ଘୋଷଣା ପତ୍ରକୁ ନେଇ ବାଇଡେନଙ୍କୁ ପ୍ରଶଂସା କଲା ଆମେରିକା

ଓ୍ବାଶିଂଟନ,୧୦।୯: ବର୍ତ୍ତମାନ ଦେଶରେ ଚାଲିଥିବା ଜି -୨୦ ଶିଖର ସମ୍ମିଳନୀ ଉପରେ ସମଗ୍ର ବିଶ୍ୱର ଆଖି ସ୍ଥିର ହୋଇଛି। ଏହା ରବିବାର ଶେଷ ହୋଇଛି। ଏହି ଶିଖର ସମ୍ମିଳନୀରେ ଭାଗ ନେବାକୁ ବିଶ୍ୱର ୨୯ ଟି ଦେଶର ମୁଖ୍ୟ ଦିଲ୍ଲୀ ପହଞ୍ଚିଥିଲେ। ଜି -୨୦ ଶିଖର ସମ୍ମିଳନୀରେ ନେତାଙ୍କ ମିଳିତ ଘୋଷଣା ମଧ୍ୟ ପ୍ରକାଶ ପାଇଛି। ଏହି ସମୟରେ, ଆମେରିକା କହିଛି ଯେ ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ସମାପ୍ତ କରିବା ଏବଂ ମିଳିତ ଜାତିସଂଘର ଚାର୍ଟର ନୀତି ଆଧାରରେ ଶାନ୍ତି ଆଣିବା ପାଇଁ ସମଗ୍ର ବିଶ୍ୱକୁ ଏକଜୁଟ କରୁଛନ୍ତି। ଏହି ଦିଗରେ ଏକ ବଡ ପଦକ୍ଷେପ ହେଉଛି ଜି -୨୦ ରେ ଦିଆଯାଇଥିବା ଘୋଷଣା।
ହ୍ବାଇଟ ହାଉସର ପ୍ରିନ୍ସିପାଲ ଡେପୁଟି ନ୍ୟାସନାଲ ସିକ୍ୟୁରିଟି ପରାମର୍ଶଦାତା ଜନ ଫାଇନର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ ଶନିବାର ଜାରି ହୋଇଥିବା ମିଳିତ ବିବୃତ୍ତି ବାଲା ଜି -୨୦ ଘୋଷଣାନାମା ଏବଂ ଜାତିସଂଘର ନିଷ୍ପତ୍ତି ଉପରେ ଆଧାରିତ। ଏହା ୟୁକ୍ରେନରେ ଏକ ବ୍ୟାପକ, ନ୍ୟାୟ ଏବଂ ସ୍ଥାୟୀ ଶାନ୍ତି ପାଇଁ ଆହ୍ବାନ କରୁଛ। ସଦସ୍ୟ ରାଷ୍ଟ୍ରମାନଙ୍କୁ ଅନୁରୋଧ କରାଯାଇଛି ଯେ କୌଣସି ଦେଶର ଆଞ୍ଚଳିକ ଅଖଣ୍ଡତା ବିରୁଦ୍ଧରେ କାର୍ଯ୍ୟ କରିବାକୁ ବଳ ପ୍ରୟୋଗ ନ କରିବାକୁ।


Enter your email to get our daily news in your inbox.

All Right Reserved By Dharitri.Com

Ethanol Blended Diesel : ଇଥାନଲ ମିଶ୍ରିତ ଡିଜେଲ ସେପ୍ଟି ଟେଷ୍ଟରେ ଫେଲ; ସରକାର କହିଲେ…

ନୂଆଦିଲ୍ଲୀ,୧୧।୮: ପେଟ୍ରୋଲ ସହିତ ଅଭ୍ୟାସ ପରି ଡିଜେଲରେ ଇଥାନଲ ମିଶ୍ରଣ କରିବାର ସରକାରଙ୍କ ଯୋଜନା ବିଫଳ ହୋଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ…

ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…

ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍‌ଓଆର୍‌ ବା…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

ବରଗଡ଼ରେ ଆଇନଶୃଙ୍ଖଳା ହୁଗୁଳା: ଅସୁରକ୍ଷିତ ମଣୁଛନ୍ତି ସହରବାସୀ

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇ ପଡ଼ିଛି। ବେଆଇନ ନିଶା କାରବାର ଯୋଗୁ ସହରରେ ଅପରାଧ ବଢ଼ି ଚାଲିଛି। ଦିନ ଦ୍ୱିପ୍ରହରେ ଘଟୁଥିବା ନିଶାଜନିତ…

ଗେରୁଆ ପତାକା ଦେଖି କାହିଁକି ରାଗିଲେ ଅମିତ ଶାହା? ଖୋଜିଲେ…

ପୁଡୁଚେରୀ,୧୧।୮: ୧୫ ଅଗଷ୍ଟ ପୂର୍ବରୁ ସାରା ଦେଶରେ ୨୦୨୬ ପାଇଁ ‘ହର ଘର ତ୍ରିରଙ୍ଗା’ (ପ୍ରତ୍ୟେକ ଘରେ ତ୍ରିରଙ୍ଗା) ଅଭିଯାନ ଆରମ୍ଭ ହୋଇଛି। ଏହି ପଦକ୍ଷେପର ଅଂଶ…

କିଏ ଏହି ଦୀପ୍ତି ଗୌର ମୁଖାର୍ଜୀ? NEET ପରୀକ୍ଷା ବିବାଦ ପରେ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୧।୮: NEET-UG ପେପର୍ ଲିକ୍ ମାମଲା ହେଉ କିମ୍ବା ଝାଡ଼ଖଣ୍ଡରେ ସରକାରୀ ନିଯୁକ୍ତିରେ ଜାଲିଆତି ଅଭିଯୋଗ, ବର୍ତ୍ତମାନ ସମୟରେ ଦେଶବ୍ୟାପୀ ଯୁବକମାନଙ୍କ ବିକ୍ଷୋଭ ଖବର ଚର୍ଚ୍ଚାରେ ରହିଛି…

ବ୍ରିଟେନ୍‌, ଫ୍ରାନ୍ସରେ ଆସୁଛି ପଞ୍ଚମ ହିଟ୍‌ଓ୍ବେଭ୍‌

ପ୍ୟାରିସ୍‌, ୧୧।୮(ପି.ଟି): ପଶ୍ଚିମ ୟୁରୋପରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦିନକୁ ଦିନ ଭୟଙ୍କର ରୂପ ନେଉଥିବାବେଳେ ବ୍ରିଟେନ ଏବଂ ଫ୍ରାନ୍ସ ଚଳିତ ମୌସୁମୀର ପଞ୍ଚମ ପ୍ରଚଣ୍ଡ ତାତି…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri