ବ୍ୟବହାରିକ ଜ୍ଞାନ ସଂଗ୍ରହ, ରାଗିଂମୁକ୍ତ କ୍ୟାମ୍ପସ୍‌ କର

ସମ୍ବଲପୁର,୫ା୪(ବ୍ୟୁରୋ): ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଇଂ. ରୋହିତ ପୂଜାରୀ ଛାତ୍ରୀଛାତ୍ରଙ୍କ ସହ କ୍ଲାସରୁମରେ ଆଲୋଚନା କରିଥିଲେ। କଲେଜରେ ଥିବା ସମସ୍ୟା, ହଷ୍ଟେଲ ପାଇଁ କରାଯାଇଥିବା କଡା ନିୟମ ଗୁଡିକ ସମ୍ପର୍କରେ ଛାତ୍ରମାନେ ମନ୍ତ୍ରୀଙ୍କୁ କହିଥିଲେ। ମନ୍ତ୍ରୀ କହିଥିଲେ, ମାଆବାପା କଲେଜକୁ ପାଠ ପଢିବା ପାଇଁ ବହୁ ଆଶାରେ ପଠାଉଛନ୍ତି। ତାଙ୍କର ସ୍ବପ୍ନ ପୂରଣ ହେବା ସହ ନିଜର ଲକ୍ଷ୍ୟ ମଧ୍ୟ ହାସଲ ହେବ। ପ୍ରତିଦିନ ଆମେ ଅନେକ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥାଉ। ଆମର ବ୍ୟବହାର ଆମର ପରିଚୟ ହୋଇଥାଏ। ସମସ୍ଥଙ୍କୁ ଉତ୍ତମ ବ୍ୟବହାର ଦେବା ଉଚିତ। ବ୍ୟବହାରିକ ଜ୍ଞାନ ସଂଗ୍ରହ ସହ ବିଶ୍ୱବିଦ୍ୟାଳୟକୁ ରାଗିଂ ମୁକ୍ତ କର। ଜୁନିୟର କିମ୍ବା ସହପାଠୀଙ୍କ ସହିତ ଭଲ ସମ୍ପର୍କ ରଖି ପାଠ ପଢାରେ ସହଯୋଗ କର। ଏବେ ଅନେକ କଲେଜରେ ଛାତ୍ରୀଛାତ୍ର କୌଣସି କାରଣରୁ ଆତ୍ମହତ୍ୟା କରୁଥିବା ଘଟଣା ଦେଖିବାକୁ ମିଳୁଛି। ଏହାକୁ ରୋକିବା ପାଇଁ ରାଜ୍ୟ ସରକାର କଲେଜ ଓ ହଷ୍ଟେଲରେ କିଛି ନିୟମରେ ପରିବର୍ତ୍ତନ କରିଛନ୍ତି, ଯାହା ସମସ୍ତଙ୍କ ପାଇଁ ଲାଭଦାୟକ ହେବ ବୋଲି ମନ୍ତ୍ରୀ ପୂଜାରୀ କହିଥିଲେ। ପରେ ଆଞ୍ଚଳିକ ଉଚ୍ଚଶିକ୍ଷା କାର୍ଯ୍ୟାଳୟ ପରିସରରେ ଜିଲାର ବିଭିନ୍ନ କଲେଜ ଅଧ୍ୟକ୍ଷ ତଥା ମୋ କଲେଜ ସଂଯୋଜକଙ୍କୁ ନେଇ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। କଲେଜରେ ଭିତ୍ତିଭୂମି ଓ ଆନୁଷଙ୍ଗିକ ସମସ୍ୟା ଥିବା ଉପସ୍ଥିତ ଅଧ୍ୟକ୍ଷ ମାନେ ଅଭିଯୋଗ କରିଥିଲେ। ଏହାସହ କେତେକ କଲେଜରେ ଖାଲି ପଡିଥିବା ଅଧ୍ୟକ୍ଷ ପଦ ପୂରଣ କରିବାକୁ ଦାବି କରିଥିଲେ। ପର୍ଯ୍ୟାକ୍ରମେ ସମସ୍ତ ସମସ୍ୟାର ସମାଧାନ ହେବ ବୋଲି ମନ୍ତ୍ରୀ ପୂଜାରୀ ପ୍ରତିଶ୍ରୁତି ଦେଇଥିଲେ। ବୈଠକରେ ଆଞ୍ଚଳିକ ନିର୍ଦ୍ଦେଶକ ପ୍ରଭାବତି ଗୁରୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri