ବାଲିଗୁଡ଼ା ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଭାବେ କାର୍ଯ୍ୟରେ ଯୋଗଦେଲେ ଗଦାଧର ପାତ୍ର, କହିଲେ ଜନଜାତି…

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ନୂଆ ପ୍ରକଳ୍ପ ପ୍ରଶାସକ ଭାବେ ଗଦାଧର ପାତ୍ର ନୂତନ ବର୍ଷ ବୁଧବାରରେ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିର୍ଦ୍ଦେଶ ପ୍ରକାରେ ଏହି ନିଯୁକ୍ତି ପାଇଛନ୍ତି।

ପ୍ରକାଶ ଯେ, ଗଦାଧର ପାତ୍ର ଏହା ପୂର୍ବରୁ ଉକ୍ତ ଜିଲା ଦାରିଙ୍ଗବାଡି ବ୍ଲକରେ ୨୦୨୧ ନଭେମ୍ବର ୨ରେ ବିଡିଓ ଭାବେ କାର୍ଯ୍ୟରେ ଯୋଗଦେଇଥିବା ବେଳେ ଚଳିତ ବର୍ଷ ଅକ୍ଟୋବର ୨୫ରେ ସେ ସେଠାରୁ ବଦଳି ହୋଇ ନିଜ ବିଭାଗକୁ ଫେରିଥିଲେ। ଦାରିଙ୍ଗବାଡ଼ି ବ୍ଲକରେ ବିଡିଓ ଭାବେ ୩ ବର୍ଷ କାର୍ଯ୍ୟକାଳ ମଧ୍ୟରେ ସେ ୨୦୨୩/୨୦୨୪ ଜାନୁଆରୀରେ ଶୀତ ମହୋତ୍ସବ କରି ଚର୍ଚ୍ଚାରେ ରହିଥିଲେ।

ସେହିପରି ଦାରିଙ୍ଗବାଡି ବ୍ଲକ ଦୁର୍ଗମ ଅଞ୍ଚଳରେ ସ୍ମାର୍ଟ ସ୍କୁଲର ରୂପାନ୍ତର କାର୍ଯ୍ୟକୁ ସମୟ ମଧ୍ୟରେ ସମ୍ପୂର୍ଣ୍ଣ କରିବା ସହ ହାତୀମୁଣ୍ଡା ପଞ୍ଚାୟତ ଋଷିମାଳ ପାହାଡ଼ ଚଢ଼ି ସେଠାରେ ପହଞ୍ଚିବା ସହ ତୀର୍ଥକ୍ଷେତ୍ର ରୁଦ୍ଧିମାଳର ବିକାଶ ପାଇଁ ୭୮ ଲକ୍ଷ ଅନୁଦାନରେ କାର୍ଯ୍ୟ କରାଇବା, ଡୁଲୁରୀ ପାଇନବଣ ସମେତ ହିଲଭିୟୁ ପାର୍କ, ପାଟାବାନ୍ଧା ଜଳପ୍ରପାତର ରୂପାନ୍ତର କାର୍ଯ୍ୟ କରେଇବା ଦିଗରେ ସେ ଅନେକ ପ୍ରୟାସ କରିଥିଲେ। ଏବେ ସେ ପ୍ରକଳ୍ପ ପ୍ରଶାସକ ଭାବେ ନିଯୁକ୍ତି ପାଇବା ପରେ କୁଟିଆ କନ୍ଧଙ୍କ ବିକାଶ ସମେତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସହ ଜନଜାତିଙ୍କ ଜୀବନଜୀବିକା ସ୍ବାବଲମ୍ବୀ କରାଇବା ଦିଗରେ ଅଧିକ ଗୁରୁତ୍ୱ ଦେବେ ବୋଲି କହିଛନ୍ତି। ସେ ବାଲିଗୁଡ଼ା ଆଇଟିଡିଏରେ ଯୋଗ ଦେବା ପୂର୍ବରୁ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ସାକ୍ଷାତ କରି କାର୍ଯ୍ୟ ଆରମ୍ଭ କରିଥିବା କହିଛନ୍ତି।

ସେ ଆହୁରି କହିଛନ୍ତି, ଦାରିଙ୍ଗବାଡ଼ି କଫି ବଗିଚାରୁ କଫି ସଂଗ୍ରହ ଓ ପ୍ରସ୍ତୁତି କାର୍ଯ୍ୟ ସମେତ ଦାରିଙ୍ଗବାଡ଼ି ହିଲ୍‌ଭିୟୁ ପାର୍କ ପରିସର ମଧ୍ୟରେ ରହିଥିବା ଜନଜାତି ସଂଗ୍ରହାଳୟର ବିକାଶ ପାଇଁ କାର୍ଯ୍ୟ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri