Posted inଖେଳ

ଇତିହାସ ରଚିଲେ ଋତୁରାଜ ଗାଇକ୍ୱାଡ: ଟି-୨୦ରେ କଲେ ବଡ଼ କାରନାମା

ବେଙ୍ଗାଲୁରୁ,୪।୧୨: ଅଷ୍ଟ୍ରେଲିଆ ବିପକ୍ଷ ଟି-୨୦ ସିରିଜରେ ଋତୁରାଜ ଗାଇକ୍ୱାଡ ଚମତ୍କାରପ୍ରଦର୍ଶନ କରିଛନ୍ତି। ଯଦିଓ ଗାଇକ୍ୱାଡ ପଞ୍ଚମ ତଥା ଶେଷ ଟି-୨୦ରେ ମାତ୍ର ୧୦ ରନ ସ୍କୋର କରିଥିଲେ, ତଥାପି ସେ ଏହି ସିରିଜରେ ବ୍ୟାଟିଂ କରି ଭଲ ପ୍ରଦର୍ଶନ କରିଥିଲେ। ପାଞ୍ଚ ମ୍ୟାଚ ଟି-୨୦ ସିରିଜରେ ମୋଟ ୨୨୩ ରନ ସ୍କୋର କରିବାରେ ଗାଇକ୍ୱାଡ ସଫଳ ହୋଇଛନ୍ତି। ଗାଇକ୍ୱାଡ କରି ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିପାକ୍ଷିକ ଟି-୨୦ ସିରିଜରେ ଭାରତୀୟ ବ୍ୟାଟ୍ସମ୍ୟାନ ଗାଇକ୍ୱାଡ ସର୍ବାଧିକ ରନ ସ୍କୋର କରିଛନ୍ତି। ଏହାପୂର୍ବରୁ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିପାକ୍ଷିକ ଟି-୨୦ ସିରିଜରେ କୋହଲି ମୋଟ ୧୯୯ ରନ ସଂଗ୍ରହ କରିଥିଲେ।
ଏହା ବ୍ୟତୀତ ଗାଇକ୍ୱାଡ ମଧ୍ୟ ତୃତୀୟ ଭାରତୀୟ ବ୍ୟାଟ୍ସମ୍ୟାନ, ଯିଏକି ଟି-୨୦ ଦ୍ୱିପାକ୍ଷିକ ସିରିଜରେ ସର୍ବାଧିକ ରନ ସଂଗ୍ରହ କରିଛନ୍ତି। ସାମଗ୍ରିକ ଦ୍ୱିପାକ୍ଷିକ ଟି-୨୦ ସିରିଜରେ ବିରାଟ କୋହଲିଙ୍କ ନାମରେ ଭାରତ ପାଇଁ ସର୍ବାଧିକ ରନ ରେକର୍ଡ କରାଯାଇଛି। ଇଂଲଣ୍ଡ ବିପକ୍ଷ ଦ୍ୱିପାକ୍ଷିକ ଟି-୨୦ ସିରିଜରେ କୋହଲି ମୋଟ ୨୩୧ ରନ ସଂଗ୍ରହ କରିଥିବାବେଳେ କେଏଲ ରାହୁଲ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିପାକ୍ଷିକ ଟି-୨୦ ସିରିଜରେ ୨୨୪ ରନ ସ୍କୋର କରିବାରେ ସଫଳ ହୋଇଛନ୍ତି।
୨୦୧୮ରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ୫ ମ୍ୟାଚ ଟି-୨୦ ସିରିଜରେ ମାର୍ଟିନ ଗୁପ୍ତିଲ ମୋଟ ୨୧୮ ରନ ସ୍କୋର କରିଥିଲେ। ବର୍ତ୍ତମାନ ଗାଇକ୍ୱାଡ ଏହି ରେକର୍ଡକୁ ଭାଙ୍ଗିଛନ୍ତି।
ଅନ୍ତର୍ଜାତୀୟ ଟି-୨୦ରେ ଦ୍ରୁତତମ ୫୦୦ ରନ ପୂରଣ କରିବାରେ ରୁତୁରାଜ ଗାଇକ୍ୱାଡ ତୃତୀୟ ଭାରତୀୟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ଗାଇକ୍ୱାଡ ୧୭ ଟି-୨୦ ଇନିଂସରେ ନିଜ କ୍ୟାରିୟରରେ ୫୦୦୦ ରନ ପୂରଣ କରିବାରେ ସଫଳ ହୋଇଛନ୍ତି। ଏହା ବ୍ୟତୀତ ରାହୁଲ ୧୩ ଇନିଂସରେ ୫୦୦ ଟି-୨୦ ଅନ୍ତର୍ଜାତୀୟ ରନ କରିଛନ୍ତି। କୋହଲି ଏବଂ ଇଶାନ କିଶନ ମିଳିତ ଭାବେ ୧୬ଟି ଇନିଂସରେ ୫୦୦ ଟି-୨୦ ଆନ୍ତର୍ଜାତୀୟ ରନ କରିଥିଲେ। ଗମ୍ଭୀର ଏବଂ ଯୁବରାଜ ୧୭ ଇନିଂସରେ ୫୦୦ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଢାଞ୍ଚା ପ୍ରକାଶିତ, କୃଷକ, ମତ୍ସ୍ୟଜୀବୀଙ୍କ ପାଇଁ…

ନୂଆଦିଲ୍ଲୀ,୭।୨: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏବେ ଜିନିଷଗୁଡ଼ିକ ସ୍ପଷ୍ଟ ହୋଇଯାଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ…

ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…

ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ଆଜିଠୁ ଟି୨୦ ବିଶ୍ୱକପ୍‌: ସାମ୍ନାସାମ୍ନି ହେବେ…

ମୁମ୍ବାଇ, ୭।୨: ଆଇସିସି ପୁରୁଷ ଟି୨୦ କ୍ରିକେଟ ବିଶ୍ୱକପ୍‌ର ୧୦ମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ମେଗା ପ୍ରତିଯୋଗିତାରେ ଗତଥରର ଚାମ୍ପିୟନ ଭାରତ ନିଜର…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri