ବାଲିଗୁଡ଼ା ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଭାବେ କାର୍ଯ୍ୟରେ ଯୋଗଦେଲେ ଗଦାଧର ପାତ୍ର, କହିଲେ ଜନଜାତି…

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ନୂଆ ପ୍ରକଳ୍ପ ପ୍ରଶାସକ ଭାବେ ଗଦାଧର ପାତ୍ର ନୂତନ ବର୍ଷ ବୁଧବାରରେ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିର୍ଦ୍ଦେଶ ପ୍ରକାରେ ଏହି ନିଯୁକ୍ତି ପାଇଛନ୍ତି।

ପ୍ରକାଶ ଯେ, ଗଦାଧର ପାତ୍ର ଏହା ପୂର୍ବରୁ ଉକ୍ତ ଜିଲା ଦାରିଙ୍ଗବାଡି ବ୍ଲକରେ ୨୦୨୧ ନଭେମ୍ବର ୨ରେ ବିଡିଓ ଭାବେ କାର୍ଯ୍ୟରେ ଯୋଗଦେଇଥିବା ବେଳେ ଚଳିତ ବର୍ଷ ଅକ୍ଟୋବର ୨୫ରେ ସେ ସେଠାରୁ ବଦଳି ହୋଇ ନିଜ ବିଭାଗକୁ ଫେରିଥିଲେ। ଦାରିଙ୍ଗବାଡ଼ି ବ୍ଲକରେ ବିଡିଓ ଭାବେ ୩ ବର୍ଷ କାର୍ଯ୍ୟକାଳ ମଧ୍ୟରେ ସେ ୨୦୨୩/୨୦୨୪ ଜାନୁଆରୀରେ ଶୀତ ମହୋତ୍ସବ କରି ଚର୍ଚ୍ଚାରେ ରହିଥିଲେ।

ସେହିପରି ଦାରିଙ୍ଗବାଡି ବ୍ଲକ ଦୁର୍ଗମ ଅଞ୍ଚଳରେ ସ୍ମାର୍ଟ ସ୍କୁଲର ରୂପାନ୍ତର କାର୍ଯ୍ୟକୁ ସମୟ ମଧ୍ୟରେ ସମ୍ପୂର୍ଣ୍ଣ କରିବା ସହ ହାତୀମୁଣ୍ଡା ପଞ୍ଚାୟତ ଋଷିମାଳ ପାହାଡ଼ ଚଢ଼ି ସେଠାରେ ପହଞ୍ଚିବା ସହ ତୀର୍ଥକ୍ଷେତ୍ର ରୁଦ୍ଧିମାଳର ବିକାଶ ପାଇଁ ୭୮ ଲକ୍ଷ ଅନୁଦାନରେ କାର୍ଯ୍ୟ କରାଇବା, ଡୁଲୁରୀ ପାଇନବଣ ସମେତ ହିଲଭିୟୁ ପାର୍କ, ପାଟାବାନ୍ଧା ଜଳପ୍ରପାତର ରୂପାନ୍ତର କାର୍ଯ୍ୟ କରେଇବା ଦିଗରେ ସେ ଅନେକ ପ୍ରୟାସ କରିଥିଲେ। ଏବେ ସେ ପ୍ରକଳ୍ପ ପ୍ରଶାସକ ଭାବେ ନିଯୁକ୍ତି ପାଇବା ପରେ କୁଟିଆ କନ୍ଧଙ୍କ ବିକାଶ ସମେତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସହ ଜନଜାତିଙ୍କ ଜୀବନଜୀବିକା ସ୍ବାବଲମ୍ବୀ କରାଇବା ଦିଗରେ ଅଧିକ ଗୁରୁତ୍ୱ ଦେବେ ବୋଲି କହିଛନ୍ତି। ସେ ବାଲିଗୁଡ଼ା ଆଇଟିଡିଏରେ ଯୋଗ ଦେବା ପୂର୍ବରୁ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ସାକ୍ଷାତ କରି କାର୍ଯ୍ୟ ଆରମ୍ଭ କରିଥିବା କହିଛନ୍ତି।

ସେ ଆହୁରି କହିଛନ୍ତି, ଦାରିଙ୍ଗବାଡ଼ି କଫି ବଗିଚାରୁ କଫି ସଂଗ୍ରହ ଓ ପ୍ରସ୍ତୁତି କାର୍ଯ୍ୟ ସମେତ ଦାରିଙ୍ଗବାଡ଼ି ହିଲ୍‌ଭିୟୁ ପାର୍କ ପରିସର ମଧ୍ୟରେ ରହିଥିବା ଜନଜାତି ସଂଗ୍ରହାଳୟର ବିକାଶ ପାଇଁ କାର୍ଯ୍ୟ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri