ରାଜ୍ୟରେ ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୧୭ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ହାଡ଼ଭଙ୍ଗା ଶୀତରେ ଥରୁଛି ରାଜ୍ୟ। ଦିନକୁ ଦିନର ଶୀତର ପ୍ରକୋପ ବଢ଼ୁଥିବା ବେଳେ ଜି.ଉଦୟଗିରିରେ ଦୈନନ୍ଦିନ ପାରଦ ତଳମୁହାଁ ହେଉଛି। ଫଳରେ ଅଞ୍ଚଳବାସୀଙ୍କ ଜୀବନଜୀବିକା ପ୍ରଭାବିତ ହେଉଛି। ପ୍ରବଳ ଶୀତ ଯୋଗୁ ସକାଳ ୧୦ଟା ପର୍ଯ୍ୟନ୍ତ ଘରୁ ବାହାରି ହେଉନାହିଁ। କୁହୁଡ଼ି ଯୋଗୁ ରାସ୍ତାରେ ଯାତାୟାତ କରିବା ବି କଷ୍ଟକର ହୋଇପଡୁଛି। ଶୀତ ଦାଉରୁ ରକ୍ଷା ପାଇବାକୁ ସନ୍ଧ୍ୟା ପୂର୍ବରୁ ଲୋକେ ନିଆଁ ଲଗାଇ ବସୁଛନ୍ତି। ପ୍ରବଳ ଶୀତ ଯୋଗୁ ବ୍ୟବସାୟରେ ମଧ୍ୟ ପ୍ରଭାବ ପଡ଼ିଥିବା କହିଛନ୍ତି ସ୍ଥାନୀୟ ବ୍ୟବସାୟୀ।

ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ରବିବାର ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ ଥିଲା ସୋମବାର ସକାଳୁ ୫.୪ ଡିଗ୍ରୀ ରେକର୍ଡ କରାଯାଇଛି। ଅସହ୍ୟ ଶୀତରେ ଦେହ ଥରି ଯାଉଥିବାବେଳେ ଅଞ୍ଚଳବାସୀଙ୍କ ପାଇଁ ଶୀତ ବସ୍ତ୍ର, ନିଆଁ ହିଁ ସାହା ଭରସା ବୋଲି ମତ ପ୍ରକାଶ ପାଇଛି। ଅନ୍ୟପକ୍ଷରେ ଅତ୍ୟଧିକ ଥଣ୍ଡା ହେଉଥିବାବେଳେ ବିଭିନ୍ନ ପର୍ଯ୍ୟଟନ ସ୍ଥଳୀଗୁଡ଼ିକରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳୁଛି। ପ୍ରତି ବର୍ଷ ଭଳି ଚଳିତବର୍ଷ ମଧ୍ୟ ଅତ୍ୟଧିକ ଥଣ୍ଡା ହେଉଥିବା ବେଳେ ତୁଷାରପାତ ଦେଖିବାକୁ ପର୍ଯ୍ୟଟକ ଆଶା ବାନ୍ଧି ଥିବା ନେଇ ବୁଦ୍ଧଜୀବୀ ମହଲରେ ଆଲୋଚନା ହେଉଛି। ଜି.ଉଦୟଗିରିରେ ଶୀତର ମଜା ନେବା ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବା ସହ ଅଞ୍ଚଳରେ ଇକୋ କଟେଜ ନିର୍ମାଣ ପାଇଁ ଦାବି ଜୋର୍‌ ଧରିଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ମଙ୍ଗଳବାର ଅଞ୍ଚଳର ଶତାଧିକ ସଚେତନ ନାଗରିକ କମ୍ପାନୀ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ନୟାଗଡ଼ରୁ ଛତ୍ରପୁର ଆସୁଥିଲେ, ଡିଭାଇଡର ସହ ବାଇକ୍‌ ପିଟି ହେବା ପରେ ଛିଟିକି ପଡ଼ିଲେ; ମା’ବାପା ଗୁରୁତର, ୨ ବର୍ଷର ଶିଶୁକନ୍ୟା…

ଛତ୍ରପୁର, ୨୧।୪(ଦିଲ୍ଲୀପ ସାମଲ):  ଛତ୍ରପୁର ଥାନା ଅଧିନ ଜାତୀୟ ରାଜପଥ ଭାଗ୍ୟଲକ୍ଷ୍ମୀ ନଗର ନିକଟରେ ସଡକ ଦୁର୍ଘଟଣା । ଏଥିରେ ସ୍ବାମୀ ଓ ସ୍ତ୍ରୀ ଗୁରୁତର ଆହତ ହୋଇଥିବା…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri