ଜି୨୦ ସମିଟ୍‌ ଘୋଷଣାନାମା: ଜରୁରୀ ଭୂମିକା ନେଇଥିଲା ଭାରତ

ଓ୍ବାଶିଂଟନ,୨୦।୧୧: ଜି୨୦ ସମିଟ୍‌ ଘୋଷଣାନାମା ଆଲୋଚନାରେ ଭାରତ ଜରୁରୀ ଭୂମିକା ନିଭାଇଥିଲା ବୋଲି ହ୍ବାଇଟ୍‌ ହାଉସ୍‌ ପ୍ରେସ୍‌ ସଚିବ କେରିନ୍‌ ଜିନ୍‌-ପିଏରେ ଗଣମାଧ୍ୟମ ଆଗରେ ସ୍ବୀକାର କରିଛନ୍ତି। ଚଳିତ ବର୍ଷ ଫେବୃୟାରୀରେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ଲାଗିରହିଥିବାବେଳେ ଆଜିର ଯୁଗ କଦାପି ଯୁଦ୍ଧର ଯୁଗ ନୁହେଁ ବୋଲି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ପଷ୍ଟ କରିଦେଇଥିଲେ। ଗତ ସପ୍ତାହରେ ଇଣ୍ଡୋନେସିଆର ବାଲିଠାରେ ଶେଷ ହୋଇଥିବା ଦୁଇଦିନିଆ ଜି୨୦ ସମିଟ୍‌ରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌, ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ୍‌ଙ୍କ ସମେତ ଅନ୍ୟ ସଦସ୍ୟ ରାଷ୍ଟ୍ରର ନେତାମାନେ ଯୋଗଦେଇଥିଲେ। ୟୁକ୍ରେନ୍‌ ଯୁଦ୍ଧ ସେଥିର ପ୍ରମୁଖ ପ୍ରସଙ୍ଗ ଭାବେ ସ୍ଥାନ ପାଇଥିଲା।

ନେତୃବୃନ୍ଦଙ୍କ ସମ୍ମିଳନୀ ସଫଳତାର ସହ ଶେଷ ହୋଇଥିବା କେରିନ୍‌ ଖବରଦାତାମାନଙ୍କୁ କହିଛନ୍ତି। ଖାଦ୍ୟ ଓ ଶକ୍ତି ପ୍ରସଙ୍ଗ ସମେତ ଅନ୍ୟାନ୍ୟ କ୍ଷେତ୍ରରେ ଭାରତ ଓ ଆମେରିକା ଏକାଠି କାର୍ଯ୍ୟ କରୁଛନ୍ତି। ବର୍ତ୍ତମାନର ଖାଦ୍ୟ ଓ ଶକ୍ତି ସୁରକ୍ଷା ଚ୍ୟାଲେଞ୍ଜକୁ ମୁକାବିଲା କରାଯାଇଛି ଏବଂ ମାନ୍ଦାବସ୍ଥାମୁକ୍ତ ବିଶ୍ୱ ଅର୍ଥନୀତି ଗଠନ ଲାଗି ଉଦ୍ୟମ ଜାରି ରହିଥିବା ସେ କହିଛନ୍ତି। ଆସନ୍ତା ବର୍ଷ ଭାରତର ଜି୨୦ ଅଧ୍ୟକ୍ଷତାକୁ ସମର୍ଥନ ଯୋଗାଇଦିଆଯିବ ବୋଲି ହ୍ବାଇଟ୍‌ ହାଉସ୍‌ ପ୍ରେସ୍‌ ସଚିବ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କ ଖର୍ଚ୍ଚର ଯାଞ୍ଚ କରାଯିବ; ତଦନ୍ତ ପାଇଁ ଦାବି କରିଛନ୍ତି ରିପବ୍ଲିକାନ ସିନେଟର୍‌

ଓ୍ବାଶିଂଟନ,୨୩।୯: ୟୁଟାହ ରିପବ୍ଲିକାନ ସେନେଟର ଜନ କର୍ଟିସ ସିନେଟ ନ୍ୟାୟପାଳିକା କମିଟିକୁ ତଦନ୍ତ କରିବାକୁ ଆହ୍ବାନ କରିଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପ ଜୁନିଅର ଆର୍ଥିକ ଲାଭ ପାଇଁ…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ…

ମନ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ କରିନେଲେ ଅପହରଣ: ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ

ଇସଲାମାବାଦ/ପେଶାୱାର,୨୨।୯: ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ପାକିସ୍ତାନରେ ଏବେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଜ ଦେଶର ନିର୍ବାଚିତ ଜନପ୍ରତିନିଧି ଏବଂ ମନ୍ତ୍ରୀମାନେ ମଧ୍ୟ ଏବେ ସୁରକ୍ଷିତ…

ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ବଡ଼ ଝଟକା; ଆମେରିକୀୟ ସର୍ଭେରୁ ସାମ୍ନାକୁ ଆସିଲା ଚକିତ କଲାଭଳି ତଥ୍ୟ

ଓ୍ବାଶିଂଟନ,୨୨।୯: ଆମେରିକା-ଇରାନ ସଂଘର୍ଷ ଏବଂ ମଧ୍ୟ-ପୂର୍ବରେ ଜାରି ରହିଥିବା ଅସ୍ଥିରତା ମଧ୍ୟରେ ଏପରି ଏକ ଖବର ସାମ୍ନାକୁ ଆସିଛି ଯାହା ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଦେଶ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?