ଅତି ଧନୀଙ୍କ ଉପରେ ଟିକସ ଲଗାଇବାକୁ ଜି୨୦ ରାଷ୍ଟ୍ର ସହମତ

ରିଓ ଡି ଜେନିରୋ,୨୯ା୭: ବ୍ରାଜିଲର ରିଓ ଡି ଜେନିରୋରେ ଜି୨୦ ରାଷ୍ଟ୍ରଗୁଡ଼ିକର ଅର୍ଥମନ୍ତ୍ରୀମାନଙ୍କ ୨ ଦିନିଆ ବୈଠକ ଶୁକ୍ରବାର ଶେଷ ହୋଇଛି। ଅତି ଧନୀମାନଙ୍କ ଉପରେ ଟିକସ ଲଗାଇବା ଦିଗରେ ସଦସ୍ୟ ରାଷ୍ଟ୍ରଗୁଡ଼ିକ ଏକାଠି କାର୍ଯ୍ୟ କରିବାକୁ ସହମତ ହୋଇଛନ୍ତି। କିନ୍ତୁ ଏନେଇ କୌଣସି ଚୁକ୍ତିନାମା ହୋଇପାରି ନାହିଁ। କାରଣ ଅତି ଧନୀଙ୍କ ଉପରେ ଟିକସ ଲଗାଇବା ନିମନ୍ତେ ବୈଶ୍ୱିକ ଡିଲ୍‌ର ଆବଶ୍ୟକତାକୁ ଆମେରିକା ଓ ଜର୍ମାନୀ ଖଣ୍ଡନ କରିଥିଲେ। ପରବର୍ତ୍ତୀ ଜି୨୦ ସମିଟ୍‌ ନଭେମ୍ବରରେ ବ୍ରାଜିଲରେ ଅନୁଷ୍ଠିତ ହେବ।

ଅତି ଧନୀମାନେ ସେମାନଙ୍କ ସମ୍ପତ୍ତିର ୨ ପ୍ରତିଶତ ଟିକସ ଆକାରରେ ଦେବା ଆବଶ୍ୟକ ବୋଲି ପ୍ରସ୍ତାବ ଅଣାଯାଇଥିଲା। ଫ୍ରାନ୍ସ ଅର୍ଥନୀତିଜ୍ଞ ଗାବ୍ରିଏଲ୍‌ ଜୁକ୍‌ମାନଙ୍କ ରିପୋର୍ଟ ଅନୁଯାୟୀ, ବିଲିଅନେୟାରମାନେ ବର୍ତ୍ତମାନ ସେମାନଙ୍କ ସମ୍ପତ୍ତିର ମାତ୍ର ୦.୩ ପ୍ରତିଶତ ଟିକସ ଭାବେ ଦେଉଛନ୍ତି। ସେମାନେ ବାର୍ଷିକ ୨ ପ୍ରତିଶତ ଟ୍ୟାକ୍ସ ଦେଲେ ୩,୦୦୦ ବିଲିଅନେୟାରଙ୍କଠାରୁ ୨୦୦ରୁ ୨୫୦ ବିଲିୟନ ଡଲାର ସଂଗୃହୀତ ହୋଇପାରିବ, ଯାହାକୁ ଶିକ୍ଷା, ସ୍ବାସ୍ଥ୍ୟସେବା ଭଳି ସାଧାରଣ ସେବାରେ ବିନିଯୋଗ କରାଯିବା ସହ ଜଳବାୟୁ ପରିବର୍ତ୍ତନର ମୁକାବିଲା ଦିଗରେ ଖର୍ଚ୍ଚ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri