Posted inଜାତୀୟ

ଜି୨୦ ଲୋଗୋରେ ରହୁ ଭିନ୍ନ ପ୍ରତୀକ

ନୂଆଦିଲ୍ଲୀ,୬।୧୨: ୨୦୨୩ ବର୍ଷ ଲାଗି ଭାରତ ଜି୨୦ ରାଷ୍ଟ୍ରଗୋଷ୍ଠୀର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିଛି। ଆସନ୍ତା ବର୍ଷ ହେବାକୁ ଥିବା ଜି୨୦ ସମିଟ୍‌ ଲାଗି ରଣନୀତି ପ୍ରସ୍ତୁତି ନିମନ୍ତେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ସିକିମ୍‌ ମୁଖ୍ୟମନ୍ତ୍ରୀ ପ୍ରେମ୍‌ ସିଂ ଟାମଙ୍ଗ ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମେତ ବିଭିନ୍ନ ଦଳର ନେତା ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ.ଡି. ଦେବେଗୌଡ଼ା, ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ, ସିପିଆଇ ସାଧାରଣ ସମ୍ପାଦକ ଡି. ରାଜା, ତେଲୁଗୁ ଦେଶମ ପାର୍ଟ ମୁଖ୍ୟ ଚନ୍ଦ୍ରାବାବୁ ନାଇଡୁ ପ୍ରମୁଖ। ସେହିପରି ସରକାରଙ୍କ ପକ୍ଷରୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌, ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ ଉପସ୍ଥିତ ଥିଲେ। ଜି୨୦ ଲୋଗୋରେ ଥିବା ପଦ୍ମ ଭାଜପାର ନିର୍ବାଚନୀ ସଙ୍କେତ ହୋଇଥିବାରୁ ଏହାକୁ ନେଇ ମମତା ଆପତ୍ତି ଉଠାଇଛନ୍ତି। ପଦ୍ମକୁ ହଟାଇ ଅନ୍ୟ କୌଣସି ଜାତୀୟ ପ୍ରତୀକ ଲୋଗେରେ ରଖିବାକୁ ସେ ଦାବି କରିଛନ୍ତି। ପ୍ରକାଶଯେ, ଆସନ୍ତାବର୍ଷ ସେପ୍ଟେମ୍ବରରେ ନୂଆଦିଲ୍ଲୀରେ ଜି୨୦ ନେତାମାନଙ୍କ ସମ୍ମିଟ୍‌ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri