Posted inଜାତୀୟ

ଜି-୨୦ର ଅଧ୍ୟକ୍ଷତା ପାଇଁ ୧୩୧୦ କୋଟି ଆବଣ୍ଟନ କରିଛି କେନ୍ଦ୍ର, ରାଜ୍ୟ ସଭାରେ ସରକାର ଦେଲେ ସୂଚନା

ନୂଆଦିଲ୍ଲୀ,୯।୧୨: ଦେଶରେ ଆୟୋଜିତ ଜି-୨୦ ଶିଖର ସମ୍ମିଳନୀ ୨୦୨୩ ପାଇଁ ହୋଇଥିବା ଖର୍ଚ୍ଚକୁ ନେଇ ବିବାଦ ଉପରେ ବୈଦେଶିକ ରାଜ୍ୟମନ୍ତ୍ରୀ ବି ମୁରଲୀଧରନ ଶୁକ୍ରବାର ରାଜ୍ୟ ସଭାରେ ଉତ୍ତର ଦେଇ କହିଛନ୍ତି, କେନ୍ଦ୍ର ମୋଟ ୧୩୧୦ କୋଟି ଟଙ୍କା ଆବଣ୍ଟନ କରିଛି। ରାଜ୍ୟ ସଭାରେ ତୃଳମୂଳ କଂଗ୍ରେସ (ଟିଏମସି) ଏମ୍‌ପି ସାକେତ ଗୋଖଲେଙ୍କ ପ୍ରଶ୍ନର ଉତ୍ତର ଦେଇ ସେ ଏହି ସୂଚନା ଦେଇଛନ୍ତି।

ଅର୍ଥ ମନ୍ତ୍ରଣାଳୟ ଦ୍ୱାରା ଆର୍ଥିକ ବର୍ଷ ୨୦୨୨-୨୩ ରେ ଭାରତର ଜି-୨୦ ପ୍ରେସିଡେନ୍ସି ଏବଂ ଶିଖର ସମ୍ମିଳନୀ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟକୁ ଆବଣ୍ଟିତ ବଜେଟ ୩୨୦ କୋଟି ଥିଲା ଏବଂ ଆର୍ଥିକ ବର୍ଷ ୨୦୨୩-୨୪ରେ ୯୯୦ କୋଟି ଟଙ୍କା ଥିଲା ବୋଲି ସେ କହିଛନ୍ତି। ସମଗ୍ର ଭାରତରେ ଜି -୨୦ ଶିଖର ସମ୍ମିଳନୀ ଏବଂ ଏହାର ଆନୁସଙ୍ଗିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଜି-୨୦ ସଚିବାଳୟ ଦ୍ୱାରା ହୋଇଥିବା ପ୍ରକୃତ ଖର୍ଚ୍ଚ ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି ଯେ ବିଲ ଗୁଡିକ ଗ୍ରହଣ ଏବଂ ପ୍ରକ୍ରିୟାକରଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

ସୌମ୍ୟଙ୍କ ସାଙ୍ଗ ଭୂମିକା ତଦନ୍ତ ପରିସର: କ୍ରାଇମବ୍ରାଞ୍ଚ ଡିଆଇଜି

ଭୁବନେଶ୍ୱର,୨୮।୫: କ୍ରାଇମବ୍ରାଞ୍ଚ ଡିଆଇଜି ବି. ଗଙ୍ଗାଧର ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଏକ ବଡ଼ ସୂଚନା ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲାରେ ଆହୁରି ୧୦ଜଣ ଅଭିଯୁକ୍ତ…

‘ଯଦି ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ମୋତେ ବିହାର ଫେରିବାକୁ ପଡିଥାନ୍ତା…’ – ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବିକ୍ରମ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୨୮।୫: ‘ଯଦି ବଙ୍ଗଳାରେ ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ଆମକୁ ସବୁକିଛି ପରିତ୍ୟାଗ କରି ବିହାର ଫେରିଯିବାକୁ ପଡ଼ିଥାନ୍ତା।’ ଏଗୁଡ଼ିକ ହେଉଛି ଝାରଗ୍ରାମର ଜଣେ ଝାଲମୁଢି ବିକ୍ରେତା…

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri