Posted inଜାତୀୟ

ଜି୨୦ ସମିଟ୍‌ ରଣନୀତି: ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୫।୧୨: ୨୦୨୩ ବର୍ଷ ଲାଗି ଭାରତ ଜି୨୦ ରାଷ୍ଟ୍ରଗୋଷ୍ଠୀର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିଛି। ଆସନ୍ତା ବର୍ଷ ହେବାକୁ ଥିବା ଜି୨୦ ସମିଟ୍‌ ଲାଗି ରଣନୀତି ପ୍ରସ୍ତୁତି ନିମନ୍ତେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ, ସିକିମ୍‌ ମୁଖ୍ୟମନ୍ତ୍ରୀ ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମେତ ବିଭିନ୍ନ ଦଳର ନେତା ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ, ତାମିଲନାଡୁ ମୁଖ୍ୟମନ୍ତ୍ରୀ, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ା, ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ, ସିପିଆଇ ସାଧାରଣ ସମ୍ପାଦକ ଡି. ରାଜା, ତେଲୁଗୁ ଦେଶମ ପାର୍ଟି ମୁଖ୍ୟ ଚନ୍ଦ୍ରାବାବୁ ନାଇଡୁ ପ୍ରମୁଖ। ସେହିପରି ସରକାରଙ୍କ ପକ୍ଷରୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌, ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ ଉପସ୍ଥିତ ଥିଲେ। ଚଳିତ ମାସରୁ ଭାରତ ଆନୁଷ୍ଠାନିକ ଭାବେ ଜି୨୦ର ଅଧ୍ୟକ୍ଷତା ଗ୍ରହଣ କରିଥିବା ବେଳେ ବର୍ଷକ ମଧ୍ୟରେ ୨୦୦ରୁ ଊର୍ଦ୍ଧ୍ୱ ପ୍ରସ୍ତୁତି ବୈଠକ କରିବାକୁ ଯୋଜନା ରଖିଛି। ଆସନ୍ତାବର୍ଷ ସେପ୍ଟେମ୍ବର ୯ ଓ ୧୦ରେ ନୂଆଦିଲ୍ଲୀରେ ଜି୨୦ ନେତାମାନଙ୍କ ସମ୍ମିଟ୍‌ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁ-ଚନ୍ଦ୍ରଙ୍କ ନବପଞ୍ଚମ ଯୋଗ: ଆଜିଠୁ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଆର୍ଥିକ ଲାଭ ସହ ହେବ ମାଲାମାଲ

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହ ଓ ନକ୍ଷତ୍ରଙ୍କ ଚଳନର ପ୍ରଭାବ ମଣିଷର ଜୀବନ ଉପରେ ପଡ଼ିଥାଏ। ଚନ୍ଦ୍ରଙ୍କ ଗୋଚର ପରେ ବିଛା ରାଶିରେ ଥିବା ଚନ୍ଦ୍ର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?