Posted inଜାତୀୟ

ଜି -୨୦ ଶିଖର ସମ୍ମିଳନୀ ପାଇଁ ଆଇଜିଆଇ ବିମାନ ବନ୍ଦରରେ ୩ ଘଣ୍ଟାରେ ଲ୍ୟାଣ୍ଡ ହେଲା ୧୨ ବିମାନ, ୨୯ ଅତିଥିଙ୍କୁ କରାଗଲା ଭବ୍ୟ ସ୍ବାଗତ

ନୂଆଦିଲ୍ଲୀ,୯।୯: ଜି -୨୦ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ବିଭିନ୍ନ ଦେଶର ମୁଖ୍ୟମାନେ ଦିଲ୍ଲୀ ଆସିଛନ୍ତି। ସମସ୍ତ ରାଷ୍ଟ୍ର ମୁଖ୍ୟଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟ ମନ୍ତ୍ରୀଙ୍କୁ ନିୟୋଜିତ କରାଯାଇଥିଲା। ଏହି ସମୟ ମଧ୍ୟରେ ସୁରକ୍ଷା ଏଜେନ୍ସି ଦିଲ୍ଲୀ ବିମାନବନ୍ଦର ସମେତ ପ୍ରତ୍ୟେକ କୋଣ ଅନୁକୋଣ ଉପରେ ନଜର ରଖିଥିଲା। ସେପ୍ଟେମ୍ବର ୮ରେ ବିଭିନ୍ନ ଦେଶରୁ ରାଷ୍ଟ୍ର ମୁଖ୍ୟଙ୍କୁ ନେଇ ଅତି କମରେ ୨୯ଟି ବିମାନ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣ କରିଥିଲା। ଏଥିପାଇଁ ଇନ୍ଦିରା ଗାନ୍ଧୀ ବିମାନବନ୍ଦର (ଆଇଜିଆଇ)ର କାର୍ଯ୍ୟକଳାପ ଉପରେ କଡା ନଜର ରଖିବା ପାଇଁ ଅତିରିକ୍ତ ଏୟାର ଟ୍ରାଫିକ ନିୟନ୍ତ୍ରକ (STO) ନିୟୋଜିତ କରିଥିଲା।
ହିନ୍ଦୁସ୍ତାନ ଟାଇମ୍ସର ରିପୋର୍ଟ ଅନୁଯାୟୀ, ଏହି ୨୯ଟି ବିମାନ ମଧ୍ୟରୁ ୧୨ଟି ବିମାନ ସାଢେ ତିନି ଘଣ୍ଟା ମଧ୍ୟରେ ଅବତରଣ କରିଛି। କିଛି ବିମାନ ମଧ୍ୟରେ ବ୍ୟବଧାନ ଦଶ ମିନିଟରୁ କମ ଥିଲା, ଯେଉଁ କାରଣରୁ ଅତିଥିମାନଙ୍କୁ ସେମାନଙ୍କ ହୋଟେଲକୁ ପଠାଇବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ପଡିଲା। ନେଦରଲ୍ୟାଣ୍ଡସ ଏବଂ ସିଙ୍ଗାପୁରର ପ୍ରଧାନମନ୍ତ୍ରୀଙ୍କ ବିମାନ ୬ମିନିଟର ବ୍ୟବଧାନରେ ଅବତରଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ଥରିଲା ପୃଥିବୀ, ଭାରତରେ କମ୍ପନ ଅନୁଭୂତ

ନୂଆଦିଲ୍ଲୀ,୨୭ା୩: ଶୁକ୍ରବାର ସକାଳେ ଲେହ ଲଦାଖରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୯…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri