କରୋନା କଟକଣା ପାଇଁ ପାଟଣାରେ ନିରାଡମ୍ବରେ ହେଲା ଗଜଲକ୍ଷ୍ମୀ ପୂଜା

ପାଟଣା,୩୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବ ମନ୍ଦିର ନିକଟରେ ଥିବା କଲ୍ୟାଣ ମଣ୍ଡପରେ ଶନିବାର ରାତ୍ରି ପାଟଣା କୁମାର ଉତ୍ସ କମିଟି ତରଫରୁ ଶନିବାର ୫୧ତମ ଗଜଲକ୍ଷ୍ମୀ ପୂଜା ଅନୁଷ୍ଠିତ ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କମିଟି ତରଫରୁ ଚଳିତ ବର୍ଷ ସମସ୍ତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ପୂଜକ ଭାବେ ରାମଚନ୍ଦ୍ର ଦାଶ ମହାଲକ୍ଷ୍ମୀଙ୍କର ନୀତି କାନ୍ତି କରିଥିବା ବେଳେ କର୍ତ୍ତା ଭାବେ କମିଟିର ସଦସ୍ୟ ଶବିର କୁମାର ଦାଶ କାର୍ଯ୍ୟ ତୁଲାଇଥିଲେ। କମିଟିର ବରିଷ୍ଠ ସଦସ୍ୟ ଅଜୟ କୁମାର ଦାଶ, ବିବେକାନନ୍ଦ ଦାଶ, ଲିପକ କୁମାର ସାହୁ, ଦକ୍ଷ କୁମାର ସାହୁ, ସତ୍ୟବ୍ରତ ଦାଶ ଓ ଅଜୟ ଦାସ ପ୍ରମୁଖ ଉପସ୍ଥିତରହି ସାମାଜିକ ଦୂରତ୍ୱ ଓ ମାସ୍କ ପରିଧାନ ମଧ୍ୟରେ ଦେବୀ ନୀତି ସମ୍ପନ୍ନ କରିଥିଲେ। ଅନୁରୂପ ଭାବେ ବ୍ଲକର ପୁରାତନ ଅନୁଷ୍ଠାନ ତୁରୁମୁଙ୍ଗା, ମଲ୍ଲୀପଶି, କୁଆପଶି, ସଁରାପଶି, ପୁଟୁଳିଆ ଆଦି ଗଜଲକ୍ଷ୍ମୀ ପୂଜା ଜମିଟି ତରଫରୁ କରୋନା ସକାଶେ ନିରାଡମ୍ବର ଭାବେ ଲକ୍ଷ୍ମୀ ପୂଜା ଅନୁଷ୍ଠିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri