ଜି.ଉଦୟଗିରି ଶୀତ ମହୋତ୍ସବ “ତୁଷାର” ୨୦୨୬ ଉଦଘାଟିତ: କଳାହାଣ୍ଡି କଟାପାଙ୍କ ଅଭିନୟ ଦେଖି…

ଜି.ଉଦୟଗିରି, ୩।୨(ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ସହରର ଶ୍ରୀରାମପଦା ସ୍ଥିତ କଳିଙ୍ଗ ମିନି ଷ୍ଟାଡିୟମରେ ୫ଦିନ ବ୍ୟାପି ଅନୁଷ୍ଠିତ ହେଉଥିବା ଜି.ଉଦୟଗିରି ଶୀତ ମହୋତ୍ସବ “ତୁଷାର ୨୦୨୬” ହଜାର ହଜାର ଲୋକଙ୍କ ଉପସ୍ଥିତି ସହ ବର୍ଣ୍ଣାଢ୍ୟ ପରିବେଶରେ ଉଦଘାଟିତ ହୋଇଯାଇଛି।

ଉତ୍ସବ କମିଟି ର ସଭାପତି ଜ୍ଞାନ ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ବିଧାୟକ ଉମାଚାରଣ ମଲିକ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ କନ୍ଧମାଳ ଜିଲା ପରିଷଦ ଉପାଧ୍ୟକ୍ଷ ସାଧବାଣୀ ନାୟକ, ବ୍ଲକ ଅଧ୍ୟକ୍ଷା ସୁଷମା ପ୍ରଧାନ, ଏନଏସି ଅଧ୍ୟକ୍ଷା ସୁଶ୍ରୀ ଦେବସ୍ମିତା ଶତପଥୀ, ଜିଲା ପରିଷଦ ସଭ୍ୟା ଲିଲିମା ପ୍ରଧାନ, ସ୍ଥାନୀୟ ବିଡ଼ିଓ ସତ୍ୟନାରାୟଣ ମିଶ୍ର, ଏନଏସି ନିର୍ବାହୀ ଅଧିକାରୀ ଆଶୁତୋଷ ଗୌରବ କର,ତହସିଲଦାର ରଞ୍ଜନ ସାହୁ, ସ୍ଥାନୀୟ ଆଇଆଇସି ବିଜୟ କୁମାର ସ୍ୱାଇଁ ଏବଂ ମୁଖ୍ୟ ବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ଶିଶିର ପଟ୍ଟନାୟକ ଯୋଗ ଦେଇ ପ୍ରଥମେ ଜଗତର ନାଥ ମହାପ୍ରଭୁ ଜଗନ୍ନାଥ ପ୍ରତିମୂର୍ତ୍ତୀ ନିକଟରେ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ର ଶୁଭାରମ୍ଭ ହୋଇଥିଲା।

ସ୍ଥାନୀୟ ଅଞ୍ଚଳର ଶିକ୍ଷକ ଶିକ୍ଷୟତ୍ରୀ ମାନେ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିବା ବେଳେ ଅତିଥି ମାନେ ଶୀତ ମହୋତ୍ସବ ତୁଷାର ସଂସ୍କୃତି ପରମ୍ପରା ର ମିଳନ ସ୍ଥଳ ରେ ଭାଇଚାରା ର ଅପୂର୍ବ ମିଳନ ଶୀତୁଆ ସନ୍ଧ୍ୟାକୁ ସମସ୍ତ ଅଞ୍ଚଳବାସୀ ବହୁସଂଖ୍ୟାରେ ଉପସ୍ଥିତ ରହି ଉପଭୋଗ କରିଥିଲେ। ସ୍ଥାନୀୟ ବରାଳ ଦେବୀ ମନ୍ଦିର ରୁ ପୂଜାର୍ଚନା ପରେ ମହୋତ୍ସବ ମଶାଲ ଶୋଭାଯାତ୍ରାରେ କଳାହାଣ୍ଡି କଟାପାଙ୍କ ଅଭିନୟ ଦେଖିବାକୁ ପ୍ରବଳ ଭିଡ଼ ହୋଇଥିଲା। ଏହି ମହୋତ୍ସବ ଜି.ଉଦୟଗିରି ଅଞ୍ଚଳରେ ପ୍ରଥମ ଥର ଆୟୋଜିତ ହୋଇଥିବା ବେଳେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri