ଧାମନଗର,୧୯।୭ (ଦେବେନ୍ଦ୍ର ଆନ୍ଦିଆ/ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ବ୍ଲକ ଅଞ୍ଚଳରେ ପ୍ରବଳ ବର୍ଷାରେ ବହୁ ରାସ୍ତାଘାଟ ପ୍ରଭାବିତ ହୋଇଛି। ଗତ ଶନିବାର ପ୍ରବଳ ବର୍ଷା ଯୋଗୁ ଭଗବାନପୁର ପଞ୍ଚାୟତର ପଳିକିରି ମେଳଣଡିହ ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତାରେ ଏକ ଘାଇ ସୃଷ୍ଟି ହୋଇଛି। ଫଳରେ ମେଳଣଡିହ ଗ୍ରାମର ଶତାଧିକ ପରିବାର ବାହାରକୁ ଆସିବା ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ଲଗାଣ ବର୍ଷା ଯୋଗୁ ରେବ ନଦୀରେ ବନ୍ୟା ସ୍ଥିତି ଉପୁଜିଛି। ଅସୁରାଳି ଏବଂ ଗଢ଼ିଆଳି ପଞ୍ଚାୟତକୁ କେତେକାଂଶରେ ପ୍ରଭାବିତ କରିଛି। ବର୍ଷା ପାଣି ଯୋଗୁ କାକୁଡିଗଡ଼ିଆ ନିକଟରେ ଥିବା ଘୋଷରାରେ ପ୍ରବେଶ କରିବା ଦ୍ୱାରା ଉଚ୍ଚପଦା-କାକୁଡିଗଡ଼ିଆ-ଗଢିଆଳି ମଧ୍ୟରେ ଗମନାଗମନ ବାଧାପ୍ରାପ୍ତ ହୋଇଛି।
ମଙ୍ଗଳବାର ବିଧାୟକ ସୂର୍ଯ୍ୟବଂଶୀ ସୂରଜ ମେଳଣଡିହଠାରେ ହୋଇଥିବା ଘାଇ ଏବଂ ବନ୍ୟା ସ୍ରୋତ ପ୍ରବାହିତ ହେଉଥିବା ଘୋଷରା ନିକଟକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ବିଧାୟକ ଏ ସମ୍ପର୍କରେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିବା ସହ କିପରି ତୁରନ୍ତ ଗମନାଗମନ ବ୍ୟବସ୍ଥା ହୋଇପାରିବ, ସେନେଇ ଗୁରୁତ୍ୱ ଦେଇ କାକୁଡ଼ିଗଡ଼ିଆଠାରେ ପୋଲ ପାଇଁ ଆର୍ଡି ବିଭାଗ ସହ ମଧ୍ୟ କଥା ହୋଇଥିଲେ। ବିଧାୟକଙ୍କ ମେଳଣଡିହ ଗସ୍ତ ସମୟରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କ ସହ ତୁରନ୍ତ ମରାମତି ପାଇଁ ଆଲୋଚନା କରିଥିଲେ। ପରେ ବିଧାୟକ ଏ ସମ୍ପର୍କରେ ଜିଲାପାଳ ଓ ଧାମନଗର ବିଡିଓଙ୍କୁ ଅବଗତ କରାଇଥିଲେ। ଆବଶ୍ୟକ ସ୍ଥଳେ ବିଧାୟକଙ୍କ ନିଜସ୍ବ ପାଣ୍ଠିରୁ ଅନୁଦାନରେ ମରାମତି କରାଯିବ ବୋଲି ସେ କହିଥିଲେ। ଡ୍ରେନେଜ ବିଭାଗ ଏସ୍ଡିଓ ସନାତନ ମାଝୀ, ବ୍ଲକ କନିଷ୍ଠ ଯନ୍ତ୍ରୀ ଦେବେନ୍ଦ୍ର ନାୟକ, ବୁଦ୍ଧଦେବ ଜେନା, ପ୍ରଫୁଲ୍ଲ ପାତ୍ର, ଗଢ଼ିଆଳି ସରପଞ୍ଚ ସରୋଜ ସ୍ବାଇଁ, ଶେଷଦେବ ମଳିକ, ସୁଶାନ୍ତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ପୂର୍ବାହ୍ନରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶର୍ମିଷ୍ଠା ବେହେରା, ପୂର୍ବତନ ଅଧ୍ୟକ୍ଷ ଅଶୋକ ନାୟକ, ସମିତିସଭ୍ୟ ସୁଦୀପ୍ତ ଖଟୁଆ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଥିଲେ।
Posted inHome Left, ଆମ ଜିଲା ଖବର, ଭଦ୍ରକ View All
ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ
ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…
ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ
ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…
ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି
ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…
ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…
ଭୁବନେଶ୍ୱର, ୧।୪(ସୁନିତ୍ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…
ଶେଷରେ ନଇଁଲେ ଟ୍ରମ୍ପ୍! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’
ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…
କୁଏଟ୍ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…
ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍
ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…
କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…
ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍ଫେୟାର କର୍ପୋରେଶନ (ଓପିଏଚ୍ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…
Archives

