ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ ଚର୍ଚ୍ଚ ଓ ପ୍ରାର୍ଥନା ଗୃହରେ ମହାଆଡ଼ମ୍ବରରେ ପାଳିତ ହୋଇଛି । ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ପାଇଁ ସ୍ଥାନୀୟ ବ୍ଲକ ତଥା ପୋଲିସ ଥାନା ଅନ୍ତର୍ଗତ ସମସ୍ତ ପ୍ରାର୍ଥନା ଗୃହ ଓ ଚର୍ଚ୍ଚ ଗୁଡ଼ିକ ରଙ୍ଗ ବେରଙ୍ଗର ବିଭିନ୍ନ ଆଲୋକ ମାଳାରେ ସୁସଜ୍ଜିତ ହୋଇଛି। ମୁଖ୍ୟତଃ ସ୍ଥାନୀୟ ସହରର ନୂଆସାହି ବାପଟିଷ୍ଟ ଚର୍ଚ୍ଚ, ମାଲିକାପଡ଼ି ବାପଟିଷ୍ଟ ଚର୍ଚ୍ଚ, କନବାଗିରି ବାପଟିଷ୍ଟ ଚର୍ଚ୍ଚ, ସିଏନଆଇ ଚର୍ଚ୍ଚ, କୁମ୍ଭାରକୁପା ଓ ସୁକାନାଣ୍ଡା କାଥଲିକ୍ ଚର୍ଚ୍ଚ, ଗ୍ରେସିଙ୍ଗିଆ, ତେଲିଙ୍ଗିଆ, କଳିଙ୍ଗା ର ସମସ୍ତ ଚର୍ଚ୍ଚ, ପ୍ରାର୍ଥନା ଗୃହ ସବୁଠାରେ ସହ ସହ ଖ୍ରୀଷ୍ଟ ଧର୍ମାବଲମ୍ବୀଙ୍କ ମଧ୍ୟରେ ନୂତନ ବସ୍ତ୍ର ପରିଧାନ ସହ ଆଧ୍ଯାତ୍ମିକ ପରିବେଶ ଦେଖିବାକୁ ମିଳିଥିଲା।

ଏହି ମହାପର୍ବରେ ଖୁସିର ଉଦ୍ଦୀପନା ସହ ପ୍ରାର୍ଥନା, ଭକ୍ତି ସଙ୍ଗୀତ, ଯୁବ ପିଢ଼ିଙ୍କ ନାଚ ଗୀତ ସହ ମହାଆନନ୍ଦରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନକୁ ପାଳନ କରାଯାଇଛି । ସମସ୍ତ ଚର୍ଚ୍ଚ ଗୁଡ଼ିକରେ ପାଳକ ଓ ବକ୍ତାମାନଙ୍କ ଦ୍ଵାରା ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ଵ, ମାନବ ସମାଜର ସେବା, ଯୀଶୁଙ୍କ ମୃତ୍ୟୁ, ପୁନରୁତ୍ଥାନ ଓ ଭବିଷ୍ୟତରେ ହେବାକୁ ଥିବା ଯୀଶୁଖ୍ରୀଷ୍ଟଙ୍କ ଦିତ୍ୱୀୟ ଆଗମନ ବିଷୟରେ କହିବା ସହ ପବିତ୍ର ବାଇବଲରେ ଲିଖିତ ବାକ୍ୟ ପଠନ କରି ଉପଦେଶ ପ୍ରଦାନ କରାଯାଇଥିବା ଦେଖିବାକୁ ମିଳିଛି । ଅଞ୍ଚଳରେ ଅତି ଆନନ୍ଦ ଉଲ୍ଲାସରେ ବଡ଼ଦିନ ପାଳନ ହୋଇଥିବା ବେଳେ ସ୍ଥାନୀୟ ଏସଡିପିଓ ବିଜୟ କୁମାର ବିଶିଙ୍କ ତତ୍ତ୍ଵାବଧାନରେ ପୋଲିସ ଆଇଆଇସି ବିଜୟ କୁମାର ସ୍ଵାଇଁଙ୍କ ନେତୃତ୍ୱରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିବା ବେଳେ ଚର୍ଚ୍ଚ ଗୁଡ଼ିକରେ ପୋଲିସ ବାହିନୀ ଉପସ୍ଥିତ ଥିଲେ । ପ୍ରାପ୍ତ ସୂଚନା ଅନୁସାରେ ସ୍ଥାନୀୟ ଥାନା ଅନ୍ତର୍ଗତ ଅଞ୍ଚଳରେ କୌଣସି ବିଶୃଙ୍ଖଳା ଘଟିନଥିବା ବେଳେ ଶାନ୍ତି ଶୃଙ୍ଖଳାରେ ଖ୍ରୀଷ୍ଟ ସମ୍ପ୍ରଦାୟର ବଡ଼ ଉତ୍ସବ ଖ୍ରୀଷ୍ଟମାସ ବା ବଡ଼ଦିନ ପାଳିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri