ଗଦ୍‌ଗଦା ଜଳପ୍ରପାତ

ପାହାଡ଼ ପର୍ବତ ଘେରା ରାୟଗଡ଼ା ଜିଲାରେ ପ୍ରାକୃତିକ ସୌନ୍ଦର୍ଯ୍ୟ ତଥା ଝରଣା ଓ ଜଳପ୍ରପାତର ଅଭାବ ନାହିଁ। ହେଲେ ଏଥିମଧ୍ୟରୁ କେତୋଟି ଜିଲା ତଥା ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇଥିବାବେଳେ ଆଉ କେତେକ ଦୃଷ୍ଟି ଆଢ଼ୁଆଳରେ ରହିଛି। ଜିଲାର ପ୍ରମୁଖ ଜଳପ୍ରପାତ ମଧ୍ୟରେ ବିଷମକଟକ ବ୍ଲକ୍‌ କୁର୍ଲି ପଞ୍ଚାୟତ ତଥା ନିୟମଗିରି ପର୍ବତାଞ୍ଚଳରେ ରହିଥିବା ଗଦ୍‌ଗଦା ଜଳପ୍ରପାତ ଅନ୍ୟତମ।
ମନଲୋଭା ପ୍ରାକୃତିକ ସୌନ୍ଦର୍ଯ୍ୟ ସହ ପ୍ରାୟ ୩୦ ରୁ ୪୦ ଫୁଟ ଉଚ୍ଚରୁ ଝରିଆସୁଥିବା ଝରଣା ଏବଂ ଶୈବପୀଠ ଏଠାକାର ପ୍ରମୁଖ ଆକର୍ଷଣ। ଏତଦ୍‌ବ୍ୟତୀତ ଆଦିମ ଜନଜାତି ଡଙ୍ଗରିଆଙ୍କ ଚାଲିଚଳଣି ଓ ନିୟମଗିରି ପର୍ବତର ସୌନ୍ଦର୍ଯ୍ୟ ଉପଭୋଗ କରିବା ସହ ଏହା ପରିସରରେ ପିକ୍‌ନିକ୍‌ର ମଜା ଉଠାଇବାକୁ ଏଠାରେ ଶୀତଋତୁରେ ପର୍ଯ୍ୟଟକଙ୍କ ଭିଡ଼ ଜମିଥାଏ। ନିୟମଗିରି ପାହାଡ଼ର ସବୁଜିମାଭରା ଅଙ୍କାବଙ୍କା ରାସ୍ତାଦେଇ ଯିବାବେଳେ ଶୀତର ସ୍ପର୍ଶ ଏବଂ ରାସ୍ତା ପାର୍ଶ୍ୱରେ କଦଳୀ ବଗିଚା, କମଳା, ହଳଦୀ, ଅଦା ବଗିଚାର ଦୃଶ୍ୟ ମଧ୍ୟ ମନକୁ କମ୍‌ ଛୁଇଁ ନ ଥାଏ। ଚାଟିକଣା ତଥା ନିୟମଗିରି ପାଦଦେଶରେ ରହିଥିବା ଶୈବପୀଠକୁ ଇକୋ ଟୁରିଜମ୍‌ କରିବା ନିମନ୍ତେ ପର୍ଯ୍ୟଟନ ବିଭାଗ ପକ୍ଷରୁ ଫଳକ ଲାଗିଥିଲା। କିନ୍ତୁ ଏ ପର୍ଯ୍ୟନ୍ତ କୌଣସି ସୁବିଧା କରାଯାଇନାହିଁ। ସେହିପରି ୨୦୧୯-୨୦ ଆର୍ଥିକ ବର୍ଷରେ ବନ ବିଭାଗ ପକ୍ଷରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଇକୋ ଟୁରିଜମ୍‌ ନିମନ୍ତେ ମଞ୍ଜୁର କରାଯାଇଥିଲା। କିନ୍ତୁ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ତାହା ହୋଇପାରି ନ ଥିଲା। ଏବେ ବିଷମକଟକ ବ୍ଲକ୍‌ ପକ୍ଷରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପାଣ୍ଠିରୁ ୧୫ ଲକ୍ଷ ଟଙ୍କା ବ୍ୟୟରେ ଗଦ୍‌ଗଦା ଜଳପ୍ରପାତ ପରିସରର ଉନ୍ନତୀକରଣ କରାଯାଉଛି। ଏହି ଅଞ୍ଚଳର ବିକାଶ ହେଲେ ପର୍ଯ୍ୟଟକଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ମତପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri