ଜି.ଉଦୟଗିରି ପୂର୍ତ୍ତ ବିଭାଗ ବଙ୍ଗଳାରେ ଅଚାନକ ପହଞ୍ଚିଗଲେ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ପରେ…

ଜି.ଉଦୟଗିରି,୧୮ା୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ପୂର୍ତ୍ତ ବିଭାଗ ବଙ୍ଗଳାରେ ଅଚାନକ ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ଅଚାନକ ପହଞ୍ଚତ୍ଥିଲେ। ପୂର୍ତ୍ତ ବିଭାଗ ବଙ୍ଗଳାରେ କିଛି ସମୟ ରହିବା ପରେ ମନ୍ତ୍ରୀ ନାୟକ ମାଲିକାପଡ଼ି ପଞ୍ଚାୟତ ଅନ୍ତର୍ଗତ ସର୍କି ଇକୋପାର୍କ ବୁଲି ଦେଖିଥିଲେ। ମୁକୁଲିଙ୍ଗିଆ କାଲିଗାଡୁ ହିଲଟପ ଗସ୍ତକରି ସେଠାକାର ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିଥିଲେ। ଉକ୍ତ ପର୍ଯ୍ୟଟନସ୍ଥଳୀ ଗୁଡ଼ିକର ବିକାଶ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି କହିଥିଲେ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମନରେ ଆନନ୍ଦ ପ୍ରକାଶ ପାଇଛି। ମନ୍ତ୍ରୀଙ୍କ ଗସ୍ତ ସମୟରେ ବିଡିଓ ମନୋଜ ଦେବତା, ଭାଜପା ନଗର ସଭାପତି ଉଦେଶନ ପ୍ରଧାନ, ଲକ୍ଷ୍ମଣ ଆଚାର୍ଯ୍ୟ, ସନ୍ତୋଷ ମୁନୀ, ସୁସ୍ମିତା ଜେନା, ବସନ୍ତ ପ୍ରଧାନ, ମାନଗୋବିନ୍ଦ ପ୍ରଧାନ, ପ୍ରିୟବ୍ରତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ମନ୍ତ୍ରୀ ନାୟକ ଜି.ଉଦୟଗିରିର ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ବିକାଶ, ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା, ଟ୍ରାଫିକ ବ୍ୟବସ୍ଥା, ରାସ୍ତା କଡ଼ରେ ବସୁଥିବା ଉଠା ପରିବା ବ୍ୟବସାୟୀଙ୍କ ପାଇଁ ଦୈନିକ ବଜାରର ବ୍ୟବସ୍ଥା କରିବାକୁ ବିଡିଓଙ୍କୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri