Posted inଜାତୀୟ

ଜି-୨୦ ଶିଖର ସମ୍ମିଳନୀରେ ବଡ ଘୋଷଣା କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ସୁନକ

ନୂଆଦିଲ୍ଲୀ,୧୦।୯: ରାଜଧାନୀ ଦିଲ୍ଲୀରେ ଜି-୨୦ ଶିଖର ସମ୍ମିଳନୀ ସେପ୍ଟେମ୍ବର ୯ ଶନିବାରଠାରୁ ହୋଇଛି। ରବିବାର ହେଉଛି ଏହାର ଦ୍ୱିତୀୟ ଦିବସ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୨୦ର ପ୍ରଥମ ଦିନରେ ସମସ୍ତ ରାଷ୍ଟ୍ର ମୁଖ୍ୟଙ୍କୁ ଭାରତ ମାଟିକୁ ସ୍ବାଗତ କରିଥିଲେ। ଜି-୨୦ ଆରମ୍ଭରେ ପ୍ରଧାନମନ୍ତ୍ରୀ ମରକ୍କୋରେ ହୋଇଥିବା ଭୂକମ୍ପକୁ ନେଇ ଦୁଃଖ ପ୍ରକାଶ କରିବା ସହ ସେଠାକାର ପରିବାର ପ୍ରତି ସମବେଦନା ଜଣାଇଥିଲେ। ସେ କହିଥିଲେ ମରକ୍କୋରେ ହୋଇଥିବା ଭୂକମ୍ପ ପାଇଁ ଭାରତ ଯଥା ସମ୍ଭବ ସହାୟତା ଯୋଗାଇ ଦେବ।
ଏହି ସମ୍ମିଳନୀରେ ବିଭିନ୍ନ ଦେଶଣ ରାଷ୍ଟ୍ରମୁଖ୍ୟମାନେ ଯୋଗ ଦେଇଛନ୍ତି। ତେବେ ଜଳବାୟୁ ପରିବର୍ତ୍ତନକୁ ମୁକାବିଲା କରିବାରେ ବିଶ୍ୱକୁ ସାହାଯ୍ୟ କରିବା ପାଇଁ ବ୍ରିଟେନ ସବୁଜ ଜଳବାୟୁ ପାଣ୍ଠିକୁ ଏହାର ସର୍ବ ବୃହତ ଏକକ ପାଣ୍ଠି ପ୍ରତିବଦ୍ଧତାରେ ୨ ବିଲିୟନ ଡ଼ଲାର୍‌ ପ୍ରଦାନ କରିବ ବୋଲି ବ୍ରିଟେନ ପ୍ରଧାନମନ୍ତ୍ରୀ ତଥା ମୂଳ ଭାରତୀୟ ବାସିନ୍ଦ ଋଷି ସୁନକ ଘୋଷଣା କରିଛନ୍ତି। ଭାରତରେ ଥିବା ବ୍ରିଟିଶ ହାଇ କମିଶନ କହିଛନ୍ତି ଯେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ବିଶ୍ୱର ଦୁର୍ବଳ ଲୋକଙ୍କୁ ଜଳବାୟୁ ପରିବର୍ତ୍ତନର ପ୍ରଭାବକୁ ହ୍ରାସ କରିବା ସହ ଖାପ ଖୁଆଇବାରେ ସାହାଯ୍ୟ କରିବାକୁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri