ଏନ୍‌ଏସି ଉପନିର୍ବାଚନ: ବାଜି ମାରିଲା ବିଜେଡି

ଜି ଉଦୟଗିରି ୩୦।୧୧(ଶିଶିର ପଟ୍ଟନାୟକ): ଜି ଉଦୟଗିରି ଏନ୍‌ଏସି ଅଧ୍ୟକ୍ଷ ଉପ-ନିର୍ବାଚନ ଭୋଟ ଗଣତି ଫଳାଫଳ ଗୁରୁବାର ଘୋଷଣା ହୋଇଛି । ବିଜୁ ଜନତା ଦଳର(ବିଜେଡି) ପ୍ରାର୍ଥୀନୀ ଦେବସ୍ମିତା ଶତପଥୀ ବିଜୟୀ ହୋଇଥିବା ନିର୍ବାଚନ ଅଧିକାରୀ ରଞ୍ଜନ କୁମାର ସାହୁ ଘୋଷଣା କରିଛନ୍ତି । ବିଜେଡି ପ୍ରାର୍ଥୀନୀ ଦେବସ୍ମିତା ଶତପଥୀ ୧୧୧ ଭୋଟ ପାଇଥିବା ବେଳେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାଜପା ପ୍ରାର୍ଥୀନୀ ରଞ୍ଜିତା ନାୟକ ମାତ୍ର ୭୩୭ ଭୋଟ ପାଇଛନ୍ତି। କଂଗ୍ରେସ ପ୍ରାର୍ଥୀନୀ ମଧୁଲିନା ଦିଗାଲ ୬୨୭ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି।

ନୋଟାରେ ୪୪ ଭୋଟ ପଡିଛି । ମୋଟ ୮୧୫୫ ମତଦାତାଙ୍କ ମଧ୍ୟରୁ ମାତ୍ର ୪୫୧୯ ମତଦାତା କରିଥିଲେ । ଦେବସ୍ମିତା ବିଜୟୀ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କନ୍ଧମାଳ ଏମ୍‌ପି ଅଚୁତ୍ୟ ସାମନ୍ତ, ଜି ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ଜିଲା ପର୍ଯ୍ୟବେକ୍ଷକ ବିଜୟ ନାୟକ ଓ ଏନ୍‌ଏସି ବିଜୁ ଜନତା ଦଳର କର୍ମକର୍ତ୍ତା ଓ ଜି ଉଦୟଗିରି ଏନ୍‌ଏ୍‌ସି ସମସ୍ତ ବାସିନ୍ଦାଙ୍କୁ କୃତଜ୍ଞତା ଜଣାଇଛନ୍ତି।

ଏପରିକି ସ୍ବର୍ଗତ ମା’ ପୂର୍ବତନ ଅଧ୍ୟକ୍ଷା ଭାନୁପ୍ରଭା ମିଶ୍ରଙ୍କ ଆଶୀର୍ବାଦ ଯୋଗୁ ତାଙ୍କୁ ଏଇ ଶ୍ରେୟ ମିଳିଛି। ତେଣୁ ତାଙ୍କର ଅଧୁରା ସ୍ବପ୍ନକୁ ସାକାର କରି ସମସ୍ତ୍‌ଙ୍କ ସହଯୋଗରେ ଏନ୍‌ଏସି ବାସିନ୍ଦାଙ୍କ ବିକାଶ କରିବାକୁ ଚେଷ୍ଟା କରିବି ବୋଲି କହିଥିଲେ।

ମିଳିଥିବା ସୂଚନା ମୁତାବକ, ଗତ ଜୁଲାଇ ମାସରେ ପୂର୍ବତନ ଅଧ୍ୟକ୍ଷା ଭାନୁପ୍ରଭା ମିଶ୍ରଧ୍‌ଙ୍କ ଦେହାନ୍ତ ପରେ ଏଇ ଆସନ ଖାଲି ପଡିଥିଲା। ତାଙ୍କ ଝିଅ ଦେବସ୍ମିତାଙ୍କୁ ବିଜେଡି ପ୍ରାର୍ଥୀ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri