ଧାମନଗର,୧୯।୭ (ଦେବେନ୍ଦ୍ର ଆନ୍ଦିଆ/ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ବ୍ଲକ ଅଞ୍ଚଳରେ ପ୍ରବଳ ବର୍ଷାରେ ବହୁ ରାସ୍ତାଘାଟ ପ୍ରଭାବିତ ହୋଇଛି। ଗତ ଶନିବାର ପ୍ରବଳ ବର୍ଷା ଯୋଗୁ ଭଗବାନପୁର ପଞ୍ଚାୟତର ପଳିକିରି ମେଳଣଡିହ ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତାରେ ଏକ ଘାଇ ସୃଷ୍ଟି ହୋଇଛି। ଫଳରେ ମେଳଣଡିହ ଗ୍ରାମର ଶତାଧିକ ପରିବାର ବାହାରକୁ ଆସିବା ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ଲଗାଣ ବର୍ଷା ଯୋଗୁ ରେବ ନଦୀରେ ବନ୍ୟା ସ୍ଥିତି ଉପୁଜିଛି। ଅସୁରାଳି ଏବଂ ଗଢ଼ିଆଳି ପଞ୍ଚାୟତକୁ କେତେକାଂଶରେ ପ୍ରଭାବିତ କରିଛି। ବର୍ଷା ପାଣି ଯୋଗୁ କାକୁଡିଗଡ଼ିଆ ନିକଟରେ ଥିବା ଘୋଷରାରେ ପ୍ରବେଶ କରିବା ଦ୍ୱାରା ଉଚ୍ଚପଦା-କାକୁଡିଗଡ଼ିଆ-ଗଢିଆଳି ମଧ୍ୟରେ ଗମନାଗମନ ବାଧାପ୍ରାପ୍ତ ହୋଇଛି।
ମଙ୍ଗଳବାର ବିଧାୟକ ସୂର୍ଯ୍ୟବଂଶୀ ସୂରଜ ମେଳଣଡିହଠାରେ ହୋଇଥିବା ଘାଇ ଏବଂ ବନ୍ୟା ସ୍ରୋତ ପ୍ରବାହିତ ହେଉଥିବା ଘୋଷରା ନିକଟକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ବିଧାୟକ ଏ ସମ୍ପର୍କରେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିବା ସହ କିପରି ତୁରନ୍ତ ଗମନାଗମନ ବ୍ୟବସ୍ଥା ହୋଇପାରିବ, ସେନେଇ ଗୁରୁତ୍ୱ ଦେଇ କାକୁଡ଼ିଗଡ଼ିଆଠାରେ ପୋଲ ପାଇଁ ଆର୍ଡି ବିଭାଗ ସହ ମଧ୍ୟ କଥା ହୋଇଥିଲେ। ବିଧାୟକଙ୍କ ମେଳଣଡିହ ଗସ୍ତ ସମୟରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କ ସହ ତୁରନ୍ତ ମରାମତି ପାଇଁ ଆଲୋଚନା କରିଥିଲେ। ପରେ ବିଧାୟକ ଏ ସମ୍ପର୍କରେ ଜିଲାପାଳ ଓ ଧାମନଗର ବିଡିଓଙ୍କୁ ଅବଗତ କରାଇଥିଲେ। ଆବଶ୍ୟକ ସ୍ଥଳେ ବିଧାୟକଙ୍କ ନିଜସ୍ବ ପାଣ୍ଠିରୁ ଅନୁଦାନରେ ମରାମତି କରାଯିବ ବୋଲି ସେ କହିଥିଲେ। ଡ୍ରେନେଜ ବିଭାଗ ଏସ୍ଡିଓ ସନାତନ ମାଝୀ, ବ୍ଲକ କନିଷ୍ଠ ଯନ୍ତ୍ରୀ ଦେବେନ୍ଦ୍ର ନାୟକ, ବୁଦ୍ଧଦେବ ଜେନା, ପ୍ରଫୁଲ୍ଲ ପାତ୍ର, ଗଢ଼ିଆଳି ସରପଞ୍ଚ ସରୋଜ ସ୍ବାଇଁ, ଶେଷଦେବ ମଳିକ, ସୁଶାନ୍ତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ପୂର୍ବାହ୍ନରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶର୍ମିଷ୍ଠା ବେହେରା, ପୂର୍ବତନ ଅଧ୍ୟକ୍ଷ ଅଶୋକ ନାୟକ, ସମିତିସଭ୍ୟ ସୁଦୀପ୍ତ ଖଟୁଆ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଥିଲେ।
Posted inHome Left, ଆମ ଜିଲା ଖବର, ଭଦ୍ରକ View All
ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…
ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...
ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ
ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍ରେ ପରାସ୍ତ...
ଗଡ଼ିଲା ହାଇଡ୍ରୋଜେନ୍ ଚାଳିତ ଜାହାଜ
ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍ ଇନ୍ଧନ-ସେଲ୍ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...
ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ
ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...
ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି
ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...
ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍
ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...
Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ
ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...
ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍ ଚାଳକ ଗିରଫ
କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...
Archives


