୀକେଶ ପ୍ରଧାନ, ମହିଳା ସମାଜସେବୀ ସସ୍ମିତା ମଲ୍ଲିକ ଦାବି କରିଛନ୍ତି। ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅତ୍ୟଧିକ ଥଣ୍ଡା ତୁଷାରପାତ ହେବ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି। ଜି.ଉଦୟଗିରିରେ ଶୀତର ମଜା ନେବା ପର୍ଯ୍ୟଟକଙ୍କ ସଂଖ୍ୟା ବଢୁଛି କିନ୍ତୁ ଏଠିକାର ପର୍ଯ୍ୟଟନସ୍ଥଳୀଗୁଡ଼ିକର ବିକାଶ ହୋଇ ନ ଥିବା ଦେଖି ପର୍ଯ୍ୟଟକଙ୍କ ଉତ୍ସାହ କମୁଥିବା ନେଇ ପ୍ରଶାସନ ଓ ଜନପ୍ରତିନିଧି ଙ୍କ ଆଗ୍ରହ ନ ଥିବା ନେଇ ଆଲୋଚନା ହେଉଛି।

ଅଞ୍ଚଳରେ ଶୀତର ସ୍ଥିତିକୁ ଦେଖି ରାଜ୍ୟ ସରକାର ଏଥିପ୍ରତି ଦୃଷ୍ଟି ଦେଇ ପର୍ଯ୍ୟଟନସ୍ଥଳୀଗୁଡ଼ିକର ବିକାଶ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କଲେ ଅଞ୍ଚଳରେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri