ଶୀତରେ ଥରୁଛି ଜି.ଉଦୟଗିରି: ଆଜି ସବୁଠୁ ସର୍ବନିମ୍ନ ତାପମାତ୍ରା, ଜାଣନ୍ତୁ କେତେ ରହିଛି…

ଜି.ଉଦୟଗିରି,୨୮।୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ୨/୩ ଦିନ ଶୀତ କମି ଯାଇଥିଲା । ମେଘୁଆ ପାଗ ଶୀତର ପ୍ରକୋପକୁ କିଛି ମାତ୍ରାରେ ଅବରୋଧ କରିଥିଲା। କିନ୍ତୁ ବିଗତ ୪ ଦିନ ହେଲା ଜି.ଉଦୟଗିରିରେ ପାରଦ ତଳ ମୁହାଁ ହେବା ସହ ଶୀତର ପ୍ରକୋପ ବଢ଼ିଛି। ଜି.ଉଦୟଗିରି ସହର ସହ ଆଖପାଖ ଅଞ୍ଚଳରେ ହାଡ଼ ଭଙ୍ଗା ଶୀତରେ ଅଞ୍ଚଳବାସୀଙ୍କ ଦୈନନ୍ଦିନ କାର୍ଯ୍ୟ ଧାରା ପ୍ରଭାବିତ ହେଉଥିବା ଦେଖିବାକୁ ମିଳୁଛି। ପ୍ରବଳ ଶୀତ ସାଙ୍ଗକୁ ଜାଡ଼ ଥଣ୍ଡା ଯୋଗୁ ଅଞ୍ଚଳବାସୀ ଖରା ଓ ନିଆଁର ସାହାରା ନେଉଛନ୍ତି। ଥଣ୍ଡାର ପ୍ରକୋପ ସମସ୍ତଙ୍କୁ ପ୍ରଭାବିତ କରିଛି। ସକାଳୁ କୁହୁଡ଼ି ଯୋଗୁ ରାସ୍ତାରେ ଗାଡ଼ି ମୋଟର ଯାତାୟାତରେ ଅସୁବିଧା ହେଉଥିବା ଦେଖିବାକୁ ମିଳୁଛି । କହିବାକୁ ଗଲେ ପ୍ରବଳ ଶୀତ ଯୋଗୁ ଜି.ଉଦୟଗିରିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଦିନ ରାତି ଶୀତ ବସ୍ତ୍ର ବ୍ୟବହାର କରିବାକୁ ପଡ଼ୁଛି। ଶୀତ ଦାଉରୁ ରକ୍ଷା ପାଇବାକୁ ସନ୍ଧ୍ୟା ପୂର୍ବରୁ ଲୋକେ ନିଆଁ ଲଗାଇ ବସୁଛନ୍ତି। ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ବୁଧବାର ସର୍ବନିମ୍ନ ତାପମାତ୍ରା ୮.୬ ଡିଗ୍ରୀ ଥିଲା । ଗୁରୁବାର ୭.୪ ଡିଗ୍ରୀ ରେକର୍ଡ ରହିଥିଲା । ଶୁକ୍ରବାର ୫.୪ ରେକର୍ଡ କରାଯାଇଛି। ଅସହ୍ୟ ଥଣ୍ଡା ଜାଡ଼ରେ ଦେହ କାଲ ମାରୁଥିବା ବେଳେ ଅଞ୍ଚଳବାସୀଙ୍କ ପାଇଁ ଶୀତ ବସ୍ତ୍ର, ନିଆଁ ହିଁ ସାହା ଭରସା ବୋଲି ଅଞ୍ଚଳରେ ମତ ପ୍ରକାଶ ପାଇଛି। ଜି.ଉଦୟଗିରି ରେ ଅତ୍ୟଧିକ ଥଣ୍ଡା ହେଉଥିବା ବେଳେ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଗୁଡ଼ିକରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳୁଛି। ଚଳିତ ବର୍ଷ ମଧ୍ୟ ଅତ୍ୟଧିକ ଥଣ୍ଡା ହେଉଥିବା ବେଳେ ତୁଷାରପାତ ଦେଖିବାକୁ ପର୍ଯ୍ୟଟକ ଆଶା ବାନ୍ଧି ଥିବା ନେଇ ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri