Posted inଜାତୀୟ

ଜି-୨୦ ବୈଠକବେଳେ ଲାଗୁ ରହିବ ଏହି ପ୍ରତିବନ୍ଧକ, ଦିଲ୍ଲୀ ସରକାର ଜାରି କଲେ ନିର୍ଦ୍ଦେଶାବଳୀ

ନୂଆଦିଲ୍ଲୀ,୬।୯: ଆସନ୍ତା ୯ଏବଂ ୧୦ସେପ୍ଟେମ୍ବରରେ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀକୁ ଦୃଷ୍ଟିରେ ରଖି ରାଜଧାନୀ ଦିଲ୍ଲୀକୁ ଅତି ସୁନ୍ଦର ଭାବେ ସଜାଯାଇଛି। ସୁରକ୍ଷା ବ୍ୟବସ୍ଥା ଦୃଷ୍ଟିରୁ ପୋଲିସ ଏବଂ କେନ୍ଦ୍ରୀୟ ସୁରକ୍ଷା ବାହିନୀ ସବୁ ସ୍ଥାନରେ ନିୟୋଜିତ ହୋଇଛନ୍ତି। କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚାଲିଛି। ଏହି ସମୟ ମଧ୍ୟରେ କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବ୍ୟତୀତ, ଦିଲ୍ଲୀ-ଏନସିଆରରେ ଅନେକ ଜିନିଷ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି କ୍ରମରେ ଦିଲ୍ଲୀ ପରିବହନ ବିଭାଗ ଯାନବାହନ ଚଳାଚଳ ସମ୍ପର୍କରେ ଏକ ନିର୍ଦ୍ଦେଶାବଳୀ ଜାରି କରିଛି।

ପରିବହନ ବିଭାଗ ଦ୍ୱାରା ମଙ୍ଗଳବାର ଜାରି କରାଯାଇଥିବା ଏକ ନିର୍ଦ୍ଦେଶାବଳୀ ଅନୁଯାୟୀ, ଦିଲ୍ଲୀର ମଥୁରା ରୋଡ, ଭୌରା ରୋଡ, ପୁରୁଣା କିଲା ରୋଡ ଏବଂ ପ୍ରଗତି ମଇଦାନ ଟନେଲ ଭିତରୁ କୌଣସି ମାଲବାହି, ବାଣିଜ୍ୟିକ ଯାନ, ଆନ୍ତ ରାଜ୍ୟ ବସ୍‌, ସହର ଭିତରେ ବସ୍‌ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି ପ୍ରତିବନ୍ଧକ ୭ ସେପ୍ଟେମ୍ବର ୧୨ ମଧ୍ୟରାତ୍ରିରୁ ଏବଂ ୧୦ସେପ୍ଟେମ୍ବର ରାତି ୧୧.୫୯ ପର୍ଯ୍ୟନ୍ତ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri