ଆଜି ଓଡ଼ିଶା ଆସୁଛନ୍ତି ଗଡକରୀ, ବହୁ ପ୍ରକଳ୍ପର ଶିଳାନ୍ୟାସ କରିବେ

ଭୁବନେଶ୍ୱର, ୧୭ା୪(ସୁନିତ୍‌ ମିଶ୍ର): ଓଡ଼ିଶାରେ ଏନ୍‌ଏଚ୍‌ଏଆଇର ଅନେକ ପ୍ରକଳ୍ପର ଶିଳାନ୍ୟାସ ଗୁରୁବାର କରାଯିବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ପ୍ରାୟ ୪ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ। ରୋଡ୍‌ କନେକ୍ଟିଭିଟିରେ ଓଡ଼ିଶା ନମ୍ବର ୧ ହେବ ବୋଲି ଭାଜପା ସରକାର ଘୋଷଣା କରିଥିଲେ। ସେହି କ୍ରମରେ ସରକାରଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ୱର-ପୁରୀ, ମେରାଇନ୍‌ ଡ୍ରାଇଭ୍‌ ଓ ପୁରୀ-ସାତପଡ଼ା ରୋଡ୍‌ ପ୍ରଶସ୍ତ ହେବ। ଖୁବ୍‌ଶୀଘ୍ର ଆରମ୍ଭ ହେବ ଉପକୂଳ ରାଜପଥ କାମ। ରାଜ୍ୟ ପାଇଁ ଏମିତି କିଛି କିଛି ବଡ଼ ବଡ଼ ପ୍ରକଳ୍ପ ନେଇ ମନ୍ତ୍ରୀ ଗଡକରୀ ଆସୁଛନ୍ତି। ଏହା ଭିତରେ ୨୯ଶହ ୫ କୋଟି ଟଙ୍କାର ୧୩ଟି ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ ରହିଛି। ୪୨୭ କୋଟି ଟଙ୍କାର ୪ ସିଆର୍‌ଆଇଏଫ୍‌ ବ୍ରିଜ୍‌ର ଭିତ୍ତିପ୍ରସ୍ତର ସ୍ଥାପନ, ୮୪୧ କୋଟି ଟଙ୍କାରେ ୪୪ କି.ମି. ବିଶିଷ୍ଟ ୨ଟି ଜାତୀୟ ରାଜପଥକୁ ଗଡକରୀ ଉଦ୍‌ଘାଟନ କରିବେ। ସେହିପରି ୧୪୪ କୋଟି ବ୍ୟୟରେ ଟିଟିଲାଗଡ଼ ଏନ୍‌ଏଚ୍‌-୫୯ରେ ବାଇପାସ୍‌ ରୋଡ୍‌, ୧୭୨ କୋଟି ବ୍ୟୟରେ ଧର୍ମଗଡଠାରେ ଏନ୍‌ଏଚ୍‌-୧୩୦ରେ ବାଇପାସ୍‌ ପ୍ରକଳ୍ପ ମଧ୍ୟ ରହିଛି। ଏହାସହ ୪୨୬ କୋଟି ଟଙ୍କା ବ୍ୟୟରେ ୪ଟି ହାଇଲେଭଲ୍‌ ବ୍ରିଜ୍‌, ୨୭୩ କୋଟି ବ୍ୟୟରେ ବରଗଡ଼-ଝାରସୁଗୁଡ଼ା ରାସ୍ତାରେ ମହାନଦୀ ଉପରେ ହାଇ ଲେଭଲ୍‌ ବ୍ରିଜ, ରାଉରକେଲା-ଘୁନ୍‌ସର ରାସ୍ତାରେ ତେଲ ନଦୀଠାରେ, କଳାହାଣ୍ଡିର ଖଣିଡ଼ାଙ୍ଗିରିଗୁଡ଼ା-ବାଙ୍କପାଳ ରାସ୍ତାର ହାତୀ ନଦୀ ଉପରେ ଏବଂ କେଶିଙ୍ଗା ଏବଂ ଭବାନୀପାଟଣା ରାସ୍ତାର ତେଲ ନଦୀ ଉପରେ ବ୍ରିଜ ହେବ। ଏହାଛଡ଼ା ଗଡକରୀ ଆଉ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଓଡ଼ିଶା ପକ୍ଷରୁ ଚଳିତ ବର୍ଷ ୨୮ ହଜାର କୋଟିର ଅନୁଦାନ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri