ଏକ୍ସ ବୟଫ୍ରେଣ୍ଡଙ୍କୁ ଆଲିଙ୍ଗନ କଲେ ସାରା

ମୁମ୍ବାଇ: ସନ୍ନି ଦେଓଲଙ୍କ ଅଭିନୀତ ମୁଭି ‘ଗଦର ୨’ର ରୋଜଗାର ବନ୍ଦ ହେବାର କୌଣସି ସଙ୍କେତ ଦେଉନାହିଁ। ମୁଭି ପ୍ରତିଦିନ ବକ୍ସ ଅଫିସରେ ନୂଆ ରେକର୍ଡ ସ୍ଥାପନ କରୁଛି। ଏହି ବ୍ଲକବଷ୍ଟର ମୁଭି ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୫୦୦ କୋଟିର ଏକ ବଡ଼ ବ୍ୟବସାୟ କରିଛି। ପ୍ରଶଂସକଙ୍କଠାରୁ ଆରମ୍ଭ କରି ସେଲିବ୍ରିଟ ପର୍ଯ୍ୟନ୍ତ ସମସ୍ତେ ଏହି ଫିଲ୍ମକୁ ପ୍ରଶଂସା କରୁଛନ୍ତି। ଅନ୍ୟପକ୍ଷରେ ଶନିବାର ରାତିରେ ମୁମ୍ବାଇରେ ଫିଲ୍ମର ସକସେସ ପାର୍ଟିର ଆୟୋଜନ କରାଯାଇଥିଲା, ଯେଉଁଠାରେ ଫିଲ୍ମର ସମସ୍ତ ଟିମ ସହିତ ବଲିଉଡର ସମସ୍ତ ବଡ ବ୍ୟକ୍ତିତ୍ୱ ଉପସ୍ଥିତ ଥିଲେ।
ଏହି ଉତ୍ସବର ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ପାର୍ଟିର ଏକ ଭିଡିଓ ସାମ୍ନାକୁ ଆସିଛି, ଯେଉଁଠାରେ ସାରା ଅଲି ଖାନ ଏବଂ କାର୍ତ୍ତିକ ଆର୍ଯ୍ୟନଙ୍କୁ ଏକାଠି ଦେଖିବାକୁ ମିଳିଥିଲା। ଭିଡିଓରୁ ଜଣାପଡିଛି ଯେ ପାର୍ଟି ଛାଡିବା ସମୟରେ ସାରା ଏବଂ କାର୍ତ୍ତିକ ପରସ୍ପରକୁ ଆଲିଙ୍ଗନ କରିଥିଲେ। ଏହି ସମୟ ମଧ୍ୟରେ କାର୍ତ୍ତିକଙ୍କ ସହ କ୍ରିତି ସାନନ ମଧ୍ୟ ଉପସ୍ଥିତ ଥିଲେ। ସାରା ମଧ୍ୟ କ୍ରିତିକୁ ଆଲିଙ୍ଗନ କରି ବିଦାୟ ନେଲେ।

ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ରୁମର୍ଡ ଏକ୍ସ କପଲଙ୍କୁ ଏକାଠି ଦେଖି ପ୍ରଶଂସକମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଭିଡିଓରେ ବିଭିନ୍ନ ପ୍ରକାରର କମେଣ୍ଟସ ଆସିଛି। ଏହି ଏକ୍ସ କପଲଙ୍କୁ ଏକାଠି ଦେଖି କିଛି ଖୁସି ଥିବାବେଳେ ଅନେକ ଲୋକ ଅଛନ୍ତି ଯେଉଁମାନେ ଉଭୟଙ୍କୁ ଦେଖି ମଜା ନେଇଛନ୍ତି। ସୂଚନାଯୋଗ୍ୟ, ‘ଲଭ ଆଜ କାଲ’ର ସୁଟିଂ ସମୟରେ ସାରା ଏବଂ କାର୍ତ୍ତିକଙ୍କ ରିଲେସନଶିପ ବିଷୟରେ ଖବର ଆସିଥିଲା। କିନ୍ତୁ କିଛି ଦିନ ପରେ କୁହାଯାଇଥିଲା ଯେ ଉଭୟଙ୍କ ବ୍ରେକଅପ ହୋଇଛି ଏବଂ ଇନଷ୍ଟାଗ୍ରାମରେ ଉଭୟ ପରସ୍ପରକୁ ଅନଫଲୋ କରିଛନ୍ତି। ଏହି ଭିଡିଓ ସାମ୍ନାକୁ ଆସିବା ପରେ ଲାଗୁଛି ଯେ ବର୍ତ୍ତମାନ ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri