Categories: ଜାତୀୟ

ଭାରତ ମଣ୍ଡପମରେ ବିଶ୍ୱ ନେତାଙ୍କୁ ସ୍ବାଗତ କଲେ ମୋଦି

ନୂଆଦିଲ୍ଲୀ,୯।୯:ରାଜଧାନୀ ଦିଲ୍ଲୀରେ ଶନିବାର ସେପ୍ଟେମ୍ବର ୯ରୁ ଜି-୨୦ ସମ୍ମିଳନୀ ଆରମ୍ଭ ହୋଇଛି। ଏଥି ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି -୨୦ ସ୍ଥାନ ଭାରତ ମଣ୍ଡପରେ ପହଞ୍ଚିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ସହ ବର୍ହିବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏବଂ ଏନଏସଏ ଅଜିତ ଡୋଭାଲ ମଧ୍ୟ ଉପସ୍ଥିତ ଅଛନ୍ତି।
୧୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଶିଖର ସମ୍ମିଳନୀ ପାଇଁ ଦିଲ୍ଲୀ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଦିଲ୍ଲୀକୁ ଖୁବ ସଜାଯାଇଛି ଏବଂ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅତିଥିମାନଙ୍କୁ ସ୍ବାଗତ କରିବା ଏବଂ ସେମାନଙ୍କ ସୁରକ୍ଷା ପାଇଁ ବ୍ୟବସ୍ଥା କରାଯାଇଛି। ଏହି ବିଶେଷ ସମ୍ମିଳନୀରେ ବିଶ୍ୱର ଦୃଷ୍ଟି ଭାରତ ଆଡକୁ ରହିବ।
ଏଥି ସହିତ, ଜି -୨୦ ଶିଖର ସମ୍ମିଳନୀ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଭିନ୍ନ ଦେଶର ଜନ ପ୍ରତିନିଧୀଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ। ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା, ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ, ମରିସସ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ କୁମାର ଜୁଗନାଥଙ୍କ ସହ ଦ୍ୱିପାକ୍ଷିକ ଆଲୋଚନାରେ ପ୍ରଧାନମନ୍ତ୍ରୀ ମୋଦି ଯୋଗ ଦେଇଛନ୍ତି।

Share