ଭାରତ ଏନ୍‌ସିଏପିର ଶୁଭାରମ୍ଭ କଲେ ଗଡ୍‌କରୀ

ଭୁବନେଶ୍ୱର,୨୩।୮(ଅଭୟ ଦାଶ): ସାରା ଦେଶରେ ସଡ଼କ ଦୁର୍ଘଟଣା ବୃଦ୍ଧି ପାଉଥିବାବେଳେ ସଡକ ଦୁର୍ଘଟଣା ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ହୋଇଯାଇଛି। ଉକ୍ତ ଘଟଣାର ହ୍ରାସ ସହିତ ସୁରକ୍ଷା ମାନ ବୃଦ୍ଧି ସହ ସଡ଼କ ନିରାପତ୍ତାକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ସରକାର ନୂତନ ଯୋଜନା ‘ଭାରତ ନୂତନ କାର୍‌ ମୂଲ୍ୟାୟନ କାର୍ଯ୍ୟକ୍ରମ(ଭାରତ ଏନ୍‌ସିଏପି)ର ଆନୁଷ୍ଠାନିକ ଶୁଭାରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ୍‌ ଗଡ୍‌କରୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଭାରତ ଏନ୍‌ସିଏପିର ଶୁଭାରମ୍ଭ କରିଛନ୍ତି। ବିଶେଷକରି ଭାରତରେ ୩.୫ଟନ୍‌ ଓଜନ ବିଶିଷ୍ଟ ଯାନର ସୁରକ୍ଷା ମାନ ବୃଦ୍ଧି ସହିତ ସଡ଼କ ନିରାପତ୍ତା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଉକ୍ତ କାର୍ଯ୍ୟକ୍ରମର ଆରମ୍ଭ କରାଯାଇଛି। ଏ ସମ୍ପର୍କରେ ଗଡ୍‌କରୀ କହିଥିଲେ, ସୁରକ୍ଷିତ କାର୍‌ କିଣିବା ପାଇଁ ଶ୍ରେଷ୍ଠ ବାହନ ଚୟନ କରିବାରେ ସକ୍ଷମ ହେବା ପାଇଁ ଗ୍ରାହକମାନଙ୍କୁ ସଶକ୍ତ କରିବା ଦିଗରେ ଏହା ଏକ ଐତିହାସିକ ପଦକ୍ଷେପ ହେବ ବୋଲି ସେ ମତପ୍ରକାଶ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମ ୨୦୨୩ ଅକ୍ଟୋବର ୧ରୁ ଆରମ୍ଭ ହେବ ଏବଂ ଅଟୋମୋଟିଭ୍‌ ଇଣ୍ଡଷ୍ଟ୍ରି ଷ୍ଟାଣ୍ଡାର୍ଡ (ଏଆଇଏସ୍‌)୧୯୭ ଉପରେ ଆଧାରିତ ହେବ। ବିଶେଷକରି ପ୍ରତିଯୋଗିତାମୂଳକ ନିରାପତ୍ତା ବୃଦ୍ଧିର ଇକୋସିଷ୍ଟମ ସୃଷ୍ଟି କରିବା ଉକ୍ତ କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ବୋଲି ଆଶା କରାଯାଉଛି, ଯାହାକି ଉପଭୋକ୍ତାଙ୍କ ମଧ୍ୟରେ ବାହନ ସୁରକ୍ଷାକୁ ନେଇ ସଚେତନତା ବୃଦ୍ଧି କରିବ। ଉକ୍ତ କାର୍ଯ୍ୟକ୍ରମ ବିଶ୍ୱସ୍ତରୀୟ ନିରାପତ୍ତା ମାନ ଥିବା ଯାନ ନିର୍ମାଣ ସହ ଓଇଏମ୍‌ମାନଙ୍କ ପାଇଁ ସୁଯୋଗ ଆଣିଛି। ଉଲ୍ଲେଖଯୋଗ୍ୟ, ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ରୋଡ୍‌ ଟ୍ରାନ୍ସପୋର୍ଟ (ସିଆଇଆର୍‌ଟି) ଦ୍ୱାରା ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରାଯିବ। ଏପରିକି ଭାରତ ଏନ୍‌ସିଏପି କାର୍ଯ୍ୟକ୍ରମ ଅଂଶୀଦାରଙ୍କ ପରାମର୍ଶକୁ ଆଧାରକରି ଏହା ବିକଶିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri