Posted inଜାତୀୟ

ଜି-୨୦ ବୈଠକବେଳେ ଲାଗୁ ରହିବ ଏହି ପ୍ରତିବନ୍ଧକ, ଦିଲ୍ଲୀ ସରକାର ଜାରି କଲେ ନିର୍ଦ୍ଦେଶାବଳୀ

ନୂଆଦିଲ୍ଲୀ,୬।୯: ଆସନ୍ତା ୯ଏବଂ ୧୦ସେପ୍ଟେମ୍ବରରେ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀକୁ ଦୃଷ୍ଟିରେ ରଖି ରାଜଧାନୀ ଦିଲ୍ଲୀକୁ ଅତି ସୁନ୍ଦର ଭାବେ ସଜାଯାଇଛି। ସୁରକ୍ଷା ବ୍ୟବସ୍ଥା ଦୃଷ୍ଟିରୁ ପୋଲିସ ଏବଂ କେନ୍ଦ୍ରୀୟ ସୁରକ୍ଷା ବାହିନୀ ସବୁ ସ୍ଥାନରେ ନିୟୋଜିତ ହୋଇଛନ୍ତି। କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚାଲିଛି। ଏହି ସମୟ ମଧ୍ୟରେ କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବ୍ୟତୀତ, ଦିଲ୍ଲୀ-ଏନସିଆରରେ ଅନେକ ଜିନିଷ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି କ୍ରମରେ ଦିଲ୍ଲୀ ପରିବହନ ବିଭାଗ ଯାନବାହନ ଚଳାଚଳ ସମ୍ପର୍କରେ ଏକ ନିର୍ଦ୍ଦେଶାବଳୀ ଜାରି କରିଛି।

ପରିବହନ ବିଭାଗ ଦ୍ୱାରା ମଙ୍ଗଳବାର ଜାରି କରାଯାଇଥିବା ଏକ ନିର୍ଦ୍ଦେଶାବଳୀ ଅନୁଯାୟୀ, ଦିଲ୍ଲୀର ମଥୁରା ରୋଡ, ଭୌରା ରୋଡ, ପୁରୁଣା କିଲା ରୋଡ ଏବଂ ପ୍ରଗତି ମଇଦାନ ଟନେଲ ଭିତରୁ କୌଣସି ମାଲବାହି, ବାଣିଜ୍ୟିକ ଯାନ, ଆନ୍ତ ରାଜ୍ୟ ବସ୍‌, ସହର ଭିତରେ ବସ୍‌ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି ପ୍ରତିବନ୍ଧକ ୭ ସେପ୍ଟେମ୍ବର ୧୨ ମଧ୍ୟରାତ୍ରିରୁ ଏବଂ ୧୦ସେପ୍ଟେମ୍ବର ରାତି ୧୧.୫୯ ପର୍ଯ୍ୟନ୍ତ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri