ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ଅଞ୍ଚଳ, ତାପମାତ୍ରା ରହିଛି…

ଜି.ଉଦୟଗିରି,୧୦ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ସହ ପ୍ରବଳରୁ ଅତି ପ୍ରବଳ ଶୀତ ଅନୁଭୂତ ହେଉଛି। ରବିବାର ସନ୍ଧ୍ୟାଠାରୁ ଶୀତ କ୍ରମଶଃ ବୃଦ୍ଧି ଘଟିଛି।

ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ସୋମବାର ୮.୪ ଡିଗ୍ରୀ ସେଲସିୟସ୍‌ ସହ ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ରହିଥିବା ରେକର୍ଡ କରାଯାଇଛି। ଜି.ଉଦୟଗିରିରେ ତାପମାତ୍ରା ୮.୪ ଡିଗ୍ରୀ ସେଲସିୟସ୍‌ ରହିଥିବା ବେଳେ, ଦାରିଙ୍ଗବାଡ଼ିରେ ୧୦ ଡିଗ୍ରୀ ଓ ଫୁଲବାଣୀରେ ୧୧ ଡିଗ୍ରୀ ରେକର୍ଡ ହୋଇଛି। ପାରଦ ତଳମୁହାଁ ସାଙ୍ଗକୁ ଶୀତ ସହ ପ୍ରବଳ ଜାଡ଼ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବିଗତ କିଛିବର୍ଷ ହେବ ଜି.ଉଦୟଗିରି ଅଞ୍ଚଳରେ ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ରହିବା ସହ ଅତ୍ୟଧିକ ଥଣ୍ଡା ହେଉଥିବା ବେଳେ ଏଠାରେ ପ୍ରଶାସନ ତରଫରୁ ଶୀତ ମହୋତ୍ସବର ଆୟୋଜନ ତତ୍‌ସହିତ ସ୍ଥାନୀୟ ଅଞ୍ଚଳରେ ଥିବା ସିର୍କି ଇକୋ ପାର୍କ, କାଲିଗାଡୁ ହିଲ୍‌ ଟପ୍‌, କଳିଙ୍ଗା ବଟାନିକାଲ ଗାର୍ଡେନ ଭଳି ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଗୁଡ଼ିକର ପୁନରୁଦ୍ଧାର ସହ ବିକାଶ କାର୍ଯ୍ୟ କରିବା ପାଇଁ ସମାଜସେବୀ ଅମନ ଚନ୍ଦ୍ର ନାୟକ, ହୃଷୀକେଶ ପ୍ରଧାନ, ମହିଳା ସମାଜସେବୀ ସସ୍ମିତା ମଲ୍ଲିକ ଦାବି କରିଛନ୍ତି। ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅତ୍ୟଧିକ ଥଣ୍ଡା ତୁଷାରପାତ ହେବ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି। ଜି.ଉଦୟଗିରିରେ ଶୀତର ମଜା ନେବା ପର୍ଯ୍ୟଟକଙ୍କ ସଂଖ୍ୟା ବଢୁଛି କିନ୍ତୁ ଏଠିକାର ପର୍ଯ୍ୟଟନସ୍ଥଳୀଗୁଡ଼ିକର ବିକାଶ ହୋଇ ନ ଥିବା ଦେଖି ପର୍ଯ୍ୟଟକଙ୍କ ଉତ୍ସାହ କମୁଥିବା ନେଇ ପ୍ରଶାସନ ଓ ଜନପ୍ରତିନିଧି ଙ୍କ ଆଗ୍ରହ ନ ଥିବା ନେଇ ଆଲୋଚନା ହେଉଛି।

ଅଞ୍ଚଳରେ ଶୀତର ସ୍ଥିତିକୁ ଦେଖି ରାଜ୍ୟ ସରକାର ଏଥିପ୍ରତି ଦୃଷ୍ଟି ଦେଇ ପର୍ଯ୍ୟଟନସ୍ଥଳୀଗୁଡ଼ିକର ବିକାଶ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କଲେ ଅଞ୍ଚଳରେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri