ଗଛ ପଡ଼ି ୩୨୬ ଜାତୀୟ ରାଜପଥ ଅବରୋଧ, ଯାତାୟାତରେ ବ୍ୟାଘାତ

ଲକ୍ଷ୍ମୀପୁର, ୧୯।୫ (ଅନନ୍ତ ପ୍ରସାଦ ନାୟକ): କାଳବୈଶାଖୀର ପ୍ରଭାବରେ ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ ପଞ୍ଚଡ଼ା ଓ ଦସମନ୍ତପୁର ଛକ ନିକଟରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଗଛ ପଡ଼ି ଯାତାୟାତରେ ବ୍ୟାଘାତ ସୃଷ୍ଟି ହୋଇଛି।

ସୂଚନା ଅନୁଯାୟୀ, ଅପରାହ୍ନ ସମୟରେ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରୂପ ଧାରଣ କରିଥିଲା। ଭୀଷଣ ପବନ, ବର୍ଷା, ଘଡଘଡ଼ି ଓ ବିଜୁଳି ପ୍ରଭାବରେ ରାସ୍ତା ପାର୍ଶ୍ୱରେ ଥିବା ଅନେକ ଗଛ ଭାଙ୍ଗି ରାସ୍ତା ଉପରେ ପଡ଼ିଥିଲା।ଏ ନେଇ ଯାତାୟାତ ବନ୍ଦ ହୋଇଯାଇଥିଲା ଏବଂ ଯାନବାହାନ, ସହିତ ଆମ୍ବୁଲାନ୍ସ ମଧ୍ୟ ଦୀର୍ଘ ସମୟ ଧରି ରାସ୍ତାର ଦୁଇ ପାର୍ଶ୍ୱରେ ଅଟକି ରହିଥିଲା। ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ।

ପରେ ସ୍ଥାନୀୟ ଲୋକମାନଙ୍କ ସହଯୋଗରେ ଗଛ ଓ ଡାଳଗୁଡ଼ିକୁ କାଟି ରାସ୍ତା ସଫା କରାଯାଇଥିଲା, ଫଳରେ କିଛି ସମୟ ପରେ ଯାତାୟାତ ପୁନର୍ବାର ସ୍ୱାଭାବିକ ହୋଇଥିଲା।ସେହିପରି, ପବନ ଓ ବର୍ଷାର ପ୍ରଭାବରେ ଦସମନ୍ତପୁର ଛକ ଅଞ୍ଚଳର କିଛି ଦୋକାନ ଘର କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ ଗଠନର ମୂଳଭିତ୍ତି: ରାଜଯୋଗୀ ଡଃ ଶକ୍ତିରାଜ

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଭଞ୍ଜନଗର ଉପସେବା କେନ୍ଦ୍ର ଆନୁକୁଲ୍ୟରେ ୩ ଦିନ ବ୍ୟାପି ଚାଲିଥିବା ‘ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ’ ପ୍ରସଙ୍ଗ ଭିତ୍ତିକ…

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍‌ ସଫା କଲେ ଗ୍ରାମବାସୀ

ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍‌ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ମହାରାଷ୍ଟ୍ର ରାଜନୀତିରେ ହଲଚଲ! କଂଗ୍ରେସ MLCଙ୍କୁ କିଣାବାକୁ ୨୦ କୋଟିର ଡିଲ୍‌…

ମୁମ୍ବାଇ,୫ା୭: ମହାରାଷ୍ଟ୍ରର ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ)ର ନେତା ସଞ୍ଜୟ ରାଉତ ରବିବାର (୫ ଜୁଲାଇ) ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି । ସେ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri