ଜି.ଉଦୟଗିରି ଏନ୍‌ଏସିରେ ସ୍ବାୟତ୍ତ ଶାସନ ଦିବସ

ଜି.ଉଦୟଗିରି,୩୧ା୮(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଗୁରୁବାର ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ପ୍ରାକ୍ତନ ଅଧ୍ୟକ୍ଷା ସ୍ବର୍ଗତଃ ଭାନୁପ୍ରଭା ମିଶ୍ରଙ୍କ ଅକାଳ ବିୟୋଗ ହେତୁ ସମସ୍ତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ସର୍ବସମ୍ମତି କ୍ରମେ ବନ୍ଦ ରଖାଯାଇଛି। ଏନ୍‌ଏସି ପରିସରରେ ଭାରପ୍ରାପ୍ତ ଅଧ୍ୟକ୍ଷ ସନ୍ତୋଷ କୁମାର ବାଘଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯାଇ ଜାତୀୟ ସଂଗୀତ ଗାନ କରାଯାଇଥିଲା। ଏହି ଅବସରରେ ଭାରପ୍ରାପ୍ତ ଅଧ୍ୟକ୍ଷ ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ ଇତିଶ୍ରୀ ଷଡ଼ଙ୍ଗୀ ନିଜର
ଅଭିଭାଷଣ ରଖିଥିଲେ। ଉପସ୍ଥିତ ସମସ୍ତ କାଉନସିଲର, ପରିଷଦ କର୍ମକର୍ତ୍ତା, ସଫେଇ କର୍ମଚାରୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ। ତତ୍‌ସହିତ ବିଭିନ୍ନ କର୍ମଚାରୀଙ୍କୁ ନିଜ ନିଜ ଦାୟିତ୍ୱ ସୂଚାରୁରୂପେ ତୁଲାଇଥିବାରୁ ପୁରସ୍କୃତ କରାଯାଇଥିଲା। ଉପସ୍ଥିତ ସମସ୍ତ ଭଦ୍ରମଣ୍ଡଳୀ ଏବଂ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା କୁନିକୁନି ପିଲାଙ୍କ ଗହଣରେ ପ୍ରଭାତ ଫେରି କରାଯାଇ ଗାନ୍ଧୀ ଛକଠାରେ ଥିବା ଜାତିର ପିତା ମହାତ୍ମା ଗାନ୍ଧୀ, ବନ୍ଧଛକଠାରେ ଥିବା ବୀର ଚକରା ବିଷୋୟୀ ଏବଂ ପଦାସାହିସ୍ଥିତ ଅମର ବୀର ଶହୀଦ ଯବାନ ବବ୍ରୁବାହନ ପ୍ରଧାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଶେଷରେ ହସ୍ପିଟାଲରେ ଫଳ ଓ ଜେଲ୍‌ରେ ଅନ୍ତବାସୀମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗ’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ସେବା-ସହଯୋଗର ବାର୍ତ୍ତା ବାଣ୍ଟିଲା ଲକ୍ଷ୍ମୀ ନାରାୟଣ ୟୁଥ କ୍ଲବ: ଚକ୍ରତୀର୍ଥ ପୀଠରେ…

ହାଟଡିହୀ/ଛେନାପଦୀ,୧୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଚୋରଗଡ଼ିଆ ନାରାୟଣ ୟୁଥ କ୍ଲବ ପକ୍ଷରୁ ନିକଟସ୍ଥ ଚକ୍ରତୀର୍ଥ ପୀଠରେ…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri